Blank space
Blank space
Breaking News/ମୁଖ୍ୟ ଖବର:
କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ
Blank space

ଜଳ ସଂପଦ ମନ୍ତ୍ରୀଙ୍କ ଅଚାନକ ପରିଦର୍ଶନ…

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା- ୨୯.୧୧.୨୦୧୯
ରାଜ୍ୟ ଜଳ ସଂପଦ, ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଆଜି ସକାଳେ ଅଚାନକ ଖୋର୍ଦ୍ଧା ଗସ୍ତ କରି ଜିଲ୍ଲା କ୍ଷୁଦ୍ର ଜଳସେଚନ ଡିଭିଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ । ମନ୍ତ୍ରୀ ସେଠାରେ ପହଁଚି କାର୍ଯ୍ୟାଳୟର ଉପସ୍ଥାନ ଖାତା ଯାଂଚ କରି ସମସ୍ତ କର୍ମଚାରୀ ଉପସ୍ଥିତ ଥିବା ଜାଣିବାକୁ ପାଇଥିଲେ । କାର୍ଯ୍ୟାଳୟର ବିଭିନ୍ନ କାର୍ଯ୍ୟ ସଂପାଦନ ଉପରେ ମନ୍ତ୍ରୀ ଶ୍ରୀ ଦାସ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଜଗତଜ୍ୟୋତି ଶତପଥୀ ଏବଂ ଅନ୍ୟ ଯନ୍ତ୍ରୀମାନଙ୍କୁ ପଚାରି ବୁଝିବା ସହିତ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ । ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ କାର୍ଯ୍ୟାଳୟର ପରିବେଶକୁ ଅଧିକ ସଫାସୁତୁରା ରଖିବାକୁ ଆବଶ୍ୟକୀୟ ନିର୍ଦ୍ଦେଶ ଦେଇଥିଲେ । କାର୍ଯ୍ୟାଳୟର ବିଦ୍ୟୁତ୍ ୱେୟାରିଂ ବ୍ୟବସ୍ଥା ଅବ୍ୟବସ୍ଥିତ ଥିବାରୁ ଏହାକୁ ତୁରନ୍ତ ମରାମତି କରି ବ୍ୟବସ୍ଥିତ କରିବାକୁ ମନ୍ତ୍ରୀ ଶ୍ରୀ ଦାସ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । କାର୍ଯ୍ୟାଳୟରେ କେତେକ କର୍ମଚାରୀ ପଦବୀ ଖାଲିଥିବାରୁ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଶତପଥୀ ବିଭାଗୀୟ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଖୁବ୍ ଶୀଘ୍ର ଏହି କାର୍ଯ୍ୟାଳୟରେ ଖାଲିଥିବା ପଦବୀଗୁଡିକ ପୂରଣ କରିବା ଦିଗରେ ପଦକ୍ଷେପ ନେବେ ବୋଲି ମନ୍ତ୍ରୀ ଶ୍ରୀ ଦାସ ପ୍ରତିଶ୍ରୁତି ଦେଇଥିଲେ ।
ପରେ ପରେ ମନ୍ତ୍ରୀ ଶ୍ରୀ ଦାସ ଖୋର୍ଦ୍ଧା ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟ ମଧ୍ୟ ଅଚାନକ ପରିଦର୍ଶନ କରିଥିଲେ । ସେଠାରେ ସୂଚନା କେନ୍ଦ୍ର ଓ ପାଠାଗାର ପରିଦର୍ଶନ କରିବା ସହିତ ଇ-ଲାଇବ୍ରେରୀ କାର୍ଯ୍ୟକ୍ଷମ ହେବା ସମ୍ପର୍କରେ ଗ୍ରନ୍ଥାଗାରିକଙ୍କଠାରୁ ପଚାରି ବୁଝିଥିଲେ । ଖୋର୍ଦ୍ଧା ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ପଦବୀ ଖାଲି ପଡିଥିବା ଓ ଏହି ଦାୟିତ୍ୱରେ ଭୁବନେଶ୍ୱର ଡିଆଇପିଆରଓ ରହିଥିବାରୁ ଖୋର୍ଦ୍ଧା ଜିଲ୍ଲାରେ ବିଭାଗୀୟ କାର୍ଯ୍ୟ ପରିଚାଳନାରେ ଅସୁବିଧା ହେଉଥିବା ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ଖୁବ୍ ଶିଘ୍ର ଖୋର୍ଦ୍ଧା ଜିଲ୍ଲାରେ ନିୟମିତ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ପଦବୀ ପୂରଣ କରାଯିବା ନେଇ ପଦକ୍ଷେପ ନିଆଯାଉଛି ବୋଲି ମନ୍ତ୍ରୀ ଶ୍ରୀ ଦାସ ସୂଚନା ଦେଇଛନ୍ତି ।

Mo sapath

Leave A Reply

Your email address will not be published.