Blank space
Blank space
Breaking News/ମୁଖ୍ୟ ଖବର:
କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ
Blank space

ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ସମୀକ୍ଷା ବୈଠକ …

0

ଭୁବନେଶ୍ୱର: ନିରପେକ୍ଷ ଖବର, ୦୫/୦୬/୨୦୧୯
ଆଜି ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ ଅଧ୍ୟକ୍ଷତା କରିବା ସହିତ ନିର୍ବାଚନ ଇସ୍ତାହାର ଦିଆଯାଇଥିବା ପ୍ରତିଶ୍ରୁତି ଓ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ ଉପରେ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବା ସହ ରାଜ୍ୟର ବେକାର ଯୁବକ ଯୁବତୀଙ୍କୁ ଦକ୍ଷତା ତାଲିମ ପ୍ରଦାନ ଉପରେ ଗୁରୁତ୍ୱାରୋପ କରିଥିଲେ ।
ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ରାଜ୍ୟର ୧୫ ଲକ୍ଷ ଯୁବକ ଯୁବତୀଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ତାଲିମ ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଛି । ଏହି ଅବସରରେ ମନ୍ତ୍ରୀ ଶ୍ରୀ ନାୟକ ବିଭିନ୍ନ ବିଭାଗ ସହିତ ସମନ୍ୱୟ ରକ୍ଷା କରି ତାଲିମ କାର୍ଯ୍ୟକ୍ରମକୁ କିଭଳି ସଫଳ ରୂପାୟନ କରାଯାଇପାରିବ ସେ ନେଇ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଶ୍ୱ ଦକ୍ଷତା କେନ୍ଦ୍ର ପ୍ରତିଷ୍ଠା ଏବଂ ଏହାର ଅଗ୍ରଗତି ବିଷୟରେ ବୈଠକରେ ଆଲୋଚନା କରାଯାଇଥିଲା । ପ୍ରତ୍ୟେକ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକରେ ୱାଇ-ଫାଇ ସଂଯୋଗୀକରଣ ନିମନ୍ତେ ନିଆଯାଇଥିବା ପଦକ୍ଷେପ ଏବଂ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ ଏକ ଜିବି ଡ଼ାଟା ପ୍ରଦାନ ଉପରେ ମନ୍ତ୍ରୀ ଶ୍ରୀ ନାୟକ ଗୁରୁତ୍ୱାରୋପ କରିଥିଲେ । ବିଭାଗ ପକ୍ଷରୁ ଯୋଗାଇ ଦିଆଯାଉଥିବା ପ୍ରମୁଖ ସେବାଗୁଡ଼ିକୁ ଓଡ଼ିଶା ରାଇଟ୍‌ ଟୁ ପବ୍ଲିକ୍‌ ସର୍ଭିସ୍‌ ଆକଫ୍‌ରେ ଅନ୍ତର୍ଭୁକ୍ତ କରିବା ପାଇଁ ଆଲୋଚନା କରାଯାଇଥିଲା । ଏହି ସମୀକ୍ଷା ବୈଠକରେ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ, ନିୟୋଜନ ନିର୍ଦ୍ଦେଶାଳୟ ନିର୍ଦ୍ଦେଶକ ତଥା ଓ.ଏସ୍‌.ଡ଼ି.ଏ ର ସି.ଇ.ଓ ଶ୍ରୀ ରାଜେଶ ପ୍ରଭାକର ପାଟିଲ, ଅତିରିକ୍ତ ସଚିବ ଶ୍ରୀ ସୁଦର୍ଶନ ପଣ୍ଡା, ଯୁଗ୍ମ ସଚିବ ଶ୍ରୀ ଅଜୟ ନାୟକ, ଉପସଚିବ ଶ୍ରୀ ସଂଗ୍ରାମରାୟ ସର୍ଦ୍ଦାର ଏବଂ ବ୍ୟକ୍ତିଗତ ସଚିବ ଶ୍ରୀ ଗୌରହରି ବେହେରା ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.