Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ସ୍ୱର୍ଗତ ଲଲାଟେନ୍ଦୁ ମହାପାତ୍ରଙ୍କର ୫୫ତମ ଜନ୍ମ ଜୟନ୍ତୀ

0

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ  କମିଟିର ପୂର୍ବତନ କାର୍ଯ୍ୟକାରୀ ସଭାପତି ସ୍ୱର୍ଗତ ଲଲାଟେନ୍ଦୁ ମହାପାତ୍ରଙ୍କର ୫୫ତମ ଜନ୍ମ ଜୟନ୍ତୀ  ଗୁରୁବାର ତା ୧୪.୨.୨୦୧୯ ରିଖ ଲୁଲୁ ମହାପାତ୍ର ରାଜ୍ୟସ୍ତରୀୟ ସ୍ମତି କମିଟି ପକ୍ଷରୁ ସ୍ଥାନୀୟ  କ୍ୟାପିଟାଲ ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଜନ୍ମଜୟନ୍ତୀ ସଭାରେ ସ୍ମତି କମିଟି ଅଧ୍ୟକ୍ଷ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଉପସଭାପତି ଶ୍ରୀ ଶୁଭେନ୍ଦୁ ମହାନ୍ତି  ଅଧ୍ୟକ୍ଷତା କରିବା ସହିତ ପୂର୍ବତନ ବିଧାୟକ ତଥା କମିଟି ସଭାପତି ଚିନ୍ମୟ ପ୍ରସାଦ ବେଉରା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ହିଂମାଶୁ ଲେଙ୍କା ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ ଉଦ୍ଘାଟକ  ଭାବେ, ବିରୋଧି ଦଳର ଉପନେତା ଶ୍ରୀଯୁକ୍ତ ଚିରଞ୍ଜିବ ବିଶ୍ୱାଳ ଏବଂ ସମ୍ମାନୀତ ଅତିଥି ଭାବରେ ପିସିସିର ପୂର୍ବତନ ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ, ପୂର୍ବତନ ସାଂସଦ ଶ୍ରୀଯୁକ୍ତ ଅନନ୍ତ ପ୍ରସାଦ ସେଠୀ, ପୂର୍ବତନ ମନ୍ତ୍ରୀ ଶ୍ରୀ ସୁରେଶ କୁମାର ରାଉତରାୟ, ବିଜୟଲକ୍ଷ୍ମୀ ସାହୁ, ମହିଳା କଂଗ୍ରେସ ସଭାପତି ସୁମିତ୍ରା ଜେନା, ଶିବାନନ୍ଦ ରାୟ ଯୋଗ ଦେଇ ଲୁଲୁ ମହାପାତ୍ରଙ୍କ ବିଷୟରେ ସ୍ମତି ଚାରଣ କରିଥିଲେ । ଗତ ୯ ତାରିଖରେ ହୋଇଥିବା ବିଭିନ୍ନ ପ୍ରତିଯୋଗୀତାରେ ଭାଗନେଇଥିବା
କୃର୍ତିପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ସ୍ମତି କମିଟିର କର୍ମକର୍ତାଙ୍କ ନାମ କମିଟିର ସାଧାରଣ ସଂପାଦକ ଶ୍ରୀ ଦୀପକ କୁମାର ସାହୁ ଘୋଷଣା କରିଥିଲେ । ଏହି କାର୍ଯ୍ୟକ୍ରମରେ
ଅନ୍ୟମାନଙ୍କ ମଧ୍ୟରେ ହେମନ୍ତ କୁମାର ପଣ୍ଡା, ଆଲୋକ ମିଶ୍ର, ଆଲୋକ ମହାନ୍ତି, ମାନସ  ଆଚାର୍ଯ୍ୟ, ପ୍ରତାପ ଜେନା, ଘନଶ୍ୟାମ ମହାନ୍ତି, ହେମନ୍ତ ବିଶ୍ୱାଳ, ପଦ୍ମାକର ଗୁରୁ, ଆଦିତ୍ୟ
ମହାପାତ୍ର, ଯୋଗୀନାଥ ବାହୁବଳେନ୍ଦ୍ର, ପ୍ରଫୁଲ ସୁନାନି, ତରୁଣ ମିଶ୍ର, ସତ୍ୟସ୍ମିତ ମହାନ୍ତି, ସନ୍ତୋଷ  ନନ୍ଦ, ଅକ୍ଷୟ କୁମାର ତୁଙ୍ଗ ସାମନ୍ତ, କିର୍ତନାନନ୍ଦ ଦାସ, ମନୋଜ ବିଶ୍ୱାଳ, ବିଶ୍ୱ ଦାସ, କିରଣ
ସାହୁ, ସଂଜୟ ରାୟ, ସରୋଜ ପରିଡ଼ା, ଜୀ ଶ୍ରୀଧର, ରିଜୁୱାନ ଅଲ୍ଲୀ ଖାନ, ସାଗର ପରିଡ଼ା  ଏବଂ ବହୁ ବୁଦ୍ଧିଜୀବି ଜନସାଧାରଣ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.