Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

କରୋନା ସଚେତନତାର ବାର୍ତ୍ତା ବାଣ୍ଟିଲେ ବିଧାୟକ ଅନନ୍ତ ନାରାୟଣ ଜେନା

0

ଭୁବନେଶ୍ୱର,ନିରପେକ୍ଷ ଖବର:୩୦/୧୧ ବିଜୁ ଜନତା ଦଳର ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସମ୍ପାଦକ ତଥା ଶ୍ରୀ ଶ୍ରୀ ମହାବୀର ସାମାଜିକ ସଂଗଠନର ସାଧାରଣ ସମ୍ପାଦକ ମିଲନ କୁମାର ପାଇକରାୟଙ୍କ ନେତୃତ୍ୱରେ ଏକ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର କର୍ମକର୍ତ୍ତାମାନେ ସମୋବାର ନୟାପଲ୍ଲୀ ୱାର୍ଡ ନଂ-୩୯ ଅଧିନରେ ଥିବା ବାଲିତୋଟା ସାହିର ଲୋକମାନଙ୍କ ମଧ୍ୟରେ ସଚେତନତାର ବାର୍ତ୍ତା ବାଣ୍ଟି ଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଯୋଗଦେଇ ପରିବେଶକୁ ସୁନ୍ଦର ରଖିବା ପାଇଁ ବୃକ୍ଷରୋପଣ କରିବା ସହ କରୋନା ଟୀକା ନ ବାହାରିବା ପର୍ଯ୍ୟନ୍ତ ନିଜ ନିଜ ଭିତରେ ସାମାଜିକ ଦୂରତା ରଖିବା ସହ ବାରମ୍ବାର ସାନିଟାଇଜ୍ , ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି। ଏଥିସହିତ କରୋନାରୁ ରକ୍ଷାପାଇବା ପାଇଁ ସଚେତନତା କରାଇଥିଲେ। ଏହି ଅବସରରେ ସ୍ଥାନୀୟ ଅଞ୍ଚଳର ସମସ୍ୟା ଅଞ୍ଚଳ ବାସୀ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଖୁବ୍‌ଶୀଘ୍ର ଏହି ସମସ୍ୟାର ସମାଧାନ କରାଯିବ ବୋଲି ବିଧାୟକ ପ୍ରତିଶୃତି ଦେଇଥିବା ସୂଚନା ମିଳିଛି। ଏନେଇ ଶ୍ରୀ ଶ୍ରୀ ମହାବୀର ସାମାଜିକ ସଂଗଠନ ପକ୍ଷରୁ ବିଧାୟକଙ୍କ ଦ୍ୱାରା ମାସ୍କ, ସାବୁନ୍‌, ସାନିଟାଇଜର୍ ଓ ଫିନାଇଲ୍ ବଣ୍ଟନ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କସ୍ତୁରୀ ମହିଳା ସଂଗଠନର ସଭାପତି କାନନବାଳା ମହାପାତ୍ର, ବାଲିତୋଟା ସାହି ଓନର୍ସ ଆସୋସିଏସନ୍‌ର ସଦସ୍ୟ ପ୍ରମୋଦ ଚନ୍ଦ୍ର ପଟ୍ଟନାୟକ, ନିଶାକର ଦାସ, ପ୍ରାଣେଶ୍ୱର ପ୍ରଧାନ, ଦେବାଶିଷ ରାୟ, ସୁଧିର ନାୟକ, ଆଶିଷ ସେଠୀ , ମମତା ବେହେରା, କବି ବେହେରା, ମାନସ ରାଉତ, ଦେବାଶିଷ ପ୍ରଧାନ, ଶାଶ୍ୱତ ଲେଙ୍କା ଓ ରାକେଶ କୁମାର ଜାଲିଙ୍କ ସମେତ ଅଞ୍ଚଳର ଅନେକ ବରିଷ୍ଠ ନାଗରିକ, ମହିଳା, ଯୁବକ, ଛାତ୍ରଙ୍କ ସମେତ ଶ୍ରୀ ଶ୍ରୀ ମହାବୀର ସାମାଜିକ ସଂଗଠନର କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.