Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ତୋର ମୋର କଟି” ଚଳଚ୍ଚିତ୍ର ର ଅଡିଓ ଲୋକାର୍ପିତ

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୨/୧୨ ଝିଲିକ ମୋସନ୍ ପିକ୍ଚର୍ସ ର ତୃତୀୟ ଅବଦାନ “ତୋର ମୋର କଟି” ଚଳଚ୍ଚିତ୍ର ର ଅଡିଓ ଲୋକାର୍ପିତ ଉତ୍ସବ ଆଜି ଭୁବନେଶ୍ୱର ର ଏକ ତାରକା ହୋଟେଲ ରେ ଅନୁଷ୍ଠିତ ହୋଇଯାଇଛି l ଅଭିନେତ୍ରୀ ରୁ ପ୍ରଯୋଜିକା ସାଜିଥିବା ଝିଲିକ ଭଟ୍ଟାଚାର୍ଯ୍ୟ ଏହି ଅବସରରେ ଓଡ଼ିଆ ଚଳଚ୍ଚିତ୍ର ର ବିରାଟ ପରିବର୍ତ୍ତନ ପାଇଁ ସଂକଳ୍ପବଦ୍ଧ ବୋଲି ମତବ୍ୟକ୍ତ କରିଥିଲେ l ଲୋକାର୍ପଣ ଉତ୍ସବରେ ବରିଷ୍ଠ ଅଭିନେତା ପ୍ରଦ୍ୟୁମ୍ନ ଲେଙ୍କା, ସିଦ୍ଧାନ୍ତ ମହାପାତ୍ର, ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ, ସିନେ ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ ଅତିଥି ଭାବେ ଯୋଗ ଦେଇଥିଲେ l ଚଳଚ୍ଚିତ୍ର ର ସଂଳାପକାର ଦୀପକ ଜେନା ଥିବା ବେଳେ ନିର୍ଦ୍ଦେଶନା ଭାର ନେଇଛନ୍ତି ଯୁବ ନିର୍ଦ୍ଦେଶକ ରମେଶ ରାଉତ l ପ୍ରଚାର ପ୍ରସାର ଦାୟୀତ୍ୱ ରେ ଅଛନ୍ତି ମିଡ଼ିଆ ପ୍ଲାନର ପ୍ରଣୟ ଜେଠୀ l ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ପ୍ରେମ ଆନନ୍ଦ l ଗୀତ ଗୁଡିକ ଗୀତିକାର ନିର୍ମଳ ନାୟକ ଏବଂ ଅରୁଣ ମନ୍ତ୍ରୀ ଲେଖିଥିବା ବେଳେ କଣ୍ଠଦାନ କରିଛନ୍ତି ହ୍ୟୁମାନ ସାଗର, ଦିପ୍ତୀରେଖା ପାଢ଼ୀ, ସବିଶେଷ, ଆଶୁତୋଷ, ଅନନ୍ୟା ଶ୍ରୀତମ ନନ୍ଦ ଏବଂ ଦେବକୃପା l ଚିତ୍ରତ୍ତୋଳନ ଭାର ଈଶ୍ୱର ବାରିକ ନେଇଛନ୍ତି l ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ପଙ୍କଜ ସିଲ ଏବଂ ଫାଇଟ ନିର୍ଦ୍ଦେଶନା ଦେଇଛନ୍ତି ଶୈଳେନ୍ଦ୍ର ପରିଡା ଓ କାର୍ଯ୍ୟକାରୀ‌ ପ୍ରଯୋଜକ ଅଛନ୍ତି ଅରୁଣ ସ୍ବାଇଁ। ପ୍ରଡ଼କସନ୍ ଡିଜାଇନର ଅଛନ୍ତି ପ୍ରଶାନ୍ତ ବେହେରା (କାବୁଲି) l “ତୋର ମୋର କଟି” ଚଳଚ୍ଚିତ୍ର ମାଧ୍ୟମରେ ଶୈଳେନ୍ଦ୍ର – ଶୀତଲ ଯୋଡି ପ୍ରଥମ ଥର ପାଇଁ ବଡ଼ ପରଦାରେ ଦର୍ଶକ ଦେଖିବାକୁ ପାଇବେ l ଏମାନଙ୍କ ବ୍ୟତୀତ ସିଦ୍ଧାନ୍ତ ମହାପାତ୍ର, ପ୍ରଦ୍ୟୁମ୍ନ ଲେଙ୍କା, ସୁଧାଂଶୁ ମୋହନ ସାହୁ, ସଞ୍ଜୟ ନାୟକ (ଟୁଟୁ ), ବବି ମିଶ୍ର, ସୁଦୀପ୍ତ, ଟୁକୁନା ଷ୍ଟାଇଲିଷ୍ଟ, କାଳିଆ ଷଣ୍ଢ, ଐଶ୍ଵରୀୟା, ରୁପସା, କଟପ୍ପା, ଦେବିକା ପ୍ରମୁଖ ଅଭିନୟ କରିଛନ୍ତି l ଚଳଚ୍ଚିତ୍ର ରେ ୫ ଟି ଗୀତ ଥିବାବେଳେ “ତୋର ମୋର କଟି” ଶୀର୍ଷ ସଙ୍ଗୀତ କୁ ଅରୁଣ ମନ୍ତ୍ରୀ ଲେଖିଥିବା ବେଳେ କଣ୍ଠଦାନ କରିଛନ୍ତି ଦେବକୃପା ଓ ଅନନ୍ୟା ଶ୍ରୀତମ ନନ୍ଦ lଝିଲିକ ମୋସନ ପିକ୍ଚର୍ସ ଏଥି ପୂର୍ବରୁ କିସମିସ ଓ ରୁଦ୍ରାଣୀ ପରି ସୁନ୍ଦର ଚଳଚ୍ଚିତ୍ର ଦର୍ଶକମାନଙ୍କୁ ଭେଟି ଦେଇସାରିଛି l

Mo sapath

Leave A Reply

Your email address will not be published.