Blank space
Blank space
Breaking News/ମୁଖ୍ୟ ଖବର:
ଯୁଗପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାକଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘ
Blank space

ଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୬.୮.୨୦୨୪ ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ ତରଫରୁ ଏକ ଜରୁରୀ କାଳୀନ ସାମ୍ବାଦିକ ସମ୍ମିଳନୀର ଆୟୋଜିତ ହୋଇଥିଲା । ସଂଘର ରାଜ୍ୟ ସଭାପତି ବିଶ୍ବରଂଜନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ମିଳନୀରେ ସମଗ୍ର ୩୦ ଗୋଟି ଜିଲ୍ଲାରୁ ଜିଲ୍ଲା ନେତୃବୃନ୍ଦ ଯୋଗଦେଇଥିଲେ। ସଂଘର ଏକ ମାତ୍ର ଦାବି, ୧.୬.୨୦୦୮ ରୁ ୧.୬.୨୦୧୮ ମଧ୍ୟରେ ରାଜ୍ୟର ବିଭିନ୍ନ ଅନୁଦାନ ଓ ଅଣ ଅନୁଦାନ ମହାବିଦ୍ୟାଳୟ ପରିଚାଳନା କମିଟି ଦ୍ବାରା ନିଯୁକ୍ତ ଅଧ୍ୟାପକ ଓ କର୍ମଚାରୀ ମାନଙ୍କୁ ସରକାର ଅନୁଦାନ ପରିସରଭୁକ୍ତ କରନ୍ତୁ। ଏହି ଦାବି ପୂରଣ ପାଇଁ ସଂଘ ତରଫରୁ ଦୀର୍ଘ ୪୯୭ ଦିନ ଧରି ବିଧାନସଭା ସମ୍ମୁଖରେ ଲୋୟର ପିଏମଜି ଠାରେ ଧାରଣା, ବିକ୍ଷୋଭ, ରାଲି, ଅନଶନ ଇତ୍ୟାଦି କରି ସରକାରଙ୍କ ଦୃଷ୍ଟିକୁ ବାରମ୍ବାର ଆଣିବା ସତ୍ତ୍ୱେ ବି ଆଜି ଯାଏ କୌଣସି ସୁଫଳ ମିଳିନାହିଁ ବୋଲି ସଂଘ ତରଫରୁ କୁହାଯାଇଛି। ଏପରିକି ସଂଘ ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ ବିଭାଗୀୟ ମନ୍ତ୍ରୀ ଓ ସଚିବଙ୍କୁ ୭ଗୋଟି ସମସ୍ୟା ଜଣାଇଥିଲେବି କୌଣସି ପଦକ୍ଷେପ ସରକାର ନେଇ ନାହନ୍ତି। ଏଣୁ ସଙ୍ଘର ସର୍ବସମ୍ମତି କ୍ରମେ ପୁନର୍ବାର ସରକାରଙ୍କୁ ଦାବି ଜଣାଇବା ସହ ଯଦି ସରକାର ପୂର୍ବ ଭଳି କିଛି ନ ଶୁଣନ୍ତି ଓ ଅଣଦେଖା କରନ୍ତି ତେବେ ଆଗାମୀ ସେପ୍ଟେମ୍ବର ୫ ତାରିଖ ଗୁରୁଦିବସକୁ କଳାଦିବସ ରୂପେ ପାଳନ କରିବା ସହ ସେହି ଦିନ ଠାରୁ ଅନିର୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ସଂଘର ରାଜ୍ୟ ସଭାପତି ବିଶ୍ବରଂଜନ ଦାସ ପ୍ରକାଶ କରିଛନ୍ତି ଓ ଏଥିପାଇଁ ଯାହା ସମସ୍ୟା ହେବ ସରକାର ଦାୟୀ ରହିବେ ବୋଲି କହିଛନ୍ତ।

Mo sapath

Leave A Reply

Your email address will not be published.