Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

“ଦି ଇଣ୍ଟରଭ୍ୟୁ ଟାଇମ୍ସ” ପକ୍ଷରୁ ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ ୨୦୨୦

0

*ସମ୍ମାନିତ ହେଲେ ୨୦ଜଣ ବିଶିଷ୍ଟ ବ୍ୟକ୍ତିବିଶେଷ….

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୫/୦୩ : ଓଡ଼ିଶାର ଶିଳ୍ପ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା କିଛି ବ୍ୟକ୍ତିବିଶେଷଙ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଓଡ଼ିଶାର ଅଗ୍ରଣୀ ଇଂରାଜୀ ପତ୍ରିକା “ଦି ଇଣ୍ଟରଭ୍ୟୁ ଟାଇମ୍ସ” ପକ୍ଷରୁ ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ ଉତ୍ସବ ୨୦୨୦ ସ୍ଥାନୀୟ ଏକ ହୋଟେଲ୍‌ରେ ଅନୁଷ୍ଠିତ ହୋଇଯାଇଛି  । ଏହି କାର୍ଯ୍ୟକ୍ରମର ଉଦ୍‌ଘାଟକ ଭାବରେ ମାନ୍ୟବର ମନ୍ତ୍ରୀ (ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ) କ୍ୟାପ୍‌ଟେନ୍ ଦିବ୍ୟଶଙ୍କର ମିଶ୍ର, ଡଃ. ଅଚ୍ୟୁତ ସାମନ୍ତ (ମାନ୍ୟବର ସାଂସଦ କନ୍ଧମାଳ), ମୁଖ୍ୟଅତିଥି ଭାବେ ଶ୍ରୀଯୁକ୍ତ ଜ୍ୟୋତିପ୍ରକାଶ ପାଣିଗ୍ରାହୀ (ମାନ୍ୟବର ମନ୍ତ୍ରୀ ପର୍ଯ୍ୟଟନ, ଓଡ଼ିଆ ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗ, ଓଡ଼ିଶା ସରକାର), ସମ୍ମାନିତ ଅତିଥି ଭାବେ ଶ୍ରୀଯୁକ୍ତ ବିଜୟ କୁମାର ପଟ୍ଟନାୟକ (ପୂର୍ବତନ ମୁଖ୍ୟ ଶାସନ ସଚିବ, ଓଡ଼ିଶା), ଶ୍ରୀଯୁକ୍ତ ପ୍ରଣବ କୁମାର ଦାସ (ମୁଖ୍ୟ କମିଶନର, ଆୟକର ବିଭାଗ), ଶ୍ରୀଯୁକ୍ତ ମନୋଜ କୁମାର ମିଶ୍ର (ମାନ୍ୟବର ସଚିବ, ଇ ଆଣ୍ଡ ଆଇଟି), ଶ୍ରୀଯୁକ୍ତ ପ୍ରଦୀପ୍ତ ମହାନ୍ତି (ଅଧ୍ୟକ୍ଷ, ଏସ୍‌ଏନ୍‌ଏମ୍ ଗ୍ରୁପ୍‌), ଶ୍ରୀଯୁକ୍ତ ତାରାରଂଜନ ପଟ୍ଟନାୟକ (ପ୍ରତିଷ୍ଠାତା, ଫାଲ୍‌କନ୍ ମେରାଇନ୍‌), ଶ୍ରୀଯୁକ୍ତ ପ୍ରସାଦ ହରିଚନ୍ଦନ (ପୂର୍ବତନ ବିଧାୟକ) ଏବଂ ପ୍ରଫେସର ପ୍ରଫୁଲ୍ଲ କୁମାର ମହାନ୍ତି (ବରିଷ୍ଠ ସାରସ୍ୱତ ସାଧକ) ପ୍ରମୁଖ ଯୋଗ ଦେଇଥିଲେ  । ପତ୍ରିକାର ସମୂହ ସମ୍ପାଦକ ଶ୍ରୀ ଦିବ୍ୟଜିତ୍ ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦେଇଥିଲେ  । ସଭା କାର୍ଯ୍ୟ ପରେ ପରେ ଶିଳ୍ପ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୨୦ଜଣ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ‘ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ ୨୦୨୦’ରେ ସମ୍ମାନିତ କରାଯାଇଥିଲା  । ଏଥିସହିତ “ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ସ୍ୱତନ୍ତ୍ର ସଂଖ୍ୟାର ଉନ୍ମୋଚନ କରାଯିବା ସହ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ମହାନ୍ ଜନନାୟକ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୀବନୀ ଉପରେ ଆଧାରିତ ଏକ ପୁସ୍ତକ “ଗ୍ଲାଡିଏଟର୍ ୱାରିଅର”ର ଲୋକାର୍ପଣ କରାଯାଇଥିଲା  । ପତ୍ରିକାର ସହସମ୍ପାଦକ ଶ୍ରୀ ଶୁଭୋଜିତ୍ ପଣ୍ଡା ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ  ।

Mo sapath

Leave A Reply

Your email address will not be published.