Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ମହିଳା କମିଶନ ଅଧ୍ୟକ୍ଷା ତୁରନ୍ତ ଇସ୍ତଫା ଦିଅନ୍ତୁ: ବିଜେପି ମହିଳା ମୋର୍ଚ୍ଚା

ଆସନ୍ତା ୨୮ ତାରିଖରେ ବିଜେପି ମହିଳା ମୋର୍ଚ୍ଚା ମହିଳା କମିଶନ କାର୍ଯ୍ୟାଳୟ ଘେରାଉ କରିବ ..

0

ଭୁବନେଶ୍ୱର(ନିରପେକ୍ଷ ଖବର): ଯାଜପୁର ଜିଲ୍ଲା ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ହତ୍ୟା ଓ ବଳାତ୍କାର ଘଟଣାର ତଦନ୍ତକୁ ନେଇ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ସମ୍ପୂର୍ଣ୍ଣ ମିଛ କହିଛନ୍ତି ବୋଲି ରାଜ୍ୟ ବିଜେପି ଅଭିଯୋଗ କରିଛି। ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ବେହେରା ତୁରନ୍ତ ନିଜ ପଦରୁ ଇସ୍ତଫା ଦିଅନ୍ତୁ ନଚେତ୍ ଆସନ୍ତା ୨୮ତାରିଖରେ ମହିଳା କମିଶନ ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟ ଘେରାଉ କରିବ ବୋଲି ଚେତାବନୀ ଦେଇଛି ବିଜେପି। ଆଜି ଦଳୀୟ କାର୍ଯ୍ୟାଳୟରେ ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଯେ, ସ୍ମିତାରାଣୀଙ୍କ ହତ୍ୟା ଓ ଗଣବଳାତ୍କାର ଘଟଣାରେ ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ବେହେରା ସମ୍ପୂର୍ଣ୍ଣ ମିଛ କହିଛନ୍ତି। ଗତ ୧୯ତାରିଖରେ ଯାଜପୁର ଯାଇ ତଦନ୍ତ କରିଛନ୍ତି ବୋଲି ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ବେହେରା ଯାହା କହିଛନ୍ତି ତାହା ବି ସମ୍ପୂର୍ଣ୍ଣ ମିଛ। ମୃତା ସ୍ମିତାରାଣୀଙ୍କ ସ୍ୱାମୀଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଚିହ୍ନିନାହାନ୍ତି। ସ୍ମିତାରାଣୀଙ୍କ ସହଯୋଗୀ କର୍ମଚାରୀମାନଙ୍କ ସହ ବି କଥା ହୋଇନାହାନ୍ତି। ସ୍ମିତାରାଣୀଙ୍କ ଗାଁ କିମ୍ବା ତାଙ୍କ ଘରକୁ ବି ଯାଇନାହାନ୍ତି। ଏଭଳି ସ୍ଥିତିରେ ସେ କିଭଳି ତଦନ୍ତ କଲେ। ତା’ଛଡ଼ା ମହିଳା ଅଧ୍ୟକ୍ଷାଙ୍କ ଗସ୍ତକୁ ନେଇ ମଧ୍ୟ ଧର୍ମଶାଳା ପୁଲିସ୍ ଓ ଗଣମାଧ୍ୟମ ପାଖରେ କୌଣସି ଖବର ମଧ୍ୟ ନାହିଁ। ଓଲଟା ଗଣମାଧ୍ୟମରେ ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ବେହେରା କହିଛନ୍ତି ଯେ ସେ ରୂପେଶ ଭଦ୍ରଙ୍କ ପରିବାରକୁ ଭେଟିଛନ୍ତି। ଯେକି ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ। ତେଣୁ ମହିଳା କମିଶନ ଅଧ୍ୟକ୍ଷାଙ୍କ ନିରପେକ୍ଷ ତଦନ୍ତ ଓ ବିଶ୍ୱସନୀୟତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବା ସ୍ୱାଭାବିକ ଶ୍ରୀମତୀ ପରିଡ଼ା ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ପଦ ଏକ ସାମ୍ବିଧାନିକ ପଦ। ଏହା ବିଜେଡିର ରାଜନୈତିକ ପଦବି ନୁହେଁ। ଯାଜପୁରରେ ସ୍ମିତାରାଣୀ ବିଶ୍ୱାଳଙ୍କୁ ଯେଉଁଭଳି ଭାବରେ ବଳାତ୍କାର ପରେ ହତ୍ୟା କରାଗଲା ବେଳେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ପ୍ରଥମେ ଚୁପ ରହିଲେ। ଯେତେବେଳେ ଗଣମାଧ୍ୟମ ଓ ବିରୋଧୀଦଳ ମହିଳା କମିଶନର ନିରବତାକୁ ନେଇ ପ୍ରଶ୍ନ ଉଠାଇଲେ ସେତେବେଳେ ମହିଳା କମିଶନ କହିଲେ ସେ ନିରପେକ୍ଷ ତଦନ୍ତ ସାରିଛନ୍ତି। ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କୁ ଦେବେ ଗତ ୧୯ ତାରିଖରେ ସେ ଯାଜପୁର ଯାଇ ତଦନ୍ତ କରିଛନ୍ତି ବୋଲିି ଯାହା କହୁଛନ୍ତି ତାହା ସମ୍ପୂର୍ଣ୍ଣ ମିଛ। ତଦନ୍ତକୁ ନେଇ ଯେଭଳି କଥା ବି ମହିଳା କମିଶନ ଅଧ୍ୟକ୍ଷା କହିଛନ୍ତି ସେଥିରେ ସାମାନ୍ୟତମ ସତ୍ୟତା ନାହିଁ। ଏପରି ମିଛ କହୁଥିବା ମହିଳା କମିଶନ ଅଧ୍ୟକ୍ଷା ଓଡ଼ିଶାର ମହିଳାମାନଙ୍କୁ ନ୍ୟାୟ ଦେଇପାରିବେ ନାହିଁ। ସେ ତୁରନ୍ତ ଇସ୍ତଫା ଦିଅନ୍ତୁ ନହେଲେ ଆସନ୍ତା ୨୮ ତାରିଖରେ ବିଜେପି ମହିଳା ମୋର୍ଚ୍ଚା ମହିଳା କମିଶନ କାର୍ଯ୍ୟାଳୟ ଘେରାଉ କରିବ ବୋଲି ଶ୍ରୀମତୀ ପରିଡ଼ା ଚେତାବନୀ ଦେଇଛନ୍ତି। ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ବେହେରା ଧର୍ମଶାଳା ଯାଇ ସ୍ମିତାରାଣୀ ମାମଲାର ତଦନ୍ତ କରିଛନ୍ତି ବୋଲି ଯାହା କହୁଛନ୍ତି ତା’ର ପ୍ରମାଣ ଦିଅନ୍ତୁ। ଯଦି ନଦେଇପାରିବେ ସେ ମିଛ କହୁଥିବା କଥା ପ୍ରମାଣିତ ହେବ ଓ ଓଡ଼ିଶାର ମା’ ଭଉଣୀମାନଙ୍କୁ ମିଛ କହିଥିବା କାରଣରୁ ସେ କ୍ଷମା ମାଗି ନିଜର ପଦରୁ ତୁରନ୍ତ ଇସ୍ତଫା ଦିଅନ୍ତୁ ବୋଲି ବିଜେପି ଦାବି କରୁଛି।
ଏହି ସାମ୍ବାଦିକ ସମ୍ମିଳନୀରେ ବିଜେପି ମହିଳା ମୋର୍ଚ୍ଚା ଉପସଭାନେତ୍ରୀ ପିଙ୍କି ପ୍ରଧାନ, କାନନବାଳା ପଟ୍ଟନାୟକ ଓ ନିୟତି ଗିରି ପ୍ରମୁଖ ଉପସ୍ଥିତ ଥିଲେ।

Mo sapath

Leave A Reply

Your email address will not be published.