Blank space
Blank space
Breaking News/ମୁଖ୍ୟ ଖବର:
ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାକଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
Blank space

ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି 

0

ସମ୍ବଲପୁର ସହର ସାରା ବିଛାଯିବ ୩୪୦ କିଲୋମିଟର ଦୀର୍ଘ ପାଣି ପାଇପ୍‌ଲାଇନ୍ 

ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ଦିନକୁ ୧୦୦ ମିଲିଅନ୍ ଲିଟର ପାନୀୟ ଜଳ ପହଞ୍ଚିବ ଘରେ ଘରେ

Blank space

ପାନୀୟ ଜଳ ସମସ୍ୟାର ସମାଧାନ ସହ, ଅଞ୍ଚଳବାସୀଙ୍କ ଜୀବନଧାରଣ ମାନରେ ଉନ୍ନତି ଆସିବ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,ନିରପେକ୍ଷ ଖବର: ତା ୧୧/୦୧/୨୬

ସମ୍ବଲପୁର ସହରବାସୀଙ୍କ ଦୀର୍ଘଦିନର ପିଇବା ପାଣି ସମସ୍ୟାକୁ ଦୃଷ୍ଟିରେ ରଖି ସମ୍ବଲପୁର ସହର ବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ୪୫୧ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟରେ ଏକ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ।

 

ସୂଚନାଯୋଗ୍ୟ ଯେ ଏହି ପ୍ରକଳ୍ପ ଅଧୀନରେ ସମ୍ବଲପୁର ସହର ମଧ୍ୟରେ ପ୍ରାୟ ୩୪୦ କିଲୋମିଟର ଦୀର୍ଘ ପାଣି ପାଇପ୍‌ଲାଇନ୍ ବିଛାଯିବ। ସେଥିପାଇଁ ଗୋଟିଏ Intake Well ଓ ଦୁଇଟି ଆଧୁନିକ Water Treatment Plant ନିର୍ମାଣ କରାଯିବ। ସମ୍ବଲପୁର ପଟେ ୬୫ MLD ଏବଂ ବୁର୍ଲା ପଟେ ୩୫ MLD କ୍ଷମତାର ଦୁଇଟି ଟ୍ରିଟମେଣ୍ଟ ପ୍ଲାଣ୍ଟ ସ୍ଥାପିତ ହେବ।

 

ଏହି ଅବସରରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହା ପ୍ରକଳ୍ପ ମାଧ୍ୟମରେ ଦିନକୁ ମୋଟ ୧୦୦ ମିଲିଅନ୍ ଲିଟର ପାନୀୟ ଜଳ ଉପଲବ୍ଧ ହେବ। ଏହି ବୃହତ ପ୍ରକଳ୍ପ ଦ୍ବାରା ସମ୍ବଲପୁର ସହରର ୪୧ଟି ୱାର୍ଡର ପ୍ରାୟ ୫ ଲକ୍ଷ ଜନସାଧାରଣ ଉପକୃତ ହେବେ। ଖରାଦିନରେ ସହରରେ ଦିନକୁ ପ୍ରାୟ ୩୦ ମିଲିଅନ୍ ଲିଟର, ଅର୍ଥାତ୍ ଦିନକୁ ୩ କୋଟି ଲିଟର ପାଣିର ଅଭାବ ହେଉଛି। ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ପାନୀୟ ଜଳ ସମସ୍ୟାର ସମାଧାନ ହେବା ସହିତ ସହରବାସୀ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ସୁବିଧା ପାଇପାରିବେ।

 

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ ଏହି ପ୍ରକଳ୍ପ କେନ୍ଦ୍ର ସରକାରଙ୍କ “ଅମୃତ 2.0” ଯୋଜନା ଅଧୀନରେ “ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍”ଯୋଜନାର ଅଂଶ। ଏଥିରେ ସହରବାସୀ ସିଧାସଳଖ ଟ୍ୟାପ୍‌ରୁ ପାଣି ଆଣି ପିଇପାରିବେ, ଯାହାକୁ ଅଲଗା ଭାବେ ଫିଲ୍ଟର କରିବାର ଆବଶ୍ୟକତା ରହିବ ନାହିଁ। ଭଲ ଓ ସୁରକ୍ଷିତ ପାନୀୟ ଜଳ ଯୋଗୁ ସମ୍ବଲପୁର ବାସୀଙ୍କ ଜୀବନ ଧାରଣର ମାନରେ ଗୁଣାତ୍ମକ ପରିବର୍ତ୍ତନ ଆସିବ ।

 

ଏହି ଅବସରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ, ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ସମ୍ବଲପୁର ବିଧାୟକ ଶ୍ରୀ ଜୟନାରାୟଣ ମିଶ୍ର, ପୂର୍ବତନ ବିଧାୟକ ଶ୍ରୀ ନାଉରି ନାଏକ,ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ଵର ବଳିରାମ ବୋନ୍ଦାର ପ୍ରମୁଖ ଉପସ୍ଥିତ ଥିଲେ।

Mo sapath

Leave A Reply

Your email address will not be published.