Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ସ୍ମିତାରାଣୀକୁ ନ୍ୟାୟ ଦେବା ପାଇଁ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରାଯାଉ: ମହିଳାମୋର୍ଚ୍ଚା…

ବିଜେଡି ନେତା ଅଭିଯୁକ୍ତ ଋୂପେଶ ଭଦ୍ର ଏବଂ ପ୍ରମୋଦ ସାହୁଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିରେ ରାଜ୍ୟର ସମସ୍ତ ଜିଲ୍ଲପାଳ ଅଫିସ ଆଗରେ ବିକ୍ଷୋଭ କରି ପ୍ରତିବାଦ ଜଣାଇଲା ବିଜେପି ମହିଳାମୋର୍ଚ୍ଚା ...

0

* ସ୍ମିତାରାଣୀର ଚରିତ୍ରହନନ କରିଥିବା ଯାଜପୁର ଏସପିଙ୍କୁ ବହିଷ୍କାର କରାଯାଉ
* ନିଜ କ୍ଷମତାର ଅପବ୍ୟବହାର କରିଥିବା ମହିଳା କମିଶନ ଅଧ୍ୟକ୍ଷାଙ୍କୁ ବହିଷ୍କାର କରାଯାଉ
* ପ୍ରମୋଦ ସାହୁଙ୍କ ବିରୁଦ୍ଧରେ ଦୃଢ ଏବଂ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯାଉ

ଭୁବନେଶ୍ୱର, ନିରପେକ୍ଷ ଖବର:ତା.୦୫/୧୧: ଯାଜପୁର ଜିଲ୍ଲା ହରିଦାସପୁର ପଂଚାୟତ ପିଇଓ ସ୍ମୀତାରାଣୀଙ୍କର ମୃତ୍ୟୁକୁ ଆଜି ୨୦ ଦିନ ବିତିଲାଣି । ସ୍ମିତାରାଣୀ ସହ ଦୁର୍ଷ୍କମ କରାଯାଇ ତାଙ୍କୁ ହତ୍ୟା କରାଯାଇଛି । ବିଜେପି ବାରମ୍ବାର ମୃତା ସ୍ମିତାରାଣୀଙ୍କୁ ନ୍ୟାୟ ହେବା ପାଇଁ ଦାବି କରିଆସୁଥିଲେ ବି ରାଜ୍ୟସରକାର ଏବଂ ଜିଲ୍ଲା ପୋଲିସ ପ୍ରଶାସନ ଏପର୍ଯ୍ୟନ୍ତ ଚୁପ୍ ବସିଛନ୍ତି । ପୋଲିସ କେବଳ ରୂପେଶ ଭଦ୍ରକୁ ଗିରଫ କରି ସେଠାରେ ଉପସ୍ଥିତ ଥିବା ୨ ଜଣ ବିଜେଡି ସମିତି ସଭ୍ୟ, ଜଣେ ବିଜେଡି ଜିଲ୍ଲାପରିଷଦ ଏବଂ ରାମକୋର ଉଚ୍ଚପଦସ୍ଥ ଅଧିକାରୀଙ୍କୁ ତଦନ୍ତ ପରିସରଭୃକ୍ତ କଲା ନାହିଁ । ଅନ୍ୟପଟେ ଯାଜପୁର ଏସପି ବୃତିଗତ ତଦନ୍ତ ନକରି ବ୍ୟକ୍ତିଗତ ତଦନ୍ତ କରି ମୃତା ସ୍ମିତାରାଣୀର ଚରିତ୍ରହନନ କଲେ । ଶାସକ ଦଳ ଚାପରେ ଘଟଣାକୁ ଚପେଇ ଦେବା ପାଇଁ ଅପଚେଷ୍ଟା କରାଯାଉଛି । ମହିଳା କମିଶନ ଅଧ୍ୟକ୍ଷା ତଦନ୍ତ ନକରି କେସ ସରିଗଲାଣି ବୋଲି କହି ସମଗ୍ର ମହିଳା ସମାଜକୁ ନିନ୍ଦିତ କରିଛନ୍ତି । ସେହିପରି ବିଜେଡି ରାଜ୍ୟ ସଂପାଦକ ତଥା କେନ୍ଦ୍ରାପଡା କ୍ରେଡିଟ କୋଅପରେଟିଭର ସଭାପତି ପ୍ରମୋଦ ସାହୁ ଜଣେ କର୍ମଜୀବୀ ମହିଳାଙ୍କୁ ଯୈାନ ନିର୍ଯ୍ୟାାତନା ଦେବା ଅତ୍ୟନ୍ତ ଲଜ୍ଜାଜନକ ଘଟଣା । ପ୍ରମୋସନର ଲୋଭ ଦେଖାଇ ସବୁବେଳେ ସେ ମହିଳାଙ୍କ ଯୈାନ ଉତ୍ପୀଡନ କରୁଥିଲେ । ପୋଲିସ ପ୍ରମୋଦ ସାହୁ ଏବଂ ରୂପେଶ ଭଦ୍ର ଓ ତାଙ୍କ ସହେଯାଗୀ ମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ମହିଳା ମୋର୍ଚ୍ଚା ଦାବି କରିଛି ।
ମୃତା ସ୍ମିତାରାଣୀର ହତ୍ୟା ଘଟଣାର ସିବିଆଇ ତଦନ୍ତ, ସ୍ମିତାରାଣୀଙ୍କର ଚରିତ୍ର ହନନ କରିଥିବା ଯାଜପୁର ଏସପି ଚରଣ ସିଂହ ମୀନାଙ୍କୁ ବହିଷ୍କାର, ନିଜ କ୍ଷମତାର ଅପବ୍ୟବହାର କରିଥିବା ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରାଙ୍କୁ ବହିଷ୍କାର କରିବା ଆଦି ୩ ଦଫା ଦାବି ନେଇ ଆଜି ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲପାଳ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ।
ରାଜ୍ୟସରକାର ମହିଳା ସଶକ୍ତିକରଣ, ମୋ ସରକାର, ମୋ ପୋଲିସ, ମୋ ପରିବାର ଏବଂ ୫-ଟି କଥା କହୁଥିବାବେଳେ ଏକ ସରକାରୀ କର୍ମଚାରି ଓ ମହିଳାଙ୍କ ମୃତ୍ୟୁପରେ ତାଙ୍କୁ ନ୍ୟାୟ ମିଳୁନାହିଁ । ଏହା ଅତ୍ୟନ୍ତ ର୍ଦୁଭାଗ୍ୟଜନକ ଘଟଣା । ରାଜ୍ୟରେ ମହିଳା ସମାଜ ସଂପୂର୍ଣ୍ଣଭାବେ ଅସରୁକ୍ଷିତ ହୋଇପଡିଛି । ରାଜ୍ୟରେ ମହିଳାଙ୍କ ସୁରକ୍ଷା ନେଇ ରାଜ୍ୟସରକାର ତୁରନ୍ତ ଜିରୋ ଟଲେରାନ୍ସ ଗ୍ରହଣ କରନ୍ତୁ ବୋଲି ମୋର୍ଚ୍ଚା ପକ୍ଷରୁ ଦାବି କରାଯାଇଛି ।
କେନ୍ଦ୍ରାପଡାଠାରେ ମହିଳା ମୋର୍ଚ୍ଚା ସଭାନେତ୍ରୀ ଶ୍ରମୀତୀ ପ୍ରଭାତି ପରିଡାଙ୍କ ନେତୃତ୍ୱରେ ଜିଲ୍ଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଏହା ପରେ ଶ୍ରମୀତୀ ପରିଡା ପୀଡିତା କେନ୍ଦ୍ରାପଡା ଯୈାନ ପୀଡିତା ମହିଳା ଏବଂ ପରିବାରକୁ ଭେଟିଥିଲେ । ସଠିକ ତଦନ୍ତ ହେଲେ ଆହୁରି ଅସଲ ଗୁମର ପଦାକୁ ଆସିବ ବୋଲି ଶ୍ରୀମତୀ ପରିଡା କହିଛନ୍ତି ।
ଭୂବନେଶ୍ୱରଠାରେ ରାଜ୍ୟ ସଂପାଦିକା ଡ.ଲେଖାଶ୍ରୀ ସାମନ୍ତସିଂହାର, କଟକଠାରେ ମହିଳା ମୋର୍ଚ୍ଚା ଉପସଭାନେତ୍ରୀ ସ୍ମୃତି ପଟ୍ଟନାୟକ, ବାଲେଶ୍ୱରଠାରେ ଶୋଭନା ମହାନ୍ତି, ନୟାଗଡଠାରେ ପୂର୍ବତନ ମନ୍ତ୍ରୀ ସୁରମା ପାଢୀ, ବ୍ରହ୍ମପୁରଠାରେ ଅନୀତା ଶୁଭଦର୍ଶିନୀ ଓ ପିଙ୍କି ପ୍ରଧାନ, ଅନୁଗୁଳଠାରେ ସଂଘମିତ୍ରା ପ୍ରଧାନ, ବଲାଙ୍ଗୀର ଠାରେ ସଂଗୀତା ସିଂହଦେଓ, ଖୋର୍ଦ୍ଧାରେ ରଶ୍ମୀମୟୀ ପଟ୍ଟନାୟକ ଓ ରାଜଲକ୍ଷ୍ମୀ ଉପଧ୍ୟାୟ, ପୁରୀରେ ଜ୍ୟୋତି ମହାପାତ୍ର, ଯାଜପୁରରେ ବବିତା ମଲ୍ଲିକ, ଭଦ୍ରକରେ ମନସ୍ମିତା ଖୁଂଟିଆ ସମେତ ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାରେ ଜିଲ୍ଲା ସଭାନେତ୍ରୀଙ୍କ ନେତୃତ୍ୱରେ ଏହି ପ୍ରସଙ୍ଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ।

Mo sapath

Leave A Reply

Your email address will not be published.