ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୬/୧୨ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ଆର ଏନ ସୁନକରଙ୍କ ଅଧ୍ୟକ୍ଷତାରେ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟିର ଯୁଗ୍ମ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ପ୍ରମୁଖ ବିଭାଗୀୟ ଅଧିକାରୀବୃନ୍ଦ , ଖୋର୍ଦ୍ଧା ରୋଡ, ସମ୍ବଲପୁର, ୱାଲଟିୟର ଡିଭିଜନ ଏବଂ ମଞ୍ଚେଶ୍ୱର ରେଳ ଡବା ମରାମତି କାରଖାନାର ରାଜଭାଷା ଅଧିକାରୀମାନେ ଉପସ୍ଥିତ ଥିଲେ। ମହାପ୍ରବନ୍ଧକ ଶ୍ରୀ ସୁନକର ଏହି ବୈଠକକୁ ସମ୍ବୋଧିତ କରି ରେଳ କର୍ମଚାରୀଙ୍କୁ ଦୈନନ୍ଦିନ ସରକାରୀ କାର୍ଯ୍ୟରେ ହିନ୍ଦୀ ଭାଷାର ବ୍ୟବହାର କରିବାକୁ ପରାମର୍ଶ କରିଥିଲେ। ସେ ଆହୁରି ମଧ୍ୟ ପରାମର୍ଶ ଦେଇଛନ୍ତି ଯେ ହିନ୍ଦୀରେ ତାଲିମ ପ୍ରାପ୍ତ କର୍ମଚାରୀମାନେ ରାଜଭାଷାରେ ଅଧିକରୁ ଅଧିକ କାମ କରିବା ଉଚିତ୍।ଏହି ଅବସରରେ ମହାପ୍ରବନ୍ଧକ ଶ୍ରୀ ସୁନକର ମହାନ ହିନ୍ଦୀ ସାହିତ୍ୟିକମାନଙ୍କର ପ୍ରଭାବଶାଳୀ ଉଦ୍ଧୃତି ସମ୍ବନ୍ଧୀୟ ପୋଷ୍ଟରଗୁଡିକ ଉନ୍ମଚନ କରିଥିଲେ। ସେ ହିନ୍ଦୀ ଲେଖକମାନଙ୍କ ଉପରେ ଆଧାରିତ ପ୍ରଶ୍ନୋତ୍ତର ପ୍ରତିଯୋଗିତାର ବିଜେତାମାନଙ୍କୁ ମଧ୍ୟ ପୁରସ୍କୃତ କରିଥିଲେ। ଏହି ଅବସରରେ ମୁଖ୍ୟ ରାଜଭାଷା ଅଧିକାରୀ ଏବଂ ମୁଖ୍ୟ ଆର୍ଥିକ ପରାମର୍ଶଦାତା ଶ୍ରୀ ଆର ଏସ୍ ମିତ୍ର ରାଜଭାଷାର ସଫଳ କାର୍ଯ୍ୟକାରିତା ପାଇଁ ରେଳ କର୍ମଚାରୀଙ୍କ ସହୃଦୟ ସହଯୋଗ କାମନା କରିଥିଲେ। ଏହି ବୈଠକରେ ଉପ ମୁଖ୍ୟ ରାଜଭାଷା ଅଧିକାରୀ ଏବଂ ଉପ ମୁଖ୍ୟ ଅପରେସନ୍ ମ୍ୟାନେଜର (ଜେନେରାଲ୍) ଶ୍ରୀ ଦେବରାଜ ନାୟକ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଶ୍ରୀମତୀ ୟେଲିନା ପଣ୍ଡା, ରାଜଭାଷା ଅଧିକାରୀ ଏହି ବୈଠକକୁ ସଂଯୋଜନା କରିଥିଲେ।
Breaking News/ମୁଖ୍ୟ ଖବର:
ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତପଠାଣି ସାମନ୍ତ ଜୟନ୍ତୀ ଉପଲକ୍ଷେ କଳାଭୁମି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶ କାର୍ଯ୍ୟ ତଦାରଖ ପାଇଁ ଷ୍ଟେସନ ସାମ୍ନାରେ ଅସ୍ଥାୟୀ କ୍ୟାମ୍ପ ଅଫିସ୍ କାର୍ଯ୍ଯ ଆରମ୍ଭ