Blank space
Blank space
Breaking News/ମୁଖ୍ୟ ଖବର:
ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାକଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
Blank space

ପଞ୍ଚଭୂତରେ ବିଲୀନ ହେଲେ ଶହୀଦ ନନ୍ଦୁରାମ

ଶହୀଦଙ୍କ ଜନ୍ମଭୂମିରେ ହେଲା ନନ୍ଦୁରାମଙ୍କ ଶେଷକୃତ୍ୟ,ଶୋକାକୁଳ ପରିବେଶ ମଧ୍ୟରେ ବିଦାୟ ନେଲେ ନନ୍ଦୁରାମ

0

ବାରିପଦା(ନିରପେକ୍ଷ ଖବର)ତା-୧୯/୦୬-ବନ୍ଦେ ମାତରମ୍,ଭାରତ ମାତା କି ଜୟ,ଶହୀଦ ନନ୍ଦୁରାମ ଅମର ରହେ ଅମର ରହେ ଏମିତି ନାରାରେ ପ୍ରକମ୍ପିତ ହୋଇଥିଲା ପୂରା ପରିବେଶ।ଲୁହ ଛଳ ଛଳ ଆଖରେ ଶହ ଶହ ଦେଶ ପ୍ରେମୀ ସହିଦ ନନ୍ଦୁରାମଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେଇ ବିଦାୟ ଦେଇଥିଲେ।

ପୂର୍ବ ଲଦାଖର ଗଲୱାନରେ ଭାରତ-ଚୀନ ରକ୍ତାକ୍ତ ସଂଘର୍ଷରେ ଶତ୍ରୁ ପକ୍ଷର ଆକ୍ରମଣରେ ସହିଦ ହୋଇଥିବା ବୀର ଯବାନ ନନ୍ଦୁରାମ ସୋରେନଙ୍କ ଶେଷକୃତ୍ୟ ଶୁକ୍ରବାର ସମ୍ପନ ହୋଇଛି।ତାଙ୍କ ଜନ୍ମମାଟି ଚମ୍ପାଉଦାରେ ଶୋକାକୂଳ ପରିବେଶ ମଧ୍ୟରେ ତାଙ୍କୁ ବିଦାୟ ଦିଆଯାଇଛି।ଗତକାଲି ବିଳମ୍ବିତ ରାତ୍ରିରେ ରାଇରଙ୍ଗପୁରରେ ଶହିଦ ନନ୍ଦୁରାମ ସୋରେନଙ୍କ ପାର୍ଥିବ ଶରୀର ଆସି ପହଞ୍ଚିଥିଲା। ଶୁକ୍ରବାର ସକାଳ ୫ଟାରେ ରାଇରଙ୍ଗପୁର ସହର ପରିକ୍ରମା କରାଯାଇ ପ୍ରଥମେ ସ୍ଥାନୀୟ ଇଚିଣ୍ଡା ସ୍ଥିତ ବାସଭବନକୁ ନିଆଯାଇଥିଲା।ଏହାପରେ ବିରାଟ ଶୋଭାଯାତ୍ରାରେ ତାଙ୍କ ପାର୍ଥିବ ଶରୀର ଜନ୍ମମାଟି ଚମ୍ପାଉଦାରେ ପହଞ୍ଚିଥିଲା। ରାସ୍ତାରେ ଶହ ଶହ ଲୋକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଶୋକାକୁଳ ପରିବେଶ ମଧ୍ୟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ତାଙ୍କୁ ସଲାମୀ ପ୍ରଦାନ କରାଯାଇଥିଲା। ଏହାପରେ ସେ ପଞ୍ଚଭୂତରେ ବିଲୀନ ହୋଇଥିଲେ।ସହିଦଙ୍କ ଶେଷଯାତ୍ରା ସମୟରେ ଜିଲ୍ଲାର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।ମୟୁରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜ,ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି,ମୟୁରଭଞ୍ଜ ସାଂସଦ ଇଂ ବିଶେଶ୍ୱର ଟୁଡୁ,ଓଡିଶା କୃଷି ଶିଳ୍ପ ନିଗମ ଅଧକ୍ଷ ଦେବାଶିଷ ମହାନ୍ତି,ସ୍ଥାନୀୟ ବିଧାୟକ ନବ ଚରଣ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।ସୂଚନାଯୋଗ୍ୟ, ଚୀନ ସେନାର ଆକ୍ରମଣରେ ସହିଦ ହୋଇଥିବା ୨୦ଜଣ ଭାରତୀୟ ଯବାନଙ୍କ ମଧ୍ୟରେ ଦୁଇ ଜଣ ଓଡ଼ିଆ ଥିଲେ। ସେମାନେ ହେଲେ ଚନ୍ଦ୍ରକାନ୍ତ ପ୍ରଧାନ ଓ ନୁନ୍ଦୁରାମ ସୋରେନ୍। ଗତକାଲି ଅପରାହ୍ନରେ ଉଭୟ ସହିଦଙ୍କ ମୃତଦେହ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲା। ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସମେତ ୩ ସେନାର ପ୍ରମୁଖ ଅଧିକାରୀ, ବରିଷ୍ଠ ନେତା ଓ ସାଧାରଣ ଜନତାଙ୍କ ଉପସ୍ଥିତିରେ ବିମାନ ବନ୍ଦର ପରିସରରେ ଉଭୟଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା।

Mo sapath

Leave A Reply

Your email address will not be published.