Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ଅନୁସୁଚିତ ଜାତିର ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ନ୍ୟାୟ ଦେବା ଦାବିରେ କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରୀ ରାମଦାସ ଅଠାୱଲେଙ୍କୁ ଭେଟିଲା: ବିଜେପି ପ୍ରତିନିଧୀ ଦଳ …

ପ୍ରିଭେନସନ ଅଫ ଆଟ୍ରୋସିଟିସ ଆକ୍ଟ ଅନୁଯାୟୀ ଅଭିଯୁକ୍ତମାନଙ୍କୁ ଗିରଫ କରିବା ସହ ହୋମଗାର୍ଡଙ୍କୁ ସୁରକ୍ଷା ଯୋଗାଇ ଦିଆଯାଉ:ବିଜେପି

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା.୨୨/୧୦: ଯାଜପୁର ଜିଲ୍ଲା ବରି ବ୍ଲକର ଔପଡା ଗାଁର ଜଣେ ଅନୁସୁଚିତ ଜାତିର ଗରିବ ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ବରି ବିଧାୟିକା ସୁନନ୍ଦା ଦାସଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ଓ ଜିଲ୍ଲା ପରିଷଦ ସଭ୍ୟ ଅଶୋକ ସାମଲ ଏବଂ ସେହି ପଂଚାୟତର ସରପଂଚ ସନ୍ତୋଷ ସାମଲ ହତ୍ୟା ଧମକ ଦେଇ ମାଡ ମାରିଛନ୍ତି । ଏପରିକି ଶାସକ ଦଳର ନେତାମାନେ ଗତ ୯ ତାରିଖ ଦିନ ତାଙ୍କୁ ଆକ୍ରମଣ କରିବା ପରେ ବି ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିନାହିଁ । ରାଜ୍ୟ ସରକାର ୫-ଟି, ମୋ ସରକାର କଥା କହୁଥିବା ବେଳେ ଶାସକ ଦଳର ବିଧାୟିକାଙ୍କ ସ୍ୱାମୀ ଆଇନକୁ ହାତକୁ ନେଇ ଏକ ଅନୁସୂୂଚିତ ଜାତିର ହୋମଗାର୍ଡକୁ ହତ୍ୟା ଧମକ ଦେବା ସହ ଜାତିଆଣ ଆପେକ୍ଷ କରିବା ଅତ୍ୟନ୍ତ ର୍ଦୁଭାଗ୍ୟଜନକ । ଏହା ବିରୁଦ୍ଧରେ ରାଜ୍ୟ ବିଜେପିର ଏକ ପ୍ରତିନିଧୀ ଦଳ କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରୀ ରାମଦାସ ଅଠାୱଲେଙ୍କୁ ଭେଟି ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ନ୍ୟାୟ ଏବଂ ପ୍ରିଭେନସନ ଅଫ ଆଟ୍ରୋସିଟିସ ଆକ୍ଟ,୧୯୮୯ ଅନୁଯାୟୀ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବା ସହ ହୋମଗାର୍ଡଙ୍କୁ ସୁରକ୍ଷା ଯୋଗାଇ ଦେବା ପାଇଁ ଦାବି କରିଛନ୍ତି । ନବୀନ ବାବୁଙ୍କ ସରକାର ଅନୁସୂଚିତ ଜାତି ଓ ଜନଜାତି ଏବଂ ମହିଳାଙ୍କ ଉପରେ ଅତ୍ୟାଚାର କରିଚାଲିଛି । ଅନ୍ୟପଟେ ରାଜ୍ୟସରକାର ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ହୋଇଥିବା ପ୍ରିଭେନସନ ଅଫ ଆଟ୍ରୋସିଟିସ ଆକ୍ଟକୁ କାର୍ଯ୍ୟକାରୀ କରୁନାହାଁନ୍ତି । ହୋମଗାର୍ଡର ଜୀବନ ପ୍ରତି ଏବେବି ବିପଦ ରହିଛି । ଶାସକ ଦଳର ଗୁଣ୍ଡାମାନେ ଏବେ ବିଧାୟିକାଙ୍କ ଇଙ୍ଗିତରେ ହୋମଗାର୍ଡକୁ ହତ୍ୟା କରିବା ପାଇଁ ଯୋଜନା କରୁଛନ୍ତି । ସମ୍ବିଧାନର ଧାରା ୧୮ ଅନୁଯାୟୀ ଏତଲା ଆଧାରରେ ଥାନା ଅଧିକାରୀ ଅଭିଯୁକ୍ତକୁ ଗିରଫ କରିବା କଥା । କିନ୍ତୁ ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ ନକରି ଓଲଟା ହୋମଗାର୍ଡଙ୍କ ବିରୁଦ୍ଧରେ ମିଥ୍ୟା ମକୋଦ୍ଦମା ଲଗାଇଛି । ଏଠି ନିରୀହ, ଦଳିତ ଲୋକଙ୍କ ଉପରେ ଅତ୍ୟାଚାର କରାଯାଉଛି । ହୋମଗାର୍ଡଙ୍କୁ ହତ୍ୟା ଧମକ ଦେଇ ଆକ୍ରମଣ କରିଥିବା ବରି ବିଧାୟିକା ସୁନନ୍ଦା ଦାସଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ଓ ଜିଲ୍ଲା ପରିଷଦ ସଭ୍ୟ ଅଶୋକ ସାମଲ ଏବଂ ସରପଂଚ ସନ୍ତୋଷ ସାମଲଙ୍କୁ ତୁରନ୍ତ ଗିରଫ କରାଯିବା ସହ ହୋମଗାର୍ଡ ରଂଜନ ମଲ୍ଲିକଙ୍କ ନାଁରେ ଥିବା ମିଥ୍ୟା ମକୋଦ୍ଦମାକୁ ହଟାଇ ତାଙ୍କୁ ରାଜ୍ୟସରକାର ତୁରନ୍ତ ସୁରକ୍ଷା ପ୍ରଦାନ କରନ୍ତୁ ବୋଲି ପ୍ରତିନିଧୀ ଦଳ ଦାବି କରିଛି । ପୂର୍ବରୁ ପ୍ରତିନିଧୀ ଦଳ ହୋମଗାର୍ଡଙ୍କୁ ନ୍ୟାୟ ଦେବା ଦାବିରେ ରାଜ୍ୟ ମାନବଧିକାର କମିଶନ ଏବଂ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟି ଅଭିଯୁକ୍ତମାନଙ୍କୁ ଗିରଫ କରିବା ପାଇଁ ଦାବି କରିଥିଲେ । ଏହା ସତ୍ୱେ ଆଜି ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନହେବା ବିଷୟକୁ ପ୍ରତିନିଧୀ ଦଳ କେନ୍ଦ୍ରମନ୍ତ୍ରୀ ଶ୍ରୀ ଅଠାୱଲେଙ୍କ ଆଗରେ ରଖିଥିଲେ । ଏହି ପ୍ରତିନିଧୀ ଦଳରେ ପୂର୍ବତନ ସାଂସଦ ବିଭୁପ୍ରସାଦ ତରାଇ, ରାଜ୍ୟ ସଂପାଦକ ଦିଲ୍ଲୀପ ମଲ୍ଲିକ, ଯାଜପୁର ଜିଲ୍ଲା ସଭାପତି ଗୌତମ ରାୟ, ବିଶ୍ୱଜିତ ନାୟକ, ଯୁବମୋର୍ଚ୍ଚା ରଷ୍ଟ୍ରୀୟ ଉପସଭାପତି ଠାକୁର ରଂଜିତ ଦାସ ଏବଂ ବରି ବ୍ଲକ ଚେୟାରମ୍ୟାନ ସୁବାଶିନୀ ଶର୍ମା , ବ୍ଲକ ଉପାଧ୍ୟକ୍ଷ ରମେଶ ଭଂଜ, ଜିଲ୍ଲା ପରିଷଦ ସଦସ୍ୟା ରଂଜିତା ସାମଲ, ଦିଲୀପ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.