ଭୁବନେଶ୍ୱର, ନିରପେକ୍ଷ ଖବର: ୧୮ ଅକ୍ଟୋବର: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ଶ୍ରୀ ବ୍ରଜମୋହନ ରାମ। ରବିବାର ଭୁବନେଶ୍ୱରସ୍ଥିତ ଲୋକ ଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।
ଏହି ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟର ବିଭିନ୍ନ ମନ୍ତ୍ରୀ, ସାଂସଦ, ବିଧାୟକ ଏବଂ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। ଶପଥ ଗ୍ରହଣ ପରେ ନୂତନ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା।

ପୂର୍ବତନ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କ ପରେ ଶ୍ରୀ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ତିନିଥର ସାଂସଦ ଭାବେ ନିର୍ବାଚିତ ହେବା ସହ ପୂର୍ବରୁ ବିଧାୟକ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି।
ଶନିବାର ଦିନ ଶ୍ରୀ ରାମ ଭୁବନେଶ୍ୱରରେ ପହଞ୍ଚିଥିଲେ। ବିମାନବନ୍ଦରରେ ପହଞ୍ଚିବା ପରେ ସେ ନିଜ ପରିବାର ସହ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଥିଲେ। ଏହି ଅବସରରେ ସେ ଓଡ଼ିଶାବାସୀଙ୍କ ମଙ୍ଗଳ ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଥିଲେ।
ନିରପେକ୍ଷ ଖବର

