Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…
Blank space

ବଢାଯିବ କ୍ବାରେଣ୍ଟାଇନ୍ ସମୟସୀମା …

0

ଭୁବନେଶ୍ବର, ନିରପେକ୍ଷ ଖବର:ତା-୭/୫/ ଆବଶ୍ୟକ ହେଲେ ବଢାଯିବ କ୍ବାରେଣ୍ଟାଇନ୍ ସମୟସୀମା । ଏଭଳି ପରାମର୍ଶ ଦେଇଛନ୍ତି ଜାତୀୟ ସ୍ତରୀୟ ସ୍ବାସ୍ଥ୍ୟ ବିଶେଷଜ୍ଞ ତଥା କେନ୍ଦ୍ର ସରକାରଙ୍କ କୋଭିଡ୍-୧୯ ମୁକାବିଲା ପାଇଁ ଗଠିତ କମିଟିର ସଭ୍ୟ ଶ୍ରୀନାଥ ରେଡ୍ଡୀ । କରୋନା ମୁକାବିଲା ନେଇ ଗୁରୁବାର ଶ୍ରୀନାଥ ରେଡ୍ଡୀ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା କରିଛନ୍ତି ।
ଏଥର ସେ କ୍ବାରେଣ୍ଟାଇନ୍ ସମୟସୀମା ବୃଦ୍ଧି କରିବାକୁ ଅଧିକ ଫୋକସ୍ ଦେଇଛନ୍ତି । ଆବଶ୍ୟକ ପଡିଲେ ୧୪ଦିନରୁ ୨୧ଦିନ ପର୍ଯ୍ୟନ୍ତ ପୃଥକବାସରେ ରହିବାକୁ ଗୁରୁତ୍ବ ଦେଇଛନ୍ତି ।

Public advised
Blank space

ପୃଥକବାସ ସମୟ ବଢାଯାଇ ପାରେ ବୋଲି ସେ ସୂଚନା ପ୍ରଦାନ କରିଛନ୍ତି । ସାମାଜିକ ଦୂରତା, ପରିଷ୍କାର ପରିଚ୍ଛନ୍ନତା ରକ୍ଷା କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ପ୍ରଦାନ କରିଛନ୍ତି ।
ଓଡିଶା ଯେଉଁଭଳି ଭାବରେ କରୋନା ମୁକାବିଲା କରୁଛି ତାହା ପ୍ରଶଂସନୀୟ ବୋଲି ଶ୍ରୀନାଥ ରେଡ୍ଡୀ କହିଛନ୍ତି । ସେ କହିଛନ୍ତି ରାଜ୍ୟ ସରକାର ବହୁତ ଭଲ କାମ କରିଛନ୍ତି । ତେବେ ମାସ୍କ ବ୍ୟବହାର ଓ କଣ୍ଟାକ୍ଟ ଟ୍ରେସିଂ ଉପରେ ମଧ୍ୟ ଗୁରୁତ୍ବ ଦେଇଛନ୍ତି ଶ୍ରୀନାଥ ।
ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ଅବସରରେ ମୁଖ୍ୟ ଶାସନ ସଚିବଙ୍କ ସହ ସମସ୍ତ ମନ୍ତ୍ରୀ, ସଚିବ, ଜିଲ୍ଲାପାଳ ଉପସ୍ଥିତ ଥିଲେ । ଏହି ଅବସରରେ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିଥିଲା । ଶ୍ରୀନାଥଙ୍କଠାରୁ କରୋନା ସମ୍ପର୍କିତ ସମସ୍ତ ସୂଚନା ପାଇଥିଲେ ଅଧିକାରୀ ।

Mo sapath

Leave A Reply

Your email address will not be published.