Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସରେ ରାଜ୍ୟର ପ୍ରଗତିରେ ମା’ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ଉପରେ ଆଲୋଚନା

0

ଭୁବନେଶ୍ୱର,ନିରପେକ୍ଷ ଖବର:୨୬/୧୨/୨୦୨୦ ବିଜୁ ଜନତା ଦଳର ୨୪ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ବର ଜିଲ୍ଲା ସଭାପତି ତଥା ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରାଉତ ସଭାପତିତ୍ବ କରିଥିଲେ। ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ପ୍ରତିଷ୍ଠା ଦିବସରେ ରାଜ୍ୟର ପ୍ରଗତିରେ ମା’ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକାକୁ ଅଗ୍ରାଧିକାର ଦେବା ସହିତ ଯେଉଁ ବିଜୁ ବାବୁ ଦିନେ ପଂଚାୟତରାଜ ବ୍ୟବସ୍ଥାରେ ମହିଳାମାନଙ୍କ ପାଇଁ ୧% ସ୍ଥାନ ସଂରକ୍ଷଣ କରିଥିଲେ, ତାହାକୁ ଗଣତନ୍ତ୍ରର ସର୍ବୋଚ ମନ୍ଦିର ପାର୍ଲିଆମେଣ୍ଟ କିପରି ଲାଗୁ କରାଯିବ ସେଥି ପାଇଁ କେନ୍ଦ୍ର ସରକାରଙ୍କ ପାଖରେ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ଏଥିରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଶାନ୍ତ, ସରଳ, ନିରାଡ଼ମ୍ବର ଏବଂ ସମାୟାନୁବର୍ତ୍ତି ଜୀବନ ଯାପନକୁ ଅନୁସରଣ କରି କିପରି ଆଗକୁ ବଢିବା ପାଇଁ ହେବ କର୍ମୀମାନଙ୍କୁ ସେ ପରାମର୍ଶ ଦେଇଥିଲେ । ମୁଖ୍ୟାଳୟ ସମ୍ପାଦକ ସଞ୍ଜୟ ଦାସବର୍ମା ଭାଷା ସାହିତ୍ୟ ନେଇ ଯେଉଁ ଓଡ଼ିଶା ପ୍ରଦେଶ ଗଠନ ହୋଇଥିଲା ତାହାର ଅସ୍ମିତା ବଞ୍ଚ ରହିବା ପାଇଁ କର୍ମୀମାନଙ୍କୁ ଉଦବୋଧନ ଦେଇଥିଲେ । ଦିବ୍ୟାଙ୍ଗ’ ଅସହାୟ ବୃଦ୍ଧ ବୃଦ୍ଧା ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଉପରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ, ଅମର ପଟ୍ଟନାୟକ, ସଙ୍କିତ ପାତ୍ର, ବିଧାୟକ ଅନନ୍ତ ନାରାୟଣ ଜେନା, ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ଓଡିଶା ମୋ ପରିବାରର ଅଧ୍ୟକ୍ଷ ଅମର ପଟ୍ଟନାୟକ ମାନସ ମଙ୍ଗରାଜ, ରଘୁନାଥ ସାହୁ, ଶ୍ରୀଯୁକ୍ତ ବିମ୍ବାଧର କୁଅଁର, ପ୍ରିୟଦର୍ଶୀ ମିଶ୍ର, ରବି ସାମଲ, ସଂଗ୍ରାମ କେଶରୀ ପାଇକରାୟ, ସୁଲତା ଦେଓ, କସ୍ତୁରୀ ମହାପାତ୍ର, ମୀରା ପରିଡା, ଭାରତୀ ସିଂ, ମହାମାୟା ସ୍ୱାଇଁ, ସୁମିତ୍ରା ଜେନା, ସୁବାଷ ପାତ୍ର, ବିରଞ୍ଚି ନାରାୟଣ ମହାସୂପକାର, ରଣଜିତ ମହାପାତ୍ର, ଅମରେଶ ଜେନା, ଅମରେଶ ପତ୍ରୀ, ଦୁର୍ଗା ସାମନ୍ତରା, ସମରେନ୍ଦ୍ର ସାହୁ, ଅମରଜିତ୍ ସେନାପତି, ସମରେଶ ବେଉରା, ସୁବାଷ ସାହୁ, ଭୁବନେଶ୍ବର ସମସ୍ତ ପୂର୍ବତନ କର୍ପୋରେଟର, ଭୁବନେଶ୍ଵର ଜିଲ୍ଲାର ସମସ୍ତ ସଂଗଠନିକ ପଦାଧିକାରୀଙ୍କ ସହିତ ବିଜୁ ବାବୁଙ୍କୁ ଭଲ ପାଉଥିବା ବହୁ ଦଳୀୟ ଉପସ୍ଥିତ ଥିଲେ।

Mo sapath

Leave A Reply

Your email address will not be published.