Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ବାହୁଡା ଯାତ୍ରା ଶାନ୍ତିଶୃଙ୍ଖଳାର ସହ ସମ୍ପୂର୍ଣ୍ଣ…

0

ବିରିପଦା, ନିରପେକ୍ଷ ଖବର:୧୪/ଜୁଲାଇ/୨୦୧୯,(ରବିବାର) ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଶ୍ରୀଶ୍ରୀ ହରିବଳଦେଵ ଜୀଉଙ୍କ ବାହୁଡା ଯାତ୍ରା ରୀତିନୀତି ଅନୁସାରେ ଶାନ୍ତିଶୃଙ୍ଖଳାର ସହ ସମ୍ପୂର୍ଣ୍ଣ ହୋଇଯାଇଛି। ବିଶେଷକରି ପରମ୍ପରା ଅନୁଯାୟୀ ବାରିପଦାରେ ଦେବୀ ସୁଭଦ୍ରାଙ୍କ ରଥ କେବଳ ମହିଳାମାନେ ଟାଣିବାର ସୁଯୋଗ ପାଇଥାନ୍ତି। ନାରୀଶକ୍ତିକୁ ସମ୍ମାନ ଦେଇ କେଉଁ ଆବାହନ କାଳରୁ ଆଜି ପର୍ଯ୍ୟନ୍ତ ଏହି ପରମ୍ପରା ପାଳନ କରାଯାଉଛି। ରୀତିନୀତି ଅନୁସାରେ ଶନିବାର ପ୍ରଭୁ ଜଗନ୍ନାଥଙ୍କର ରଥ ଟଣା ଯାଇଥିବା ବେଳେ ମା’ ସୁଭଦ୍ରାଙ୍କର ରଥ ଟଣାଯାଇ ହରିବଳଦେଵ ଜୀଉ କଂ ମନ୍ଦିର ପୂର୍ବରୁ ଅଟିକି ରହିଥିଲା। ସେହିପରି ଅଧା ବାଟରେ ଅଟିକି ରହିଥିବା ଦେବୀ ସୁଭଦ୍ରାଙ୍କ ରଥ ରବିବାର ଦିନ ଅପରାହ୍ନ ୨:୩୦ଟା ସମୟରେ ବିଧି ଅନୁସାରେ ମା’ସୁଭଦ୍ରାଙ୍କ ରଥକୁ ମହିଳା ଭକ୍ତମାନେ ମନ୍ଦିର କୁ ଟାଣି ନେଇଥିଲେ। ଏହାପରେ ଲକ୍ଷାଧିକ ଭକ୍ତ ପ୍ରଭୁ ବଳଭଦ୍ରଙ୍କ ରଥ ଟାଣି ହରିବଳଦେଵ ଜୀଉ ମନ୍ଦିର ନିକଟରେ ପହଞ୍ଚାଇଥିଲେ। ରଥଯାତ୍ରା ଦେଖିବାକୁ ମୟୁରଭଞ୍ଜ ଜିଲ୍ଲା ତଥା ପଡୋଶୀ ରାଜ୍ୟ ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ପରମ୍ପରା ଅନୁଯାଇ ଶ୍ରୀକ୍ଷେତ୍ର ପୁରୀରେ ପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରାର ଗୋଟେ ଦିନପରେ ବାରିପଦାରେ ଦୁଇଦିନିଆ ରଥଟଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ। ଦୁଇ ଦିନ ଧରି ରଥଟଣା ରେ ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ କାର୍ଯ୍ୟକ୍ରମ କୁ ସୁଚାରୁ ରୁପେ ପାଳନ କରିଥିଲେ।ରଥଟଣାରେ ନିଜେ ଜିଲ୍ଲାପାଳ,ଉପଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ କଂ ସମେତ ଅନ୍ୟ ଆରକ୍ଷୀ ଅଧିକାରୀ ମାନେ ଉପସ୍ଥିତ ରହି ରଥଯାତ୍ରା କୁ ସମ୍ପନ କରିଥିଲେ।

Mo sapath

Leave A Reply

Your email address will not be published.