Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଅକ୍ଟୋବର ୨୮ରୁ ୩-ଦିନିଆ ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨

0

ଭୁବନେଶ୍ୱର,ନିରପେକ୍ଷ ଖବର : ଡୋମେଷ୍ଟିକ୍ ଓ ବିଦେଶୀ ଟୁର ଅପରେଟରମାନଙ୍କ ମଧ୍ୟରେ ଓଡ଼ିଶାର ପ୍ରସାର କରିବା ଲାଗି ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଶିଳ୍ପ ସଂଘ ଫିକିର ମିଳିତ ସହଯୋଗରେ ଅକ୍ଟୋବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨କୁ ଓଡ଼ିଶର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପନାୟକ ୨୦୨୨ ଅକ୍ଟୋବର ୨୮ ତାରିଖରେ ଉଦଘାଟନ କରିବେ ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥା ଏବଂ ଡୋମେଷ୍ଟିକ୍ ଓ ବିଦେଶୀ ଟୁର ଅପରେଟରମାନଙ୍କ ମଧ୍ୟରେ ବି୨ବି ବୈଠକ ଆୟୋଜନ କରାଯିବା ଉପରେ ଗୁରୁତ୍ୱାରୋପ କରାଯିବ । ଏହା ପରେ ଟୁର ଅପରେଟରମାନଙ୍କୁ ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଯଥା ଭୁବନେଶ୍ୱର, ପୁରୀ, କୋଣାର୍କ, ଚିଲିକା, ଧଉଳି, ଭିତରକନିକା ଓ ଲଳିତଗିରି ଆଦି ସ୍ଥାନକୁ ପରିଦର୍ଶନରେ ନିଆଯିବ । ନିବେଶକ ଏବଂ ଏୟାରଲାଇନ୍ସମାନଙ୍କ ସହ ବି୨ଜି ବୈଠକ ମଧ୍ୟ ଆୟୋଜନ କରାଯିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ଏକ ତିନି ଦିନିଆ ପ୍ରଦର୍ଶନୀ ମଧ୍ୟ ଆୟୋଜନ କରାଯିବ ଯେଉଁଠାରେ ବିକ୍ରେତାମାନେ ସେମାନଙ୍କ ଉତ୍ପାଦ ଓ ଯୋଜନାଗୁଡ଼ିକୁ ପ୍ରଦର୍ଶନ କରିବାର ସୁଯୋଗ ପାଇବେ ।

Blank space

ଏନେଇ ଆଜି ହୋଟେଲ୍ ମେଫେୟାର ଲାଗୁନରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇଥିଲା । ସେଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାର ମାନ୍ୟବର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ପାତ୍ର କହିଛନ୍ତି ଯେ, ଓଡ଼ିଶା ହେଉଛି ପ୍ରାକୃତିକ ସମ୍ବଳର ଗନ୍ତାଘର । କିଛି ବର୍ଷ ଭିତରେ ଆମ ରାଜ୍ୟ ଏକ ପ୍ରମୁଖ ସାଂସ୍କୃତିକ ଓ ଧାର୍ମିକ ପର୍ଯ୍ୟଟନସ୍ଥଳୀ ଭାବେ ଉଭା ହୋଇଛି । ଆମର ୪୮୨ କିମି ବ୍ୟାପୀ ଲମ୍ବା ବେଳାଭୂମି, ୧୯ ବନ୍ୟଜନ୍ତୁ ଅଭୟାରଣ୍ୟ ସହିତ ଆମର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟକୁ ନେଇ ସାରା ବିଶ୍ୱର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଓଡ଼ିଶା ପାଖରେ ର୍ପୂ ସମ୍ଭାବନା ରହିଛି । ସେହି ସମ୍ଭାବନା ବିଷୟରେ ଦେଶ ଭିତରର ଓ ବିଦେଶର ଟୁର ଅପରେଟରମାନଙ୍କୁ ଜଣାଇବା ଲାଗି ଆମେ ତିନି ଦିନିଆ ଓଡ଼ିଶା ଟ୍ରାଭେଲ ବଜାର ଆୟୋଜନ କରୁଛୁ ।

ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ, ଶ୍ରୀଯୁକ୍ତ ସୁରେନ୍ଦ୍ର କୁମାର କହିଛନ୍ତି “ଓଡ଼ିଶାର ସ୍ୱତନ୍ତ୍ରତା; କେରଳ, ମହାରାଷ୍ଟ୍ର ଏବଂ ୟୁରୋପୀୟ ରାଷ୍ଟ୍ରଗୁଡ଼ିକରେ କାରାଭାନ୍‌ର ପ୍ରଚଳନ ଯାହା ହୋଟେଲ ରହଣୀଠାରୁ ଶସ୍ତା ଏବଂ ପର୍ଯ୍ୟଟକଙ୍କ ପାଇଁ ବେଶ ଉପାଦେୟ ସେ ବିଷୟରେ ଆଲୋଚନା କରିଥିଲେ । ପର୍ଯ୍ୟଟନ ବିକାଶରେ ଭିତିଭୂମି ବିକାଶର ଭୂମିକା ଉପରେ ସେ ଆଲୋକପାତ କରିଥିଲେ । ଏଥି ସହିତ ସେ କହିଛନ୍ତି ଯେ ସ୍ଥାନୀୟ ବିକ୍ରେତା ଓ ଟୁର ଅପରେଟରମାନଙ୍କୁ ଏକ ମଂଚ ପ୍ରଦାନ କରିବା ଲାଗି ଓଡ଼ିଶା ଟ୍ରାଭେଲ୍ ବଜାର ଆୟୋଜନ କରାଯାଉଛି । ଆମେ ବି୨ବି ଓ ଜି୨ବି ବୈଠକ ଆୟୋଜନ କରିବାକୁ ମଧ୍ୟ ଯୋଜନା ରଖିଛୁ ।

ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର ନିର୍ଦେଶକ, ଶ୍ରୀଯୁକ୍ତ ସଚିନ ରାମଚନ୍ଦ୍ର ଯାଦବ କହିଛନ୍ତି , କୋଭିଡ୍ ଅନ୍ତରାଳ ପରେ ଆମେ ଓଡ଼ିଶା ଟ୍ରାଭେଲ ବଜାରର ଚତୁର୍ଥ ସଂସ୍କରଣ ଆୟୋଜନ କରୁଛୁ । ଓଡ଼ିଶା ପର୍ଯ୍ୟଟନର ଏହା ହେଉଛି ପ୍ରମୁଖ କାର୍ଯ୍ୟକ୍ରମ ଯାହା ହେଉଛି ମୁଖ୍ୟତଃ ଏକ ବ୍ୟବସାୟ ସୁଗମନା ଅଭିଯାନ । ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ହେଉଛି ଓଡ଼ିଶାର ପର୍ଯ୍ୟଟନୀ ସ୍ଥଳଗୁଡ଼ିକ ବିଷୟରେ ଭାରତର ଏବଂ ଆନ୍ତର୍ଜାତିକ ଟୁର ଅପରେଟରମାନଙ୍କୁ ଅବଗତ କରିବା ।

ଫିକିର ଟ୍ରାଭେଲ୍‌, ପର୍ଯ୍ୟଟନ ଓ ଆତିଥେୟତା କମିଟିର ସହ-ଅଧ୍ୟକ୍ଷ ଏବଂ ସ୍ୱସ୍ତି ହୋଟେଲ୍‌ସର ସିଏମ୍‌ଡି , ଶ୍ରୀଯୁକ୍ତ ଜେ କେ ମହାନ୍ତି କହିଛନ୍ତି ଯେ, ଓଡ଼ିଶାର ପର୍ଯ୍ୟଟନ ସ୍ଥଳର ବିକାଶ ଦିଗରେ ରାଜ୍ୟର ପର୍ଯ୍ୟଟନ ବିଭାଗ ଉଲ୍ଲେଖନୀୟ କାର୍ଯ୍ୟ କରୁଛି । ଚଳିତ ବର୍ଷ ଆମର ମୁଖ୍ୟ ଧ୍ୟାନ ସ୍ଥାନୀୟ ଟୁର ଅପରେଟରମାନଙ୍କ ଉପରେ ରହିବ କାରଣ ରାଜ୍ୟକୁ ଆସୁଥିବା ୮୦ ପ୍ରତିଶତ ପର୍ଯ୍ୟଟକ ଦେଶ ଭିତରର । ଏଥର ଫିକି ପକ୍ଷରୁ ଦକ୍ଷିଣ ପୂର୍ବ ଏସୀୟ ରାଷ୍ଟ୍ରଗୁଡ଼ିକ ଉପରେ ଅଧିକ ଧ୍ୟାନ ଦିଆଯାଇଛି କାରଣ ସେମାନଙ୍କ ଖାଦ୍ୟପେୟ, ପୋଷାକ ପରିଷଦ ଓ ସଂସ୍କୃତିରେ ଆମ ସହିତ ସମାନତା ରହିଛି ।

ଏହି ଅବସରରେ ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗର ଓଏସ୍‌ଡି ଶ୍ରୀଯୁକ୍ତ ଅଂଶୁମାନ ରଥ ଉପସ୍ଥିତ ଥିଲେ । ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨ର ମୁଖ୍ୟ ଉଶ୍ୟେ ହେଉଛି ଭାରତର ଟୁର ଅପରେଟରମାନଙ୍କ ଭିତରେ ଓଡ଼ିଶାର ପର୍ଯ୍ୟଟନ ସ୍ଥଳୀର ପ୍ରସାର କରିବା ଲାଗି ଏକ ମଂଚ ସୃଷ୍ଟି କରିବା । ଏହା ପରେ ସ୍ଥାନୀୟ ପର୍ଯ୍ୟଟନରେ ଉନ୍ନତି ଆଣିବା ଉପରେ ଗୁରୁତ୍ୱାରୋପ କରାଯିବ ।

Mo sapath

Leave A Reply

Your email address will not be published.