Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ସବୁଠି ବନ୍ଦେ ଉତ୍କଳ ଜନନୀ

0

ବାରିପଦା(ନିରପେକ୍ଷ ଖବର)ତା-୩୦/୦୫-କରୋନା ସଂକ୍ରମଣ ପ୍ରତିହତ କରିବା ପାଇଁ ଯୋଦ୍ଧା ମାନେ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି।କୋଭିଡ୍ ଯୁଦ୍ଧରେ ନିଜର ସୁଖ ସ୍ଵାଛନ୍ଦ୍ୟକୁ ତ୍ୟାଗ କରି ସଂକ୍ରମଣକୁ ରୋକିବା ପାଇଁ ଦିନରାତି ଏକ କରିଦେଇଥିବା କୋଭିଡ୍ ଯୋଦ୍ଧାମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ଏବଂ ସେମାନଙ୍କ ମହତ୍ କାର୍ଯ୍ୟକୁ ଉତ୍ସାହିତ କରିବା ପାଇଁ ଶନିବାର ସନ୍ଧ୍ୟା ସାଢ଼େ ୫ଟାରେ ଦେଶବିଦେଶର ସବୁ ଓଡ଼ିଆଙ୍କୁ ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଥିଲେ।ଯେଉଁଠାରେ ବି ଓଡ଼ିଆ ଥାଆନ୍ତୁ ସେହି ସ୍ଥାନରେ ଠିଆ ହୋଇ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।ଏହି ସମୟରେ ସମସ୍ତ ଟ୍ରାଫିକ ବନ୍ଦ ରଖିବା ସହିତ ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ ଘର ବଜାର ଯେଉଁଠାରେ ବି ଥାଆନ୍ତୁ ନା କାହିଁକି ସମସ୍ତେ ନିଜ ନିଜ ସ୍ଥାନରେ ଠିଆ ହୋଇ ବନ୍ଦେ ଉତ୍କଳ ଜନନୀ ଗାନ କରି କୋଭିଡ୍ ଯୋଦ୍ଧାଙ୍କୁ ଉତ୍ସାହିତ ଓ ସମ୍ମାନିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରସ୍ତାବ କ୍ରମେ ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ସ୍ଥାନରେ ଏହା ଗାନ କରାଯାଇଛି।ମୟୂରଭଞ୍ଜ ଜିଲ୍ଲାପାଳ କାର୍ଯ୍ୟାଳୟରେ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଓ ଅତିରିକ୍ତ ଜିଲ୍ଲାପାଳ ସହ ସମସ୍ତ କର୍ମକର୍ତ୍ତା ସାମୁହିକ ଭାବେ ସଙ୍ଗୀତ ଗାନ କରିଥିଲେ। ଏଥି ସହିତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପରମାର ସ୍ମିଥ ପୁରୁଷୋତ୍ତମ ଦାସ ଟାଉନ ଥାନା ସମ୍ମୁଖରେ ଉପସ୍ଥିତ ରହି ରାଜ୍ୟ ସଙ୍ଗୀତ ଗାନ କରି କରୋନା ଯୋଧ୍ୟାଙ୍କୁ ସମ୍ମାନିତ କରିଛନ୍ତି।ସେହିପରି ବିଜୁ ଭବନ ଠାରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡି, ପୂର୍ବତନ ଉପବାଚସ୍ପତି ସାନନ୍ଦ ମାରାଣ୍ଡି, ରାଜ୍ୟ କୃଷି ଶିଳ୍ପ ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି ସହ ସମସ୍ତ ବିଜୁ ଜନତା ଦଳର କର୍ମକର୍ତ୍ତା ସହ ସାଧାରଣ ଜନତା ଉପସ୍ଥିତ ରହି ସାମାଜିକ ଦୂରତ୍ୱ ରକ୍ଷାକରି ବନ୍ଦେ ଉତ୍କଳ ଜନନୀ ଏକ ସ୍ୱରରେ ଗାନ କରିଛନ୍ତି।ସେହିପରି ମୟୁରଭଞ୍ଜ ସଦର ବିଜେଡି ପକ୍ଷରୁ ରାଇରଙ୍ଗପୁର ଦୁର୍ଗାମଣ୍ଡପ ସ୍ଥିତ ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତି ନିକଟରେ ସମୂହ ଭାବେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ।ଏଥିରେ ରାଜ୍ୟସଭା ସାଂସଦ ମମତା ମହାନ୍ତ,ଜିଲ୍ଲା ସଦର ସଭାପତି କାଶୀନାଥ ହେମ୍ବ୍ରମ,ଡ଼ଃ ଦେବାଶିଷ ମାରାଣ୍ଡି,ପ୍ରକାଶ ମହାନ୍ତି,ସୁବ୍ରତ ଛାଟୋଇ,ଗଣେଶ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।ସେହିପରି ମୋରୋଡା ବିଧାୟକ ରାଜକିଶୋର ଦାସ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚଢେଇ ଗାଁ ଠାରେ ସ୍ଥାନୀୟ ଲୋକମାନଙ୍କ ସହିତ ସାମୁହିକ ଭାବେ ସଙ୍ଗୀତ ଗାନ କରିଥିଲେ।ବନ୍ଦେ ଉତ୍କଳ ଜନନୀ ସୁମଧୁର ସଙ୍ଗୀତ ଗାନରେ ସହର ସମେତ ସାରା ଜିଲ୍ଲା ପ୍ରକମ୍ପିତ ହୋଇଥିଲା।

Mo sapath

Leave A Reply

Your email address will not be published.