Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକ

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୨/୦୯ ମଧ୍ଯସ୍ଥତା ମାଧ୍ୟମରେ ମକଦମା ଗୁଡିକର ସମାଧାନ ନେଇ ଚଳିତ ସେପ୍ଟେମ୍ବର ୨୮ ତାରିଖରେ ଭୁବନେଶ୍ବରରେ ହେବାକୁ ଯାଉଛି ଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା । ଲୋକସେବା ଭବନ ସ୍ଥିତ କନଭେନସନ ହଲରେ ହେବାକୁ ଥିବା ଏହି କର୍ମଶାଳାକୁ ସବୁ ଦିଗରୁ ସଫଳ କରିବା ଲାଗି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଲୋକସେବା ଭବନ ଦ୍ବିତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ “ନ୍ୟାସନାଲ ମେଡିଏସନ କର୍ମଶାଳା”ରେ ଯୋଗ ଦେବାକୁ ଥିବା ଅତିଥି, ସେମାନଙ୍କ ରହଣି, ଆତିଥେୟତା ଓ କର୍ମଶାଳା ଆୟୋଜନ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା ।

Blank space

ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ ବିଭିନ୍ନ ସମୟରେ ଛୋଟୋମୋଟ କାରଣ ନେଇ ଲୋକମାନେ କୋଟ କଚେରୀର ଦ୍ଵାରସ୍ଥ ହେଉଛନ୍ତି । ଏଥିଯୋଗୁଁ ନ୍ୟାୟାଳୟ ଉପରେ ଅଯଥା ଚାପ ବଢିବା ସହିତ ପ୍ରକୃତ ନ୍ୟାୟ ମିଳିବାରେ ବହୁ ବିଳମ୍ବ ହେଉଛି । କେବଳ ଏହି କାରଣରୁ ଅନେକ ଗୁରୁତ୍ବପୂର୍ଣ୍ଣ ମାମଲା ଫଇସଲା ମଧ୍ୟ ବିଳମ୍ବିତ ହେଉଛି । ତେଣୁ ଭାରତ ସରକାରଙ୍କ ପକ୍ଷରୁ ଆସିଥିବା ମଧ୍ୟସ୍ଥତା ମାଧ୍ୟମରେ ମକଦମା ଗୁଡିକର ଆପୋସ ସମଧାନ ଏକ ଉତ୍ତମ ମାର୍ଗ । ଆସନ୍ତା ୨୮ ତାରିଖରେ ଏଠାରେ ହେବାକୁ ଥିବା ଜାତୀୟ କର୍ମଶାଳ ଏହା ଉପରେ ଅଧିକ ସଚେତନତା ସୃଷ୍ଟି କରିବାରେ ସହାୟକ ହୋଇପାରିବ । ପ୍ରଥମ ଥର ଲାଗି ଏଠାରେ ଆୟୋଜିତ ଏହି କର୍ମଶାଳାକୁ ସଫଳ କରିବା ସହ ଯୋଗ ଦେଉଥିବା ପ୍ରତିନିଧିମାନେ ଯେପରି ଓଡ଼ିଶାର କଳା, ସଂସ୍କୃତି, ପର୍ଯ୍ୟଟନ ଓ ଆତିଥେୟତାର ଭଲ ସ୍ମୃତି ନେଇ ପ୍ରତ୍ୟାବର୍ତ୍ତନ କରିବେ ସେଥିଲାଗି ଯତ୍ନବାନ ହେବା ଲାଗି ବିଭିନ୍ନ ବିଭାଗର ଅଧିକାରୀ ମାନଙ୍କୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପରାମର୍ଶ ଦେଇଥିଲେ ।

ଆଲୋଚନା ଅନୁଯାୟୀ ଏହି ଜାତୀୟ କର୍ମଶାଳାରେ ଭାରତର ମୁଖ୍ୟ ବିଚାରପତି ବି. ଆର. ଗାଭାଇଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟ ବିଚାରପତି, ବିଚାରପତି, ଆଡଭୋକେଟ ଜେନେରାଲ, ଆଇନ ସଚିବ, ମଧ୍ୟସ୍ଥତା ସହିତ ସମ୍ପୃକ୍ତ ବିଭିନ୍ନ ଅନୁଷ୍ଠାନର ପ୍ରତିନିଧି ମାନେ ଅଂଶ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି ।

ଆଜିର ବୈଠକରେ ଆଡ଼ଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ଯ୍ୟ, ଡିଜିପି ଯୋଗେଶ ବାହାଦୁର ଖୁରାନିଆ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ମାନସ ରଞ୍ଜନ ବାରିକ, ସୂଚନା ପ୍ରଯୁକ୍ତି ଓ ଶକ୍ତି ବିଭଗ ପ୍ରମୁଖ ଶାସନ ସଚିବ ବିଶାଳ ଦେବ, କଟକ – ଭୁବନେଶ୍ବର ପୋଲିସ କମିଶନର ଦେବ ଦତ୍ତ ସିଂହ, ପର୍ଯ୍ୟଟନ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ବଲବନ୍ତ ସିଂ, ଇପିକଲ ପରିଚାଳନା ନିର୍ଦେଶକ ଶ୍ରୀ ଭୁପେନ୍ଦର ସିଂହ ପୁନିଆ, ଗୃହ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଆର. କେ. ଶର୍ମା, ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁରୁବୀର ସିଂ ଏବଂ ଆଇନ ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀ ଶିବ ପ୍ରସାଦ ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.