ଭୁବନେଶ୍ୱର, ନିରପେକ୍ଷ ଖବର:୧୨/୪: ଭୁବନେଶ୍ୱରକୁ ସ୍ୱତନ୍ତ୍ର ଜିଲ୍ଲା କରିବାକୁ ବିଜେଡ଼ି ଓ ବିଜେପି ନିର୍ବାଚନ ଇସ୍ତହାରରେ ରଖିବାକୁ ଦବି କରାଯାଇଛି । ଏନେଇ ବିଭିନ୍ନ ଅନୁଷ୍ଠାନର ସମୂହର ଅନୁଷ୍ଠାନ ମିଳିତ ମହାମଂଚ ପକ୍ଷରୁ ମଂଚର ଆବାହକ ଲିଙ୍ଗରାଜ ସାହୁ ନେତୃତ୍ୱରେ ବିଭିନ୍ନ ଦଳର ଇସ୍ତହାର କମିଟିରେ ଦାବି କରାଯାଇଛି । ବିଜେଡି ମୁଖପାତ୍ର ମାନସ ମଙ୍ଗରାଜ ଓ ନିର୍ବାଚନ ଇସ୍ତାହାର କମିଟି ଉପ ଆବାହକ ବିଜେଡି ନେତା ସସ୍ମିତ ପାତ୍ରଙ୍କ ସହ ଆଲୋଚନା କରିବା ସହ ଦାବିପତ୍ର ପ୍ରଦାନ କରାଯାଇଥିଲା। ପୂର୍ବରୁ ଭୁବନେଶ୍ୱର ୯୮୦ଜଣ ପୂଜା କମିଟିର ମୁଖ୍ୟ, ଭୁବନେଶ୍ୱର ବାଲିଯାତ୍ରା, ଭୁବନେଶ୍ୱର ଉପକଣ୍ଠର ଗ୍ରାମବାସୀ, ବାଲିପାଟଣା, ବାଲିଅନ୍ତା, ନଖରା ଆଦି ଅଂଚଳରେ ଦସ୍ତଖତ ସଂଗ୍ରହ କରାଯାଇଛି ।
ଶ୍ରୀ ସାହୁ କହିଛନ୍ତି ଯେ ପ୍ରାୟ ସବୁ ରାଜଧାନୀ ଜିଲ୍ଲା ହୋଇଥିବା ବେଳେ ଭୁବନେଶ୍ୱରକୁ ଜିଲ୍ଲା କରିବା ପାଇଁ ବହୁ କାରଣ ରହିଛି । ୧୯୯୨ମସିହାରେ ଖୋର୍ଦ୍ଧା ଜିଲ୍ଲା ଗଠନ ବେଳେ ଏହାର ଲୋକ ସଂଖ୍ୟା ୧୧ଲକ୍ଷ ଥିବା ବେଳେ ଏବେ ଏହି ଜିଲ୍ଲାରେ ୨୨ଲକ୍ଷରେ ପହଂଚିଳାଣି । ଭୁବନେଶ୍ୱରରେ ସବୁ ସରକାରୀ କାର୍ଯ୍ୟାଳୟ କାର୍ଯ୍ୟ କରୁଥିବା ବେଳେ ୩ନିର୍ବାଚନ ମଣ୍ଡଳିରେ ଲୋକ ସଂଖ୍ୟା ୧୨ଲକ୍ଷରେ ପହଂଚିଲାଣି । ୧୩ ଜିଲ୍ଲା ପୂର୍ନଗଠନ ପୂର୍ବରୁ ମଧ୍ୟ ଜଷ୍ଟିସ୍ ଦାସ କମିଶନ ତାଙ୍କ ରିପୋର୍ଟରେ ଭୁବନେଶ୍ୱରକୁ ରାଜସ୍ୱ ଜିଲ୍ଲା ଗଠନ ପାଇଁ ସୁପାରିଶ କରିଥିଲେ । ଭୁବନେଶ୍ୱରକୁ ଜିଲ୍ଲା ଗଠନ ପାଇଁ ତତ୍କାଳୀନ ମନ୍ତ୍ରୀ ସ୍ୱର୍ଗତଃ ସତ୍ୟପ୍ରିୟ ମହାନ୍ତି ପ୍ରସ୍ତବ ରଖି ବହୁ କାର୍ଯ୍ୟାଳୟ ଏଠାରେ ସ୍ଥାପନା କରିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତଃ ନନ୍ଦିନୀ ଶତପଥୀ ମଧ୍ୟ ଭୁବନେଶ୍ୱରକୁ ଜିଲ୍ଲା ମାନ୍ୟତା ଦେବା ପାଇଁ ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିଥିଲେ । ଏହି କମିଟି ମଧ୍ୟ ଜିଲ୍ଲା କରିବାକୁ ସୁପାରିଶ କରିଥିଲେ । ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ହେଉକି ଭୁବନେଶ୍ୱରର ବିଭିନ୍ନ ସମସ୍ୟା ଦେଖା ଦେଲେ ଜିଲ୍ଲାପାଳ ସଙ୍ଗେ ସଙ୍ଗେ ଉପସ୍ଥିତ ହୋଇ ସମାଧାନ କରିପାରିବେ । ଏପରି ବହୁ କାରଣ ପାଇଁ ଭୁବନେଶ୍ୱରକୁ ସ୍ୱତନ୍ତ୍ର ଜିଲ୍ଲା କରିବା ଆବଶ୍ୟକ ବୋଲି କୁହାଯାଇଛି ।
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched