Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତ
Blank space

କରୋନ ମାନୁନି ବ୍ରେକ୍, ୩୬୨ରେ ପହଞ୍ଚିଲା ରୋଗୀଙ୍କ ସଂଖ୍ୟା..

ଆଜି ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ...

0

ଭୁବନେଶ୍ବର ନିରପେକ୍ଷ ଖବର:ତା୧୦/୫/ ରାଜ୍ୟରେ କରୋନାକୁ ଲାଗୁନି ବ୍ରେକ୍ । ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ରବିବାର ରାଜ୍ୟରେ ଆଉ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରବିବାର ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ୧୦ ସଂକ୍ରମିତଙ୍କ ମଧ୍ୟରୁ ଭଦ୍ରକ ଜିଲ୍ଲାରୁ ୬ଜଣ ରହିଥବା ବେଳେ ଯାଜପୁର ଜିଲ୍ଲାର ୪ଜଣ ରହିଛନ୍ତି । ଭଦ୍ରକ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୧ରେ ପହଞ୍ଚିଛି । ଏଥିମଧ୍ୟରୁ ୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨ ଜଣ ସୁସ୍ଥ ହୋଇଛନ୍ତି । ସେହିଭଳି ଯାଜପୁର ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୯ରେ ପହଞ୍ଚିଛି । ଏଥିମଧ୍ୟରୁ ୫୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨ଜଣ ସୁସ୍ଥ ହୋଇଛନ୍ତି ।

ରବିବାର ସକାଳୁ ଚିହ୍ନଟ ହୋଇଥିବା ୫୬ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୨୯ ଜଣ, ଅନୁଗୋଳ ଜିଲ୍ଲାରୁ ୧୩ ଜଣ, ବାଲେଶ୍ବର ଜିଲ୍ଲାରୁ ୧୫ ଜଣ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ରହିଥିଲେ । ଗଞ୍ଜାମ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି । ଗଞ୍ଜାମ ଜିଲ୍ଲାରେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି । ଗଞ୍ଜାମ ଜିଲ୍ଲାରେ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି । ସେହିପରି ଅନୁଗୋଳ ଜିଲ୍ଲାରେ ପ୍ରଥମ ଥର ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟର କରୋନା ଗ୍ରାଫ୍‌ରେ ଯୋଡି ହୋଇଯାଇଛି ଅନୁଗୋଳ ଜିଲ୍ଲା । ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩ ରହିଛି । ବାଲେଶ୍ବର ଜିଲ୍ଲାରୁ ଆଉ ୧୫ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୨ରେ ପହଞ୍ଚିଛି । ସେଥିମଧ୍ୟରୁ ୩୩ଟି ଆକ୍ଟିଭ୍ କେସ୍ ଥିବାବେଳେ ୯ଜଣ ସୁସ୍ଥ ହୋଇଛନ୍ତି । ସେହିପରି ମୟୁରଭଞ୍ଜ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୮ରେ ପହଞ୍ଚିଛି । ଜିଲ୍ଲାରେ ୮ଟି ଯାକ ଆକ୍ଟିଭ କେସ୍ ରହିଛି ।

Blank space

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୯୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Mo sapath

Leave A Reply

Your email address will not be published.