Blank space
Blank space
Breaking News/ମୁଖ୍ୟ ଖବର:
ଓଡ଼ିଶା ବିଦ୍ୟୁତ ଉତ୍ପାଦନ ନିଗମ ଓ ଓଡ଼ିଶା ଜଳବିଦ୍ୟୁତ ନିଗମ କାର୍ଯ୍ୟର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ ଭି ସିଂହଦେଓକାମ ନ କରି ଦେହରେ କଳା ବ୍ୟାଚ ପିନ୍ଧି ପ୍ରତିବାଦ କଲେମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା
Blank space

ଓଡ଼ିଶା ସ୍ୱଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନା “ଏପି’’ ସିରିଜର ଉଠାଣ..

0

ଭୁବନେଶ୍ୱର :ନିରପେକ୍ଷ ଖବର, ତା ୦୬/୦୭/୨୦୧୯,
ଓଡ଼ିଶା ସରକାରଙ୍କର ଅର୍ଥ ବିଭାଗର ଆନୁକୂଲ୍ୟରେ ଓଡ଼ିଶା ସ୍ୱଳ୍ପ ସଞ୍ଚୟ ପ୍ରୋତ୍ସାହନ ଯୋଜନାର ୪୧ ତମ ଉଠାଣ (ଏପି ସିରିଜ) ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଜିଲ୍ଲା ମୁଖ୍ୟ ବିଚାରପତି ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ଚିନ୍ନାରା, ଅର୍ଥ ବିଭାଗର ଅବସରପ୍ରାପ୍ତ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀଯୁକ୍ତ ଚଣ୍ଡୀକା ପ୍ରସାଦ ମହାନ୍ତି ଓ ରସାୟନ ବିଜ୍ଞାନର ଅବସରପ୍ରାପ୍ତ ପ୍ରାଧ୍ୟାପିକା ତଥା କବିୟତ୍ରୀ ଡ଼କଫର ଶ୍ରୀମତୀ ବିଦୁ୍ୟତପ୍ରଭା ଗନ୍ତାୟତ ପ୍ରମୁଖ,ବିଚାରପତି ଭାବେ ଯୋଗଦାନ କରିଥିଲେ । ଏହି ଯୋଜନାରେ ୨୪୨୮ ଜଣ ଭାଗ୍ୟଶାଳୀ
ବିଜେତାଙ୍କୁ ୭ଟି ବର୍ଗରେ ସର୍ବାଧିକ ୫ ଲକ୍ଷ ଏବଂ ସର୍ବନିମ୍ନ ୨୦୦୦ ଟଙ୍କା ହିସାବରେ ସମୁଦାୟ ୭୪ ଲକ୍ଷ ମୂଲ୍ୟର ପୁରସ୍କାର ରାଶି ପ୍ରୋତ୍ସାହନ ସ୍ୱରୂପ ପ୍ରଦାନ କରାଯିବାର ବ୍ୟବସ୍ଥା ଅଛି । ଉକ୍ତ
କାର୍ଯ୍ୟକ୍ରମରେ ଆର୍ଥିକ ଅନ୍ତର୍ଭୂତିକରଣ ନିର୍ଦ୍ଦେଶକ ତଥା ଅର୍ଥ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀଯୁକ୍ତ ପ୍ରଦୀପ କୁମାର ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗାଦେଇ ଜନସାଧାରଣଙ୍କୁ ଚିଟଫଣ୍ଡ
ସଂସ୍ଥାମାନଙ୍କଠାରୁ ଦୂରେଇ ରହି, କେବଳ ଡ଼ାକଘର କିମ୍ବା ବ୍ୟାଙ୍କମାନଙ୍କରେ, ପ୍ରଚଳିତ ସ୍ୱଳ୍ପ ସଞ୍ଚୟ ଯୋଜନାରେ ନିଜର କଷ୍ଟୋପାର୍ଜିତ ଅର୍ଥକୁ ନିବେଶ କରିବା ପାଇଁ ଅନୁରୋଧ କରିଥିଲେ । ସ୍ୱଳ୍ପ ସଞ୍ଚୟ ନିର୍ଦ୍ଦେଶକ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ରାଉତ ସ୍ୱାଗତ ଭାଷଣ ଦେବା ସଂଗେ ସଂଗେ ପ୍ରଚଳିତ ସ୍ୱଳ୍ପ ସଞ୍ଚୟ ଯୋଜନାଗୁଡ଼କ ବେଶ ସରଳ, ସୁନିଶ୍ଚିତ ଏବଂ ସୁରକ୍ଷିତ ହୋଇଥିବାରୁ ଏହା ଲୋକପି୍ରୟ ହୋଇପାରିଛି ବୋଲି ସୂଚନା ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମ ପରିଶେଷରେ ସ୍ୱଳ୍ପ ସଞ୍ଚୟ ବିଭାଗର ଉପନିର୍ଦ୍ଦେଶକ ତଥା ଉପଶାସନ ସଚିବ ଶ୍ରୀଯୁକ୍ତ ସାଧବ ଚନ୍ଦ୍ର ସାହୁ ଧନ୍ୟବାଦ ଅନଁଣ କରିଥିଲେ ।ଏହି ଅବସରରେ ଅର୍ଥ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ନନ୍ଦ, ଯୁଗ୍ମ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ଅର୍ଥ ବିଭାଗରେ କାର୍ଯ୍ୟରତ ଜାତୀୟ ସୂଚନା କେନ୍ଦ୍ରର ନିର୍ଦ୍ଦେଶିକା ଶ୍ରୀମତୀ ମିନତୀ ସାହୁ ଏବଂ ସ୍ୱଳ୍ପ ସଞ୍ଚୟ ସହ ନିର୍ଦ୍ଦୋକ ତଥା ଅନୁଶାସନ ସଚିବ ଶ୍ରୀ ଦୀନବନ୍ଧୁ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଅର୍ଥ ବିଭାଗରେ କାର୍ଯ୍ୟରତ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ ଶ୍ରୀ ରଞ୍ଜନ କୁମାର ଦାଶ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Mo sapath

Leave A Reply

Your email address will not be published.