Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ହାତୀ ପିଠିରେ ବସି ବୁଲିବାର ମଜା ନେଇ ପାରିବେ ପର୍ଯ୍ୟଟକ….

ପର୍ଯ୍ୟଟକ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ...

0

ବାରିପଦା(ନିରପେକ୍ଷ ଖବର)ତା-୧/ନଭେମ୍ବର/୨୦୧୯-ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଥିବା ଶିମିଳିପାଳ ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ପାଇଁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ।ଏହି ସୌନ୍ଦର୍ଯ୍ୟକୁ ଉପଭୋଗ ପାଇଁ ଶୁକ୍ରବାର ସକାଳୁ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକଙ୍କ  ଭିଡ଼ ଲାଗିଛି। ପ୍ରଥମ ଦିନରେ ପୀଠବଟା ଗେଟ ବନବିଭାଗ ପକ୍ଷରୁ ପର୍ଯ୍ୟଟକଙ୍କୁ ଗୋଲାପ ଫୁଲ ଦେଇ ସ୍ୱାଗତ କରାଯାଇଛି। ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ହାତୀ ପିଠିରେ ବସି ବୁଲିବାର ମଜା ନେଇ ପାରିବେ ପର୍ଯ୍ୟଟକ। ଅଗ୍ରୀମ ବୁକିଙ୍ଗ କରି ରାତ୍ରି ଯାପନ କରିବା ସହ ୱଚ ଟାୱାର ରୁ ବନ୍ୟଜନ୍ତୁ କୁ ଦେଖିବାର ସୁଯୋଗ ପାଇବେ ପର୍ଯ୍ୟଟକ। ଅନ୍ୟପକ୍ଷରେ ପ୍ରଥମ ଦିନରେ ଶିମିଳିପାଳ ଅଭୟାରଣ୍ୟକୁ ପ୍ରବେଶ ସୁଯୋଗ ପାଇ ଥିବାରୁ ପର୍ଯ୍ୟଟକଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଛି। ବର୍ଷା ଋତୁ ପାଇଁ ଗତ ଜୁନ ୧୫ ତାରିଖ ରୁ ବନ୍ଦ ରହିଥିବା ଶିମିଳିପାଳ ଅଭୟାରଣ୍ୟ ଆଜିଠୁ ପର୍ଯଟକଙ୍କ ଖୋଲିଛି। ଦୀର୍ଘ ସାଢ଼େ ଚାରିମାସର ବ୍ୟବଧାନ ପରେ ପର୍ଯ୍ୟଟନ ୠତୁ ରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ। ପ୍ରତ୍ୟେକ ଦିନ ଶିମିଳିପାଳ ଅଭୟାରଣ୍ୟକୁ ପ୍ରବେଶ ପାଇଁ ସକାଳ ୬ ଟା ରୁ ୯ ଟା ମଧ୍ୟରେ ବାରିପଦା ପଟୁ ପିଠାବଟା ଗେଟ ଦେଇ ସର୍ବାଧିକ ୨୫ ଟି ଚାରିଚକିଆ ଯାନ ଓ ଜଶିପୁରର କୁଳିଆଣି ଗେଟ ରେ ସର୍ବାଧିକ ୩୫ ଟି ଯାନ ଶିମିଳିପାଳ ଅଭୟାରଣ୍ୟ ଭିତରକୁ ପ୍ରବେଶ କରିପାରିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କାରାଯାଇଛି। ତେବେ ବିଗତ କିଛି ବର୍ଷ ମଧ୍ୟ ଆଜି ପ୍ରଥମ ଦିନରେ ଅଧିକ ପର୍ଯ୍ୟଟକ ଅଭୟାରଣ୍ୟକୁ ପ୍ରବେଶ କରିଛନ୍ତି ବୋଲି କହିଛନ୍ତି ରେଞ୍ଜର। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ପକ୍ଷରୁ ପର୍ଯ୍ୟଟକଙ୍କ ପ୍ରତ୍ୟେକ ଗାଡ଼ିରେ ଜଣେ ଗାଇଡ଼ ବାଧ୍ୟତାମୂଳକ କରାଯାଇଛି ବୋଲି ପିଠାଵଟା ରେଞ୍ଜ ଅଫିସର ଉଗ୍ରସନ ଜେନା ସୂଚନା ଦେଇଛନ୍ତି।

Mo sapath

Leave A Reply

Your email address will not be published.