Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ଶିକ୍ଷକଙ୍କୁ ଛାତ୍ର ମାଲିସ କରୁଥିବାର ଭିଡିଓ ଭାଇରାଲ୍ ।

0

ବାରିପଦା(ନିରପେକ୍ଷ ଖବର)ତା-୨୪/୦୧-ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମାଲିସ କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି ।ତେବେ ଉକ୍ତ ଭିଡ଼ିଓଟି ଦୁଇଦିନ ପୂର୍ବରୁ ଭାଇରଲ ହେବା ପରେ ବିଦ୍ୟାଳୟ, ଗ୍ରାମବାସୀ ଓ ଅବିଭାବକଙ୍କ ମହଲରେ ଉତ୍ତେଜନା ଦେଖାଦେଇଛି। ସୂଚନା ଅନୁଯାୟୀ ଏହି ସୋସିଆଲ ମିଡିଆରେ ଭାଇରାଲ୍ ହୋଇଥିବା ଭିଡ଼ିଓଟି ପ୍ରାୟ ଏକବର୍ଷ ତଳର ବୋଲି ।

Advertising:
Blank space

ବିଦ୍ୟାଳୟର ଛାତ୍ରାବାସରେ ଶିକ୍ଷକ ଜଣକ ଏକ ଦଉଡି ଖଟିଆରେ ଶୋଇଥିବା ବେଳେ ୩ ଜଣ ଛାତ୍ର ତାଙ୍କ ମୁଣ୍ଡ ଓ ହାତ ମସାଜ କରୁଥିବା ଏଥିରେ ଦେଖିବାକୁ ମିଳିଛି ଏବଂ ସେହି ସମୟରେ ଜଣେ ଶିକ୍ଷକ ଆସି ବିଦ୍ୟାଳୟର କିଛି କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରଧାନ ଶିକ୍ଷକଙ୍କ ସହ ଆଲୋଚନା କରୁଥିବା ଭିଡ଼ିଓରୁ ଦେଖିବାକୁ ମିଳୁଛି। ତେବେ ଉକ୍ତ ଭିଡ଼ିଓଟି ଦୁଇଦିନ ପୂର୍ବରୁ ଭାଇରଲ ହେବା ପରେ ବିଦ୍ୟାଳୟ, ଗ୍ରାମବାସୀ ଓ ଅବିଭାବକଙ୍କ ମହଲରେ ଉତ୍ତେଜନା ଦେଖାଦେଇଛି। ଯାହାକୁ ନେଇ ଅବିଭାବକ, ଶିକ୍ଷକ, ଗ୍ରାମବାସୀ ଏବଂ ବିଦ୍ୟାଳୟ ମେନେଜିଙ୍ଗ କମିଟି ତରଫରୁ ଏକ ଆଲୋଚନା କରାଯାଇଥିଲା। ଏହି ଘଟଣାଟି ଘଟିଛି ମୟୂରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ ଅଧୀନ ଖେର୍ଣ୍ଣା ଅଞ୍ଚଳର ଈଶ୍ୱରଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ରେ । ଶିକ୍ଷକ ଜଣକ ହେଉଛନ୍ତି ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଜନାର୍ଦ୍ଦନ ମଣ୍ଡଳ। ଘଟଣା ପ୍ରଘଟ ହେବାପରେ ବିଭାଗୀୟ ଅଧିକାରୀ ତଦନ୍ତ ଆରମ୍ଭ କରି ଆମ ପ୍ରତିନିଧି ଙ୍କୁ ଦେଇଥିବା ତଥ୍ୟ ଅନୁସାରେ ବିଦ୍ୟାଳୟ ଓ ହଷ୍ଟେଲର ମଧ୍ୟାହ୍ନଭୋଜନ ଦାୟିତ୍ବରେ ଥିବା ଶିକ୍ଷକ ବାପି ମହାନ୍ତ ଥିଲେ। ସେ ଅନିୟମିତତା କରିବାରୁ ତାଙ୍କୁ ଏହି ଦାୟିତ୍ବରୁ ଅପସାରିତ କରାଯାଇଥିଲା। ଫଳରେ ସେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ଉପରେ ପ୍ରତିଶୋଧ ପରାୟଣ ହୋଇ ଭିଡିଓ ଭାଇରାଲ କରିଛନ୍ତି। ଏହି ଭିଡିଓ ପ୍ରାୟ ୧ ବର୍ଷ ପୁରୁଣା ଅଟେ।

ତେବେ ଏହି ଘଟଣା ବାବଦରେ ଉକ୍ତ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କୁ ପଚାରିବାରୁ, ସେହି ଦିନ ତାଙ୍କ ସ୍ବାସ୍ଥ୍ୟବସ୍ଥା ଠିକ୍ ନ ଥିବା କଥା ସେ ପ୍ରକାଶ କରିଛନ୍ତି। ତେଣୁ ସେ ବିଦ୍ୟାଳୟ ଛାତ୍ରାବାସରେ ଏକ ଦଉଡି ଖଟିଆରେ ଶୋଇଥିବା ବେଳେ ୩ ଜଣ ଛାତ୍ର ତାଙ୍କ ମୁଣ୍ଡ ଓ ହାତ ମସାଜ କରୁଥିବା କହିଛନ୍ତି। ସେପଟେ ଅଭିଯୋଗ ହୋଇଥିବା ଶିକ୍ଷକ କୌଣସି ପ୍ରତିକ୍ରିୟା ଦେବାପାଇଁ ମନା କରିଛନ୍ତି।

କିନ୍ତୁ ପ୍ରଧାନ ଶିକ୍ଷକ ଜନାର୍ଦ୍ଦନ ମଣ୍ଡଳଙ୍କ କହିବା କଥା ଏବଂ ଭିଡ଼ିଓରେ ଯେଉଁ ଅବସ୍ଥାରେ କଥା ବାର୍ତା କରୁଥିଲେ।ଏ ଦୁଇଟି ଘଟଣା ମଧ୍ୟରେ କୌଣସି ତାଳମେଳ ନଥିବା ଦେଖିବାକୁ ମିଳୁଛି।
ଏନେଇ ବିଦ୍ୟାଳୟରେ ହୋଇଥିବା ଆଲୋଚନାରେ ଭିଡିଓ ଭାଇରାଲ୍ କରି ବିଦ୍ୟାଳୟକୁ ବଦନାମ କରିଥିବା ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ବିଦ୍ୟାଳୟ ପରିଚାଳନା ସମିତି ଥାନାରେ ଅଭିଯୋଗ କରିବା ବୋଲି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

Mo sapath

Leave A Reply

Your email address will not be published.