Blank space
Blank space
Breaking News/ମୁଖ୍ୟ ଖବର:
ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତପଠାଣି ସାମନ୍ତ ଜୟନ୍ତୀ ଉପଲକ୍ଷେ କଳାଭୁମି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶ କାର୍ଯ୍ୟ ତଦାରଖ ପାଇଁ ଷ୍ଟେସନ ସାମ୍ନାରେ ଅସ୍ଥାୟୀ କ୍ୟାମ୍ପ ଅଫିସ୍ କାର୍ଯ୍ଯ ଆରମ୍ଭ
Blank space

ଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିର

ଅଂଶଗ୍ରହଣ କଲେ ୫୦ ଜଣ ଛାତ୍ରଛାତ୍ରୀ

0

ଭୁବନେଶ୍ୱର, ନିରପେକ୍ଷ ଖବର :ତା ୧୩/୦୮ ରାଷ୍ଟ୍ରୀୟ ଲଳିତ କଳା ଏକାଡେମୀର ଆଞ୍ଚଳିକ କେନ୍ଦ୍ର,ଭୁବନେଶ୍ୱର ଦ୍ଵାରା ଶାନ୍ତିସ୍ତୁପ ନିକଟସ୍ଥ ଧଉଳି ଚାରୁକଳା ମହାବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି “ହର ଘର ତ୍ରିରଙ୍ଗା”କାର୍ଯକ୍ରମ।ଉକ୍ତ କାର୍ଯ୍ୟକ୍ରମ ଅବସରରେ ମହାବିଦ୍ୟାଳୟର ୫୦ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଏକ ଜଳରଙ୍ଗ ଚିତ୍ରଶିଳ୍ପୀ ଶିବିର ଆୟୋଜିତ ହୋଇଥିଲା।ପ୍ରାରମ୍ଭରେ କ୍ଷେତ୍ରୀୟ ସଚିବ ରାମକୃଷ୍ଣ ବେଦାଲା କାର୍ଯକ୍ରମ ସମ୍ପର୍କରେ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରିବା ସହିତ ପୁଷ୍ପଗୁଚ୍ଛ ଦେଇ ଶିବିରକୁ ସ୍ବାଗତ କରିଥିଲେ।ଏହି ଅବସରରେ ବିଶିଷ୍ଟ ଚିତ୍ରଶିଳ୍ପୀ ତଥା ଓଡ଼ିଶା ଲଳିତ କଳା ଏକାଡେମୀର ପୂର୍ବତନ ସଚିବ ପଞ୍ଚାନନ ସାମଲ ଓଡ଼ିଶାର ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ଜୀବନ ଓ ଆଦର୍ଶକୁ ଚିତ୍ରରେ ପ୍ରତିଫଳିତ କରିବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ କହିଥିଲେ। ଶିବିର ଅବସରରେ ଛାତ୍ରଛାତ୍ରୀମାନେ ଜଳରଙ୍ଗରେ ସୁନ୍ଦର ସୁନ୍ଦର ଚିତ୍ର ଗୁଡ଼ିକ ଅଙ୍କନ କରିଥିଲେ।ପରେ ପରେ ସମସ୍ତ ଛାତ୍ରଛାତ୍ରୀ ଏବଂ ଅନ୍ୟ ଶିଳ୍ପୀମାନେ ହାତରେ ତ୍ରିରଙ୍ଗା ପତାକା ଧରି ଭାରତ ମାତାଙ୍କ ଜୟଗାନ କରି ଶାନ୍ତିସ୍ତୁପ ପର୍ଯ୍ୟନ୍ତ ପଦଯାତ୍ରା କରିଥିଲେ।କାର୍ଯ୍ୟକ୍ରମକୁ ଉପାଧ୍ୟକ୍ଷ ଚନ୍ଦନ କୁମାର ସାମଲ ଓ ଅଧ୍ୟାପକ ଭୂପତି ପଣ୍ଡା, ସୋଫିଆ ଯସମିନ୍ ପରିଚାଳନା କରିଥିଲେ ଏବଂ ସରୋଜ କୁମାର ରାଉତ,ରଶ୍ମିରଞ୍ଜନ ପଟ୍ଟନାୟକ, ୟାନିତା ପ୍ରିୟଦର୍ଶିନୀ,ସୁବାସ ଚନ୍ଦ୍ର ମୁଦୁଲି,ଲକ୍ଷ୍ମୀଧର ସ୍ବାଇଁ ପ୍ରମୁଖ ସହଯୋଗ କରିଥିଲେ।

 

ଅଧ୍ୟକ୍ଷ

Mo sapath

Leave A Reply

Your email address will not be published.