Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିର

ଅଂଶଗ୍ରହଣ କଲେ ୫୦ ଜଣ ଛାତ୍ରଛାତ୍ରୀ

0

ଭୁବନେଶ୍ୱର, ନିରପେକ୍ଷ ଖବର :ତା ୧୩/୦୮ ରାଷ୍ଟ୍ରୀୟ ଲଳିତ କଳା ଏକାଡେମୀର ଆଞ୍ଚଳିକ କେନ୍ଦ୍ର,ଭୁବନେଶ୍ୱର ଦ୍ଵାରା ଶାନ୍ତିସ୍ତୁପ ନିକଟସ୍ଥ ଧଉଳି ଚାରୁକଳା ମହାବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି “ହର ଘର ତ୍ରିରଙ୍ଗା”କାର୍ଯକ୍ରମ।ଉକ୍ତ କାର୍ଯ୍ୟକ୍ରମ ଅବସରରେ ମହାବିଦ୍ୟାଳୟର ୫୦ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଏକ ଜଳରଙ୍ଗ ଚିତ୍ରଶିଳ୍ପୀ ଶିବିର ଆୟୋଜିତ ହୋଇଥିଲା।ପ୍ରାରମ୍ଭରେ କ୍ଷେତ୍ରୀୟ ସଚିବ ରାମକୃଷ୍ଣ ବେଦାଲା କାର୍ଯକ୍ରମ ସମ୍ପର୍କରେ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରିବା ସହିତ ପୁଷ୍ପଗୁଚ୍ଛ ଦେଇ ଶିବିରକୁ ସ୍ବାଗତ କରିଥିଲେ।ଏହି ଅବସରରେ ବିଶିଷ୍ଟ ଚିତ୍ରଶିଳ୍ପୀ ତଥା ଓଡ଼ିଶା ଲଳିତ କଳା ଏକାଡେମୀର ପୂର୍ବତନ ସଚିବ ପଞ୍ଚାନନ ସାମଲ ଓଡ଼ିଶାର ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ଜୀବନ ଓ ଆଦର୍ଶକୁ ଚିତ୍ରରେ ପ୍ରତିଫଳିତ କରିବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ କହିଥିଲେ। ଶିବିର ଅବସରରେ ଛାତ୍ରଛାତ୍ରୀମାନେ ଜଳରଙ୍ଗରେ ସୁନ୍ଦର ସୁନ୍ଦର ଚିତ୍ର ଗୁଡ଼ିକ ଅଙ୍କନ କରିଥିଲେ।ପରେ ପରେ ସମସ୍ତ ଛାତ୍ରଛାତ୍ରୀ ଏବଂ ଅନ୍ୟ ଶିଳ୍ପୀମାନେ ହାତରେ ତ୍ରିରଙ୍ଗା ପତାକା ଧରି ଭାରତ ମାତାଙ୍କ ଜୟଗାନ କରି ଶାନ୍ତିସ୍ତୁପ ପର୍ଯ୍ୟନ୍ତ ପଦଯାତ୍ରା କରିଥିଲେ।କାର୍ଯ୍ୟକ୍ରମକୁ ଉପାଧ୍ୟକ୍ଷ ଚନ୍ଦନ କୁମାର ସାମଲ ଓ ଅଧ୍ୟାପକ ଭୂପତି ପଣ୍ଡା, ସୋଫିଆ ଯସମିନ୍ ପରିଚାଳନା କରିଥିଲେ ଏବଂ ସରୋଜ କୁମାର ରାଉତ,ରଶ୍ମିରଞ୍ଜନ ପଟ୍ଟନାୟକ, ୟାନିତା ପ୍ରିୟଦର୍ଶିନୀ,ସୁବାସ ଚନ୍ଦ୍ର ମୁଦୁଲି,ଲକ୍ଷ୍ମୀଧର ସ୍ବାଇଁ ପ୍ରମୁଖ ସହଯୋଗ କରିଥିଲେ।

 

ଅଧ୍ୟକ୍ଷ

Mo sapath

Leave A Reply

Your email address will not be published.