Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ଆସନ୍ତାକାଲି ବିଧାନସଭା ଅଧିବେଶନରେ ରାଜ୍ୟର ବିଭିନ୍ନ ସମସ୍ୟା ସହ ସାଧାରଣ ଲୋକଙ୍କ ମୌଳିକ ସମସ୍ୟା ଉପରେ ସରକାରଙ୍କୁ ପ୍ରଶ୍ନ କରିବ ବିଜେପି

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା.୧୭/୦୨: ଆସନ୍ତାକାଲି ବିଧାନସଭା ବଜେଟ ଅଧିବେଶନରେ ମଣ୍ଡିରୁ ଧାନ ନଉଠିବା, ମାହାଙ୍ଗା କ୍ୱାଡ୍ରପଲ ମର୍ଡର ଓ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି, ସୀମା ବିବାଦ, ପିଏମ ଆବାସ ଘୋଟାଲା ମୁଖ୍ୟ ପ୍ରସଙ୍ଗ ହେବ । ଏହା ସହ ରାଜ୍ୟରେ ମହିଳା ସୁରକ୍ଷା, ବେରୋଜଗାର, ଖଣି ଦୁର୍ନୀତି, କେନ୍ଦ୍ରୀୟ ଯୋଜନାକୁ ରାଜ୍ୟ ସରକାର ଲାଗୁ ନକରିବା, ପାନୀୟ ଜଳ ଅଭାବ ଆଦି ବିଭିନ୍ନ ପ୍ରସଙ୍ଗ ଉପରେ ବିଧାନସଭା ଗୃହରେ ଆଲୋଚନା ହେବ ବୋଲି ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତି ହୋଇଛି । ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ସଂପର୍କରେ ଆଲୋଚନା ହୋଇଥିଲା । ଚଳିତ ବିଧାନସଭା ଅଧିବେଶନରେ ବିଜେପି ରାଜ୍ୟର ବିଭିନ୍ନ ସମସ୍ୟା ଉଠାଇବା ସହ ସାଧାରଣ ଲୋକଙ୍କ ମୌଳିକ ସମସ୍ୟା ଉପରେ ସରକାରଙ୍କୁ ପ୍ରଶ୍ନ କରିବ । ୨୦ ବର୍ଷ ଶାସନ ପରେ ବି ରାଜ୍ୟସରକାର ସୀମା ବିବାଦର ସମାଧାନ କରିପାରିଲେ ନାହିଁ । ବର୍ଷ ବର୍ଷ ଧରି ରାଜ୍ୟ-ରାଜ୍ୟ ଭିତରେ ସୀମା ବିବାଦ ଲାଗି ରହିଛି । ସୀମାନ୍ତବର୍ତୀ ଗ୍ରାମ ଗୁଡିକରେ ଓଡିଶା ସରକାର ବିକାଶମୂଳକ କାର୍ଯ୍ୟ ପହଁଚାଇବା ପାଇଁ ରାଜ୍ୟ ସରକାର ବିଫଳ ହୋଇଛନ୍ତି । ଗତ ୧୩ ତାରିଖରୁ ପଡୋଶୀ ଆନ୍ଧ୍ର ପଂଚାୟତ ନିର୍ବାଚନ କରିବା ପରେ ବି ରାଜ୍ୟ ସରକାର ଏହା ଜାଣିପାରିଲେ ନାହିଁ । ରାଜ୍ୟ ସରକାରଙ୍କ ଟୋକନ ଓ ଟାର୍ଗେଟ୍ ବ୍ୟବସ୍ଥା କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ମଣ୍ଡିରେ
ହଜାର ହଜାର କ୍ୱିଂଟାଲ ଧାନ ପଡିରହୁଛି । ଚାଷୀ ଧାନ ଅମଳ କରି ବିକିବାକୁ ବସିଥିବା ବେଳେ କେଉଁଠି ମଣ୍ଡି ନାହିଁ, ମଣ୍ଡିରେ ବ୍ୟାପକ
ଅବ୍ୟବସ୍ଥା ଦେଖାଯାଇଛି । କେନ୍ଦ୍ରୀୟ ଯୋଜନାର ଅର୍ଥକୁ ଦଳୀୟ ଆଧାରରେ ଶାସକ ବିଜେଡିର ନେତା ଓ କର୍ମୀମାନଙ୍କୁ ବଂଟନ କରାଯାଉଛି । ସେହିପରି ଊଗୠ ଏବଂ ଙଗଈଇଊଉ ଫଣ୍ଡର ୧୫ ହଜାର କୋଟି ଏବଂ କାମ୍ପା ଫଣ୍ଡରେ କୋଟି କୋଟି ଟଙ୍କା ଅର୍ଥକୁ ହରିଲୁଟ୍ କରାଯାଇଛି । କରୋନା ମୁକାବିଲା ପାଇଁ ଆସିଥିବା କେନ୍ଦ୍ରୀୟ ଅର୍ଥକୁ ରାଜ୍ୟ ସରକାର ହଡପ କରିଛନ୍ତି । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଆସିଥିବା ଚାଉଳ ଡାଲି ବଂଟନରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ହେବା ଆଦି ପ୍ରସଙ୍ଗକୁ ଗୃହରେ ଉଠାଯିବ ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ଶ୍ରୀ ମୋହନ ମାଝୀ କହିଛନ୍ତି । ଏହି ବିଧାୟକ ଦଳ ବୈଠକରେ ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର, ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର, ରାଜ୍ୟ ସଧାରଣ ସଂପାଦକ ଗୋଲକ ମହାପାତ୍ର ଓ ଲେଖାଶ୍ରୀ ସାମନ୍ତସିଂହାରଙ୍କ ସମେତ ଦଳର ସମସ୍ତ ବିଧାୟକ ଓ ବିଧାୟିକା ପ୍ରମୁଖ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.