Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ..

0

*ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ରେଳ ପାଇଁ ଓଡିଶାକୁ ୫ ହଜାର ୯୯୩ କୋଟି ଅର୍ଥ ବଡ ବ୍ୟୟବରାଦ ଭାରତକୁ ଆଗେଇ ନେବ
*ରାଜ୍ୟରେ ୫ଟି ନୂଆ ରେଳପଥ ପାଇଁ ସର୍ଭେ କରିବାର ଆର୍ଥିକ ବ୍ୟବସ୍ଥା ଚଳିତ ବଜେଟରେ କରାଯାଇଛି
*ରେଳ ଯାତ୍ରୀଙ୍କ ଯାତାୟତ ସୁବିଧା ପାଇଁ ୧୮୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି
*ଦୀର୍ଘ ଦିନର ୭ଟି ରେଳ ପ୍ରକଳ୍ପ ପାଇଁ ରେକର୍ଡ ପରିମାଣର ବ୍ୟୟବରାଦ

ନୂଆଦିଲ୍ଲୀ/ଭୁବନେଶ୍ୱର,ନିରପେକ୍ଷ ଖବର:ଜୁଲାଇ ୧୦ -ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ପୂର୍ବ ବର୍ଷ ଭଳି ଓଡିଶା
ପାଇଁ ଚଳିତ ରେଳ ବଜେଟ୍ରେ ରେକର୍ଡ ଅର୍ଥ ୫ ହଜାର ୯୯୩ କୋଟି ବ୍ୟୟବରାଦ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ଗୋଏଲ ମୋଦି ସରକାରଙ୍କର ଓଡିଶା ପାଇଁ ରେଳ ବଜେଟରେ ବଡ ବ୍ୟୟବରାଦର ଧାରାକୁ ଆଗେଇ ନେଇଛନ୍ତି ଓ ଏହା ଭାରତକୁ ଆଗେଇ ନେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ଚଳିତ ବଜେଟରେ ରେଳ ଯାତ୍ରୀଙ୍କ ଯାତାୟତ ସୁବିଧା ପାଇଁ ୧୮୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ଯାତ୍ରୀଙ୍କ ସୁରକ୍ଷା ପାଇଁ ରେଳ ଓଭର ବ୍ରିଜ୍ ଏବଂ ରେଳପଥ ଅତିକ୍ରମ କରିବା ବ୍ୟବସ୍ଥାକୁ ବିଶେଷ ଦୃଷ୍ଟି ଦିଆଯାଇଛି ବୋଲି ସେ କହିଛନ୍ତି । ସେହିପରି ଶ୍ରୀ ପ୍ରଧାନ କହିଛନ୍ତି ଯେ ରାଜ୍ୟରେ ୫ଟି ନୂଆ ରେଳପଥ ପାଇଁ ସର୍ଭେ କରିବାର ଆର୍ଥିକ ବ୍ୟବସ୍ଥା ଚଳିତ ବଜେଟରେ କରାଯାଇଛି । ବିଶେଷ କରି ସେ ଅନୁରୋଧ କରିଥିବା ରାଜ୍ ଆଠଗଡ–କାଇପଦର ରୋଡ ଏବଂ ତାଲଚେର-ଅନୁଗୁଳ କର୍ଡ ଲାଇନ୍ ପାଇଁ ସର୍ଭେ ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି ଶ୍ରୀ ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ଦୀର୍ଘ ଦିନର ପ୍ରକଳ୍ପ ଯଥା ଅନୁଗୁଳ–ସୁକିନ୍ଦା ରୋଡ୍, ହରିଦାସପୁର-ପାରାଦ୍ୱୀପ, ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର, ତାଳଚେର-ବିମଳାଗଡ, ଜୟପୁର-ମାଲକାନଗିରି, ନୂଆପଡା-ଗୁଣୁପୁର ଏବଂ ସମ୍ବଲପୁର-ଟିଟଲାଗଡ ରେଳ ପ୍ରକଳ୍ପ ପାଇଁ ରେକର୍ଡ ପରିମାଣର ବ୍ୟୟବରାଦ ଚଳିତ ରେଳ ବଜେଟରେ କରାଯାଇଛି ବୋଲି ସେ କହିଛନ୍ତି ।

Mo sapath

Leave A Reply

Your email address will not be published.