Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ଲୋକାୟୁକ୍ତ ନିଯୁକ୍ତିରେ ଅହେତୁକ ବିଳମ୍ବ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାୟୀ : ପ୍ରଦେଶ କଂଗ୍ରେସ ଅଭିଯୋଗ କରିଛି…

0

ଓଡିଶାରେ ଲୋକାୟୁକ୍ତ ନିଯୁକ୍ତିରେ ଅହେତୁକ ବିଳମ୍ବ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଦାୟୀ ଓ ମାଷ୍ଟର ମାଇଣ୍ଡ୍ ବୋଲି ପ୍ରଦେଶ କଂଗ୍ରେସ ଅଭିଯୋଗ କରିଛି।
ଆଜି ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପିସିସି ମିଡିଆ ସେଲ୍ ଅଧ୍ୟକ୍ଷ ସତ୍ୟପ୍ରକାଶ ନାୟକ କହିଛନ୍ତି ଯେ, ଲୋକୟୁକ୍ତ ଆଇନକୁ ନିର୍ବାଚନୀ ଫାଇଦା ପାଇଁ ନବୀନ ବାବୁଙ୍କ ସରକାର ବ୍ୟବହାର କରୁଛନ୍ତି। ଗତ ସାଧାରଣ ନିର୍ବାଚନ କେଇମାସ ପୂର୍ବରୁ ନିଜର ଭାବମୂର୍ତ୍ତି ରକ୍ଷା କରିବାକୁ ନବୀନ ପଟ୍ଟନାୟକ ସରକାର ଲୋକାୟୁକ୍ତ ଗଠନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କଲେ। ୨୦୧୫ ଜାନୁୟାରୀ ୧୬ରେ ଲୋକାୟୁକ୍ତ ବିଲକୁ ରାଷ୍ଟ୍ରପତି ଅନୁମୋଦନ କଲେ।

ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ନବୀନ ସରକାର ପଦକ୍ଷେପ ନେବେ ବୋଲି ଆଶା କରାଯାଉଥିଲା। କିନ୍ତୁ ଆଶ୍ଚର୍ଯ୍ୟର କଥା ଆଇନ୍ ବିଭାଗ ପରେ ସାଧାରଣ ପ୍ରଶାସନ ବିଭାଗକୁ ଚିଠି ଲେଖି ଲୋକାୟୁକ୍ତ ବିଲ୍ ଫାଇଲକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ନିଜ ପାଖକୁ ନେଇଗଲା। ଆଉ ଏହି ଫାଇଲ୍ ଉପରେ ୩ବର୍ଷ ୪ ମାସ ଯାଏ କୌଣସି ପଦକ୍ଷେପ ନନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏହାକୁ ନିଜ ପାଖରେ ଚାପି ରଖିଲେ।

Blank space

ସୁପ୍ରିମକୋର୍ଟଙ୍କ ତାଗିଦକୁ ଦେଖି ତରବରିଆ ଭାବେ ୨୦୧୮ ଜୁନ୍ ୨୩ରେ ବିଲର ବ୍ୟବସ୍ଥା ଅନୁଯାୟୀ ତାକୁ ଗେଜେଟରେ ପ୍ରକାଶ କରାଗଲା ଏବଂ ୨୦୧୮ ଜୁଲାଇ ୭ରୁ ଏହା କାର୍ଯ୍ୟକାରୀ ହେଲା ବୋଲି କୁହାଗଲା। ଏଥିସହିତ ଲୋକପାଳ ନିଯୁକ୍ତି ପାଇଁ ଉପର ଠାଉରିଆ ଭାବେ ଏକ ସର୍ଚ୍ଚ କମିଟି ଗଠନ କରାଗଲା। ଏବେ ଆଉ ୩ ମାସ ଅଧିକ ସମୟର ଆବଶ୍ୟକତା ଅଛି ବୋଲି କହି ସୁପ୍ରିମକୋର୍ଟଙ୍କ ଠାରୁ ମହଲତ ମାଗିଲେ। ଯାହାକୁ ଅଦାଲତ ଅଗ୍ରାହ୍ୟ କରିବା ସହ ରାଜ୍ୟ ସରକାରଙ୍କ ମତିଗତିକୁ ଭର୍ତ୍ସନା କରିଛନ୍ତି।

ଲୋକପାଳ ଗଠନକୁ ବିଳମ୍ବ କରିବା ଏବଂ ନିଯୁକ୍ତିରେ ଟାଳଟୁଳ ନୀତି ଆପଣେଇବା ପଛର ମାଷ୍ଟରମାଇଣ୍ଡ୍ ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୋଲି କଂଗ୍ରେସ ଅନୁଭବ କରୁଛି। ଏଥିସହିତ ୩ ବର୍ଷ ୪ ମାସ ଧରି ଲୋକାୟୁକ୍ତ ଗଠନ ଫାଇଲକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କାହିଁକି ଚାପି ରଖିଲା, ତା’ର ଜବାବ ଓଡିଶାବାସୀଙ୍କ ସମ୍ମୁଖରେ ରଖାଯାଉ ବୋଲି କଂଗ୍ରେସ ଦାବି କରିଛି।

Mo sapath

Leave A Reply

Your email address will not be published.