Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ଅର୍ଥନୀତିରେ ମହିଳାଙ୍କ ସହଭାଗୀତା ଦ୍ୱାରା ଦେଶର ବିକାଶ ସମ୍ଭବ

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା.୨୨/୦୨: ଆଗାମୀ ଦିନରେ ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ନେତୃତ୍ୱରେ ଦେଶରେ ୫ ଟ୍ରିଲିୟନ ଡଲାର ଅର୍ଥ ବ୍ୟବସ୍ଥା ଲକ୍ଷ୍ୟ ହାସଲ କରାଯିବ । ଏହି ଅର୍ଥନୀତିରେ ମହିଳାଙ୍କ ସହଭାଗୀତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଦେଶରେ ୫୦ ପ୍ରତିଶତ ମହିଳା ବସବାସ କରୁଛନ୍ତି । ସେମାନେ ଆତ୍ମ ନିର୍ଭରଶୀଳ ହୋଇ ନିଜ ନିଜ କ୍ଷେତ୍ରରେ ସୁପ୍ରିତିଷ୍ଠିତ ହେବାକୁ ଉଦ୍ୟମ କରିବା ଆବଶ୍ୟକ । ମହିଳାମାନେ ସ୍ୱୟଂସଂପୂର୍ଣ୍ଣା ହେବା ସହ ଅର୍ଥନୀତିରେ ଭାଗିଦାରୀ ହେଲେ ଦେଶର ବିକାଶ ସମ୍ଭବ ହୋଇପାରିବ ବୋଲି ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ସଭାନେତ୍ରୀ ଶ୍ରୀମତୀ ବିଜୟା ରାହଟକର କହିଛନ୍ତି ।
ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମହିଳା ମୋର୍ଚ୍ଚା ସମ୍ମିଳନୀରେ ଶ୍ରୀମତୀ ରାହଟକର ଯୋଗ ଦେଇ କହିଛନ୍ତି ଯେ, ତୃଣମୂଳସ୍ତରରେ ସ୍ୱୟଂ ସହାୟିକା ଗୋଷ୍ଠୀର ସଶକ୍ତିକରଣ କେବଳ ଭାଷାଣବାଜିରେ ହେବ ନାହିଁ । ଏଥିପାଇଁ ଦୃଢ ନିଶ୍ଚିତ ହୋଇ ତାଙ୍କର ନିର୍ମିିତ ଉତ୍ପାଦକୁ ବଜାରରେ ପହଂଚାଇବା ଦରକାର । ସେମାନଙ୍କ ଉତ୍ପାଦ ବିକ୍ରି ହେଲେ ସେମାନେ ଅର୍ଥନୈତିକ ଭାବେ ଆତ୍ମନିର୍ଭରଶୀଳ ହୋଇପାରିବେ ଏବଂ ସମାଜର ମୁଖ୍ୟ ଅର୍ଥନୈତିକ ସ୍ରୋତରେ ସାମିଲ ହେଇପାରିବେ ।
ମୋଦି ସରକାର ଜନଧନ ଯୋଜନାରେ ବ୍ୟାଙ୍କ ଖାତା ଖୋଲିଛନ୍ତି, ମୁଦ୍ରା ଯୋଜନାରେ ଲୋନ ବ୍ୟବସ୍ଥା କରିଛନ୍ତି, ଷ୍ଟାର୍ଟଅପକୁ ପ୍ରଧାନ୍ୟ ଦେବାକୁଯାଇ ମୋଦି ସରକାର ଗାଁ ଏବଂ ସହରରେ ଏମଏସଏମଇ, ଭିତିଭୂମି, ବୟନ, ପ୍ରଯୁକ୍ତି ଓ ପର୍ଯ୍ୟଟନକୁ ଗୁରୁତ୍ୱ ଦେଉଛନ୍ତି । ମହିଳା ମାନେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ ନିଜକୁ ସାମିଲ କରି ରାଜ୍ୟ ଓ ଦେଶର ଅର୍ଥନୀତିରେ ଏକ ବଡ ଭୂମିକା ଗ୍ରହଣ କରିବେ ବୋଲି ଶ୍ରୀମତୀ ରାହଟକର କହିଛନ୍ତି ।
ଏହି ଅବସରରେ ରାଜ୍ୟ ସଭାପତି ସମୀର ମହାନ୍ତି, ପୂର୍ବତନ ମନ୍ତ୍ରୀ ସୁରମା ପାଢୀ, ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ପ୍ରଭାତୀ ପରିଡା, ସୀମନ୍ତିନୀ ଜେନା, କାନନବାଳା ପଟ୍ଟନାୟକ, ସ୍ମୃତି ପଟ୍ଟନାୟକ, ପ୍ରତିଭା ଶତପଥୀ, ଯାଜ୍ଞସେନୀ ଜେନା, ବବିତା ପାତ୍ର, ମନସ୍ମିତା ଖୁଂଟିଆ, ଅନୀତା ଶୁଭଦର୍ଶିନୀ ଏବଂ କସ୍ତୁରୀ ମିଶ୍ରଙ୍କ ସମେତ ରାଜ୍ୟ ମହିଳା ପଦାଧିକାରୀ ଓ ସମସ୍ତ ଜିଲ୍ଲାର ମହିଳା ମୋର୍ଚ୍ଚା ସଭାନେତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.