Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ବିଜେଡି ଓ କଂଗ୍ରେସ ଦଳର ଶତାଧିକ ଯୁବନେତା ଓ ବୁଦ୍ଧିଜୀବୀଙ୍କ ସମେତ ବରିଷ୍ଠ ନାଗରିକ ବିଜେପିରେ ହେଲେ ସାମିଲ…

ରାଜ୍ୟ ସଭାପତି ଓ କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିର ମିଶ୍ରଣ ପର୍ବ....

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା.୨୭/୧୨: ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡାଜୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ରାଜ୍ୟସଭାପତି ଶ୍ରୀ ସମୀର ମହାନ୍ତି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଭୁବନେଶ୍ୱରର ଶତାଧିକ କଂଗ୍ରେସ ଓ ବିଜେଡି ଯୁବନେତା ବିଜେପିରେ ସାମିଲ ହୋଇଛନ୍ତି ।
ଭୁବନେଶ୍ୱର ୟୁନିଟ-୯ ଅଂଚଳର ବିଜୁ ଯୁବ ଜନତା ଦଳର ଉପସଭାପତି ମାନସ ପଟ୍ଟନାୟକ, ଅର୍ଜ୍ଜୁନ ମଲ୍ଲିକ, ମମତା ମଲ୍ଲିକ, ଲକ୍ଷ୍ମୀସାଗର ଅଂଚଳର ରାଜେନ୍ଦ୍ର ପ୍ରସାଦ ତିୱାରୀ, ରସୁଲଗଡର ଯୁବ ନେତା ପବିତ୍ର କୁମାର ଜେନା, ବିକ୍ରମ ବଳିଆରସିଂହ, ଚିନ୍ତାମଣିଶ୍ୱରର ଡ. ପି.ସି. ସାହୁ, ବୁଦ୍ଧେଶ୍ୱରୀ ଅଂଚଳର ପର୍ଶୁରାମ ଜେନା, ସୁଚରିତା ଜେନାମଣି, ଇତିଶ୍ରୀ ସାହୁ, ସାହାଜାନ ଖାନ୍‌, ପ୍ରିୟଙ୍କା ଛୋଟରାୟ, ଙ୍କ ସମେତ ବିଜେଡି ଓ କଂଗ୍ରେସ ଦଳର ଶତାଧିକ ଯୁବନେତା,ବୁଦ୍ଧିଜୀବୀଙ୍କ ସମେତ ବରିଷ୍ଠ ନାଗରିକମାନେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ସଭାପତି ଶ୍ରୀ ମହାନ୍ତି ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଏବଂ ଟୋପି ପିନ୍ଧାଇ ବିଦ୍ଧିବଦ୍ଧ ଭାବେ ଦଳରେ ସାମିଲ କରାଇଛନ୍ତି । ଶ୍ରୀ ମହାନ୍ତି ସମସ୍ତ ନୂତନ ସଦସ୍ୟଙ୍କୁ ସ୍ୱାଗତ କରିବା ସହ ସାଧୁବାଦ ଜଣାଇଛନ୍ତି । ଏହି ମିଶ୍ରଣ ଦ୍ୱାରା ଦଳ ଆହୁରି ମଜବୁତ୍ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି । ଅନ୍ୟପଟେ ବିଜେପିର ବିକାଶ ଧାରାରେ ନିଜକୁ ସାମିଲ କରି ନୂଆ ଓଡିଶା ଗଠନ ଲକ୍ଷ୍ୟରେ ବିଜେପିରେ ସାମିଲ ହୋଇଛନ୍ତି ବୋଲି ସଦ୍ୟ ଯୋଗ ଦେଇଥିବା ନେତାମାନେ କହିଛନ୍ତି । ଏହି ଅବସରରେ ଭୁବନେଶ୍ୱର ଜିଲ୍ଲାର ସମସ୍ତ ମଣ୍ଡଳ ସଭାପତି ଉପସ୍ଥିତ ରହି ନୂତନ ସଦସ୍ୟଙ୍କୁ ସ୍ୱାଗତ କରିଥିଲେ । ଏହି ମିଶ୍ରଣ ପର୍ବରେ ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର, ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ, ଜଗନ୍ନାଥ ପ୍ରଧାନ, ହରେକୃଷ୍ଣ ଖୁଂଟିଆ ପ୍ରମୁଖ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.