Blank space
Blank space
Breaking News/ମୁଖ୍ୟ ଖବର:
କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ
Blank space

ଦାବି ପୂରଣ ହେବା ଆଗରୁ ଧାରଣା ସ୍ଥଳରେ ଚାଲିଗଲା ଶିକ୍ଷକଙ୍କ ଜୀବନ

0
Advertising:

ଭୁବନେଶ୍ୱର(ନିରପେକ୍ଷ ଖବର)ତା-୩/ଡ଼ିସେମ୍ବର/୨୦୧୯- ନିଜରହକ୍‌ ପାଇଁ ଲଢ଼େଇ କରୁ କରୁ ଚାଲିଗଲା ଜୀବନ। ଧାରଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଲା।ମୃତାହତ ହେଇଥିବା ଶିକ୍ଷକ ଜଣଙ୍କ ହେଲେ ମୟୁରଭଞ୍ଜ ଜିଲ୍ଲାର ନିରଞ୍ଜନ ବାରିକ୍‌। ରାଜ୍ୟରେ ଦୀର୍ଘ ଦିନ ହେବ ଶିକ୍ଷକମାନେ ବିଭିନ୍ନ ଆନ୍ଦୋଳନ କରି ଆସୁଛନ୍ତି । ତେବେ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ଅଭିଯୋଗ ଏବଂ କଣ୍ଟ୍ରାକ୍‌ଚୁଆଲ୍‌ ଶିକ୍ଷକଙ୍କୁ ନିୟମିତ ଶିକ୍ଷକ ଭାବେ ନିଯୁକ୍ତି କରିବା ଦାବିରେ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ଭୁବନେଶ୍ୱରସ୍ଥିତ ଲୋୟର ପିଏମ୍‌ଜିରେ ଧାରଣା ଦିଆଯାଇଥିଲା । ଏହି ଧାରଣା ସ୍ଥଳରେ ଶିକ୍ଷକ ନିରଞ୍ଜନ ବାରିକ୍‌ଙ୍କ ମୁର୍ତ୍ୟୁ ଘଟଣା ଶୁଣିବା ପରେ ମୟୁରଭଞ୍ଜ ଜିଲ୍ଲାର ଗୋପବନ୍ଧୁନାଗରରେ ତାଙ୍କ ପରିବାର ସମେତ ସ୍ଥାନୀୟ ଅଞ୍ଚଳରେ ଶୋକରଛାୟା ଖେଳିଯାଇଛି। ତେବେ ଧାରଣାସ୍ଥଳରେ ଅଚାନକ ନିରଞ୍ଜନ ଟଳି ପଡ଼ିଥିଲେ । ତାଙ୍କୁ ତୁରନ୍ତ ଅନ୍ୟ ଶିକ୍ଷକ ଏବଂ ପୋଲିସଙ୍କ ସହାୟତାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହସ୍ପିଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପରେ ଶବବ୍ୟବଚ୍ଛେଦ ପାଇଁ ପୋଲିସ ପଠାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ଦେଇଛନ୍ତି । ଅନ୍ୟପଟେ ପ୍ରାଥମିକ ଶିକ୍ଷକ ମହାସଂଘ ମୃତ ଶିକ୍ଷକଙ୍କ ପରିବାରରୁ ଜଣଙ୍କୁ ଚାକିରି ଦେବା ସହ ୫୦ଲକ୍ଷ ଟଙ୍କାର ସହାୟତା ରାଶି ଦବାପାଇଁ ଦାବି କରିଛି ।

Mo sapath

Leave A Reply

Your email address will not be published.