Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

କରୋନା ଯୋଦ୍ଧା ସାମ୍ବାଦିକଙ୍କୁ ସମ୍ବର୍ଦ୍ଧନା କଲା ଶ୍ରୀ ମହାବୀର ସାମାଜିକ ସଂଗଠନ

0

ଭୁବନେଶ୍ୱର,ନିରପେକ୍ଷ ଖବର : ତା ୦୪/୧୦/୨୦୨୦ ନୟାପଲ୍ଲୀ ୱାର୍ଡ଼ ନଂ-୩୯ ଅଧିନରେ ଥିବା ଶାସ୍ତ୍ରୀନଗର କମ୍ୟୁନିଟି ହଲରେ ଶ୍ରୀ ମହାବୀର ସାମାଜିକ ସଂଗଠନ ପକ୍ଷରୁ ସାମ୍ବାଦିକଙ୍କୁ କରୋନା ଯୋଧ୍ୟା ଭାବେ ସମ୍ବର୍ଦ୍ଧିତ କରାଯାଇଛି। ଶ୍ରୀ ମହାବିର ସଂଗଠନ ସାଧାରଣ ସଂପାଦକ ତଥା ବିଜୁ ଜନତା ଦଳର ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଂପାଦକ ମିଲନ୍ କୁମାର ପାଇକରାୟଙ୍କ ନେତୃତ୍ୱରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସଭାରେ ପ୍ରଥମେ ବିଜୁଜନତା ଦଳର ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ୍ତ ମହାରଥିଙ୍କ ଉଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। ଏହାପରେ ଉପସ୍ଥିତ ବ୍ୟକ୍ତି ବିଶେଷମାନେ ସ୍ବର୍ଗତ ମହାରଥୀଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରାୟ ୪୦ ରୁ ଉର୍ଦ୍ଧ ଖବର କାଗଜ ଓ ୱେବ୍ ଚାନେଲ୍ ର ସାମ୍ବାଦିକଙ୍କୁ କରୋନା ଯୋଦ୍ଧା ସମ୍ମାନ ପ୍ରଦାନ କରାଯାଇଛି । ସଂକ୍ରମଣକୁ ଦୃଷ୍ଟିରେ ରଖି କମିଟିର ସଦସ୍ୟମାନେ ସମସ୍ତଙ୍କୁ ସାନିଟାଇଜ୍ କରିବା ସହ ଗଣମାଧ୍ୟମ ବ୍ୟକ୍ତି ବିଶେଷଙ୍କ ପାଇଁ ସାମାଜିକ ଦୂରତା ରକ୍ଷାକରି ବସିବାକୁ ବନ୍ଦୋବସ୍ତ କରିଥିଲେ । ସେମାନଙ୍କୁ ଟ୍ରଫି, ଫୁଲତୋଡା, ଉତ୍ତରୀୟ, ମାସ୍କ, ସାନିଟାଇଜ୍ ଓ ମାନପତ୍ର ପ୍ରଦାନ କରି କରୋନା ଯୋଦ୍ଧାଭାବେ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିଥିଭାବେ ୱାର୍ଡ଼ ନଂ-୩୮ ର ପୂର୍ବତନ କର୍ପୋରେଟର ନିଖିଳ ବଳବନ୍ତରାୟ, ସମାଜସେବୀ ବଦ୍ରିନାରାୟଣ ମିଶ୍ର, ସମାଜସେବୀ ଅର୍ଜୁନ ବେହେରା, ମହାବୀର ପୂଜା କମିଟିର ସାଧାରଣ ସଂପାଦକ ଶୈଳନ୍ଦ୍ର ପ୍ରସାଦରାୟ, ବିଜୁ ଯୁବଜନତା ଦଳର ରାଜ୍ୟ ସାଧାରଣ ସଂପାଦିକା ମଧୁସ୍ମିତା ନାୟକ, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସଂପାଦିକା ଦେବସ୍ମିତା ଦାସ, ସମାଜସେବୀ ବିବେକାନନ୍ଦ ବାରିକ ପ୍ରମୁଖ ଯୋଗ ଦେଇଥିଲେ । ଆସନ୍ତା ସପ୍ତାହରେ ପୁଣି କିଛି ଖବର କାଗଜର ସାମ୍ବାଦିକ ଓ ଇଲୋକ୍‌ଟ୍ରୋନିକ୍ ଗଣମାଧ୍ୟମର ସାମ୍ବାଦିକ ମାନଙ୍କୁ କରୋନା ଯୋଦ୍ଧାଭାବେ ସମ୍ମାନିତ କରାଯିବ ବୋଲି ସମାଜସେବୀ ଶ୍ରୀ ପାଇକରାୟ ସୂଚନା ଦେଇଛନ୍ତି । ଅନୁଜ ଚନ୍ଦନ ନାୟକ, ଶାଶ୍ୱତ ଲେଙ୍କା, ପ୍ରତାପ ପ୍ରତାପ ପ୍ରତାପ ପ୍ରଧାନ, ସୁମନ ଜେନା, ସୌମ୍ୟରଞ୍ଜନ ସ୍ୱାଇଁ, ବିଜୟ କୁମାର ଖୁଣ୍ଟିଆ, ରାକେଶ କୁମାର ଜାଲି, ପବିତ୍ର ବଳିୟାର ସିଂ, ତାପସ କୁମାର ବେହେରା, ଶିବ ପ୍ରସାଦ ସାହୁ, ଚିତ୍ତରଞ୍ଜନ ନାୟକ ଓ ବିଶ୍ୱନାଥ ଦେହୁରୀ ପ୍ରମୁଖ ଉକ୍ତ କାର୍ଯ୍ୟକୁ ପରଚାଳନା
କରିଥିଲେ ।

Mo sapath

Leave A Reply

Your email address will not be published.