Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…
Blank space

ଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*

0

ଭୁବନେଶ୍ଵର, ନିରପେକ୍ଷ ଖବର ତା :୧୩/୦୫/ ଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ (ଉତ୍କଳିକା)ର ୬୭ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ମୁଖ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଆଜିର ଏହି କାର୍ଯ୍ୟକ୍ରମରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଗୁହା ପୁନମ ତାପସ କୁମାର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଓଡ଼ିଶାର ଉତ୍କୃଷ୍ଟ ହସ୍ତଶିଳ୍ପକୁ ଆଗେଇ ନେବାରେ ଉତ୍କଳିକାର ଭୂମିକା ଅତୁଳନୀୟ ବୋଲି ସେ କହିଥିଲେ ।

 

ଉତ୍କଳିକା ସଭାପତି କୁମାରୀ ଦେବସ୍ମିତା ସାହୁ ପ୍ରାରମ୍ଭିକ ଅଭିଭାଷଣ ରଖିଥିବା ବେଳେ ଉପ-ସଭାପତି ଶ୍ରୀ ପ୍ରଶାନ୍ତ କୁମାର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ହସ୍ତଶିଳ୍ପ ନିର୍ଦ୍ଦେଶାଳୟର ନିର୍ଦ୍ଦେଶିକା ଶ୍ରୀମତୀ ପ୍ରଣତୀ ଛୋଟରାୟ, ଉତ୍କଳିକାର ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତି ମଧୁମିତା ରଥ, ଯୁଗ୍ମ ସଚିବ ଶ୍ରୀମତୀ କଲ୍ୟାଣୀ ପଟ୍ଟନାୟକ, ପରିଚାଳନା ପରିଷଦର ସଭ୍ୟ/ସଭ୍ୟା ଓ ବରିଷ୍ଠ ଅଧିକାରୀ ପ୍ରମୁଖ ଏହି ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

 

Blank space

ସୂଚନାଯୋଗ୍ୟ, ଓଡ଼ିଶା ହସ୍ତଶିଳ୍ପ ଉଦ୍ୟୋଗର ବିକାଶ ତଥା ହସ୍ତଶିଳ୍ପ କାରିଗରମାନଙ୍କ ଉତ୍ପାଦିତ ସାମଗ୍ରୀର ବିକ୍ରୟ ନିମନ୍ତେ ଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ, (ଉତ୍କଳିକା) ୧୩.୦୫.୧୯୯୫ ମସିହାରେ ଗଠନ କରାଯାଇଥିଲା । ମହିଳାମାନଙ୍କର ଅନ୍ତର୍ଭୁକ୍ତୀକରଣ, ରୋଜଗାରର ଅବଲମ୍ବନ ଓ ଗ୍ରାମୀଣ ଅର୍ଥନୀତିକୁ ସମୃଦ୍ଧ କରିବାରେ ଏହାର ପ୍ରମୁଖ ଭୂମିକା ରହିଛି । ଏହି ଶୀର୍ଷ ସମବାୟ ଅନୁଷ୍ଠାନରେ ରାଜ୍ୟ ସରକାର, କେନ୍ଦ୍ର ସରକାର ଓ ୧୧୭ ଗୋଟି ପ୍ରାଥମିକ ହସ୍ତଶିଳ୍ପ ସମବାୟ ସମିତି ସଦସ୍ୟ ଅଛନ୍ତି ।

 

ଓଡ଼ିଶା ହସ୍ତଶିଳ୍ପ କାରିଗରମାନଙ୍କର ସାମଗ୍ରିକ ଉନ୍ନତି ନିମନ୍ତେ ଉତ୍କଳିକା ରାଜ୍ୟ ଭିତରେ ୧୨ ଗୋଟି ଶାଖା ଯଥା ଭୁବନେଶ୍ଵର ର ମାର୍କେଟ ବିଲ୍ଡିଂ, ଏକାମ୍ର ହାଟ, କଳାଭୂମି, ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ଓ ରସୁଲଗଡ ଏବଂ କଟକ, ଜୟପୁର, କେନ୍ଦୁଝର, ସମ୍ବଲପୁର, ରାଉଲକେଲା, ଅନୁଗୁଳ, ପୁରୀ ଓ ରାଜ୍ୟ ବାହାରେ ୬ ଗୋଟି ନୂଆ ଦିଲ୍ଲୀ, ବେଙ୍ଗାଲୁରୁ, ହାଇଦ୍ରାବାଦ, ପୁନେ, କଲିକତା ଓ ମୁମ୍ବାଇ ଠାରେ ସର୍ବମୋଟ ୧୮ ଟି ଶାଖା କାର୍ଯ୍ୟ କରୁଅଛି । ସ୍ଵତନ୍ତ୍ର ହସ୍ତଶିଳ୍ପ ଏବଂ ହସ୍ତତନ୍ତ ଉତ୍ପାଦ ଗୁଡିକର ପ୍ରଦର୍ଶନ ଏବଂ ଅନଲାଇନ ବିକ୍ରୟ ପାଇଁ ଉତ୍କଳିକା ର ନିଜସ୍ଵ ୱେବସାଇଟ www.utkalikaodisha.com ଅଛି । ଏକ ରାଜ୍ୟ ସ୍ତରୀୟ ଶୀର୍ଷ ସମିତି ଭାବରେ ନିଗମ, ଆମେରିକା, ଋଷିଆ, ଜର୍ମାନୀ, ଫ୍ରାନ୍ସ, ୟୁକେ ଏବଂ ହଂକଂ ଇତ୍ୟାଦି ଦେଶକୁ ରପ୍ତାନୀ ମାଧ୍ୟମରେ ଅନ୍ତର୍ଜାତୀୟ ସ୍ତରରେ ରାଜ୍ୟର ହସ୍ତଶିଳ୍ପକୁ ଲୋକପ୍ରିୟ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଆସୁଅଛି । ଏତଦବ୍ୟତୀତ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଆର୍ଥିକ ସହାୟତାରେ ଓଡ଼ିଶା ତଥା ଓଡ଼ିଶା ବାହାରେ ଆୟୋଜିତ ପ୍ରଦର୍ଶନୀ ମାଧ୍ୟମରେ କାରିଗରମାନଙ୍କର ଉତ୍ପାଦିତ ସାମଗ୍ରୀଗୁଡିକର ପ୍ରଦର୍ଶନ ଓ ବିକ୍ରୟ କରାଯାଉଅଛି ।

Mo sapath

Leave A Reply

Your email address will not be published.