Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଆଜି ଅପଣଙ୍କ ଦିନଟି କିପରି କଟିବ…

0

ଭୁବନେଶ୍ୱର, ନିରପେକ୍ଷ ଖବର:୧୫/୦୫/୨୦ ଶୁକ୍ରବାର:ଜାଣନ୍ତୁ ଅପଣଙ୍କ ରାଶି ଫଳ…..

ମେଷ: ଠାକୁରଙ୍କ ଦର୍ଶନ ଲାଭକରି ଖୁସି ହୋଇପାରନ୍ତି । ଆଶାବାଦୀ ହେବେ । ପରମ ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ମିଳିବ ।
ବୃଷ: ଆଜି ରୁଚିକର ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଐଶ୍ବର୍ଯ୍ୟଯୁକ୍ତ ହେବେ । ରଣାଙ୍ଗନ ବୀରତ୍ବ ପ୍ରଦର୍ଶନ କରି ପ୍ରଶଂସାର ପାତ୍ର ହେବେ । ମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ । ଧନଲାଭ ହେବ ।
ମିଥୁନ: ଦ୍ରବ୍ୟ ଲାଭର ସୂଚନା ମିଳୁଛି କିନ୍ତୁ ପଥରୋଧ ହୋଇପାରେ । ଚଞ୍ଚଳ ସ୍ବଭାବର ହେବେ । ଥଣ୍ଡା-କଫ ଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । କଥାବାର୍ତ୍ତାର ମାଧୁର୍ଯ୍ୟରେ ଅନ୍ୟମାନେ ମୋହିତ ହୋଇପାରନ୍ତି । ଜ୍ଞାନ-ଗରିମା, ସାହସୀ ଓ ଗୁଣଜ୍ଞ ହେବେ ।
କର୍କଟ: କାର୍ଯ୍ୟଭାର ଲାଘବ ହେବ । ରୋଜଗାର ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଗୃହ ଓ ଯାନବାହନ ସୁଖ ମିଳିବ ।
ସିଂହ: ପରିବେଶ ଆପଣଙ୍କ ପାଇଁ ଲାଭଦାୟକ ହେବ । ସୁଖ-ସମ୍ମାନ ଲାଭ କରିପାରନ୍ତି । ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ । ଦୟାଳୁ ସ୍ବଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ବୀ ହେବେ । ସରକାରଙ୍କ କୃପାପାତ୍ର ହେବେ ।
କନ୍ୟା: ଉଚ୍ଚକର୍ତ୍ତୃପକ୍ଷଙ୍କ ଦ୍ବାରସ୍ଥ ହୋଇପାରନ୍ତି । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବିଦ୍ବାନ୍‌ ଓ ସାହସୀ ହେବେ ।
ତୁଳା: ଦାୟିତ୍ବରେ ପରିବର୍ତ୍ତନ ଘଟିବ । ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଈର୍ଷାଳୁ ସ୍ବଭାବର ହୋଇପାରନ୍ତି । ସ୍ବାଭିମାନୀ ହେବେ । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ଆଜି ସତର୍କତାର ସହ ଚଳିବାକୁ ପଡ଼ିବ ।
ବିଛା: ଅର୍ଜନ କରିଥିବା ପୂର୍ବର ଅଭିଜ୍ଞତା କାର୍ଯ୍ୟରେ ଲଗାଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ । ପତ୍ନୀଙ୍କ ପରାମର୍ଶରେ କାର୍ଯ୍ୟ କଲେ ସଫଳତା ଅବଶ୍ୟ ମିଳିବ ।
ଧନୁ: ବିଭିନ୍ନ କାରଣରୁ ବ୍ୟଥିତ ହୋଇପାରନ୍ତି । ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
ମକର: ଚଞ୍ଚଳ ପ୍ରକୃତିର ହୋଇ ପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପାଇଁ ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ପତ୍ନୀଙ୍କ ସହାୟତା ମିଳିବ ।
କୁମ୍ଭ: ବିପଦକୁ ଏଡ଼ାଇ ଆଗକୁ ବଢ଼ିପାରନ୍ତି । ଉଦାର ସ୍ବଭାବର ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ବ୍ୟକ୍ତି ବିଶେଷ ଭାବେ ପ୍ରତିଷ୍ଠା ଅର୍ଜନ କରିପାରନ୍ତି । ସ୍ବାସ୍ଥ୍ୟ ଭଲ ରହିବ । କୃଷିକର୍ମ ଉପରେ ଆଲୋକପାତ କରିପାରନ୍ତି ।
ମୀନ: ପୂର୍ବରୁ ସତର୍କ ହେବେ । ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ବଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫରେ ଆକ୍ରାନ୍ତ ହେବେ । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ସ୍ନେହ ରହିବ ।

Mo sapath

Leave A Reply

Your email address will not be published.