Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ଓଡିଶା ଶିଳ୍ପର ଅଭିବୃଦ୍ଧିରେ ଜାପାନ ସହଯୋଗୀ ହେବ – ଧର୍ମେନ୍ଦ୍ର ପ୍ରଧାନ

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା: ୨୭/୦୨ – ଓଡିଶା ଶିଳ୍ପର ଅଭିବୃଦ୍ଧିରେ ଜାପାନ ସହଯୋଗୀ ହେବ ବୋଲି
ଗୁରୁବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜାପାନ ରାଷ୍ଟ୍ରଦୂତ ସତୋଷୀ ସୁଜିକିଙ୍କ
ସହ ଆଲୋଚନା କରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଯେ ଆର୍ସେଲର ମିତଲକୁ ପ୍ଲାଂଟକୁ ନେବା ପରେ ନିପନ ଷ୍ଟିଲ୍ ଏଥିରେ ବଡ ସହଯୋଗୀ ହୋଇଛି । ଏହାସହ ଜାପାନର ଇସ୍ପାତ୍ କମ୍ପାନୀ ଜେଏଫଇ ଜେଏସଡବ୍ଲୁ ସହ ସହଭାଗୀ ହୋଇଛି । ଓଡିଶାର ଇସ୍ପାତ୍ ଶିଳ୍ପରେ ଜାପାନର ଦୁଇଟି ବଡ ଇସ୍ପାତ୍ କମ୍ପାନୀ ଜେଏଫ୍‌ଇ ଏବଂ ନିପନ ବଡ ପୁଞ୍ଜିନିବେଶ କରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବଦୋୟ ମିଶନରେ ଜାପାନ ଏକ ସହଯୋଗୀ ରାଷ୍ଟ୍ର ହେବା ଆମର ଲକ୍ଷ୍ୟ । ଏହାସହ ଏହି ମିଶନରେ ଓଡିଶାର କଳିଙ୍ଗ ନଗରର ବିକାଶ କରାଯାଇପାରିବ । କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ସହଯୋଗରେ କଳିଙ୍ଗ ନଗରକୁ ବିଶ୍ୱ ଇସ୍ପାତ୍ ଶିଳ୍ପର ପେଣ୍ଠସ୍ଥଳି ଭାବେ ଗଢିତୋଳିବା ଲକ୍ଷ୍ୟ ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ଆଗାମୀ ଦିନରେ ଦେଶରେ ଇସ୍ପାତ୍ ଉତ୍ପାଦନକୁ ୧୪୦ ଏମଟିରୁ ୩୦୦ ଏମଟି କରାଯିବ । ଦେଶରେ ଇସ୍ପାତ ଉତ୍ପାଦନରେ ଯେଉଁ ବ୍ୟାପକ ଅଭିବୃଦ୍ଧି ହେବ ସେଥିରୁ ଓଡିଶାରୁ ସିଂହ ଭାଗ ଇସ୍ପାତ୍ ଇତ୍ପାଦନ ହେବ । କେବଳ ଇସ୍ପାତ୍ ଉତ୍ପାଦନ ନୁହେଁ ଇସ୍ପାତ୍ ସହ ଜଡିତ ଶିଳ୍ପର ସଂପ୍ରସାରଣ ଓଡିଶାରେ ହେଲେ ରାଜ୍ୟର ରାଜସ୍ୱ ବଢିବା ସହ ରୋଜଗାର ବଢିବ । ଏଥିପାଇଁ ଜାପାନକୁ ଏକ ସହଯୋଗୀ ପାର୍ଟନର ଭାବେ ନେବା ମୂଳ ଉଦ୍ଦେଶ୍ୟ ବୋଲି ସେ କହିଛନ୍ତି ।ଶ୍ରୀ ପ୍ରଧାନ କହିଛନ୍ତି ଯେ ଆଜିର ଆଲୋଚନାରେ ଓଡିଶାରେ ଥିବା ବିଭିନ୍ନ ସୁବିଧାର ବିସ୍ତୁତ ବିବରଣୀ ଜାପାନର ରାଷ୍ଟ୍ରଦୂତଙ୍କୁ ପ୍ରଦାନ କରାଯାଇଛି । କେବଳ ପର୍ଯ୍ୟଟନ, ଇସ୍ପାତ୍ ଶିଳ୍ପ ନୁହେଁ, କୃଷି, ହସ୍ତତନ୍ତ, ପେଟ୍ରୋକେମିକାଲ କ୍ଷେତ୍ରରେ ବ୍ୟାପକ ଆଲୋଚନା କରି ଜାପାନ ଓ ଭାରତ ସରକାରଙ୍କ ସହଯୋଗରେ ଓଡିଶାର ବିକାଶ କରାଯାଇପାରିବ ବୋଲି ସେ କହିଛନ୍ତି । ଏହାବ୍ୟତିତ ବର୍ଷ ୨୦୨୦ ମେକ୍ ଇନ୍ ଓଡିଶା କନକ୍ଲେଭରେ ଜାପାନ ପାର୍ଟନର ହେବା ନେଇ ଅନୁରୋଧ କରାଯାଇଥିବା ଶ୍ରୀ ପ୍ରଧାନ କହିଛନ୍ତି ।
ଉଲ୍ଲେଖନୀୟ ଯେ, ଆଜିର ଉଚ୍ଚସ୍ତରୀୟ ବୈଠକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଇସ୍ପାତ୍ ମନ୍ତ୍ରଣାଳୟର ବରିଷ୍ଠ ପ୍ରତିନିଧିମାନେ ମଧ୍ୟ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.