Blank space
Blank space
Breaking News/ମୁଖ୍ୟ ଖବର:
ବଲିଉଡ୍ ତାରକା ଜାହ୍ମବୀ କପୁରଙ୍କ ଦ୍ୱାରା କଲ୍ୟାଣ ଜୁଏଲର୍ସ ପକ୍ଷରୁ ଭୁବନେଶ୍ୱରର ମାଷ୍ଟର କ୍ୟାଂଟିନ୍‌ରେ ନୂଆ ସୋ’ରୁମ୍‌ର ଶୁଭାରମ୍ଭମହାଦେବ ଗୃହ ନିର୍ମାଣ ଉପସ୍ଥାପନ କରୁଛି ମହାଦେବ ଗ୍ରୀନ୍‌ସ୨୫ ରେ ବିଧାନସଭା ଘେରିବ ୬୬୨ ବର୍ଗ କଲେଜ ସଂଘରାଜୀବ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦଦେବା ଓ ମହାଦୁର୍ନୀତି ବିରୁଦ୍ଧରେ ବିଜେପି ର ବିଡିଏ ଅଫିସ ସମ୍ମୁଖରେ ଧାରଣା।ବିଶ୍ଵ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ଟ୍ରେଡ୍‌ରେ ସେପ୍ଟେମ୍ବର ସେସନ ପାଇଁ ନାମଲେଖାରତ୍ନ ଭଣ୍ଡାର ଚାବି ହଜିବା ଜଗନ୍ନାଥ ମନ୍ଦିର ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ…୦୭ ଅଗଷ୍ଟ ୨୦୨୩ – ଭାରତ ବନ୍ଦବିଜନେସ କ୍ଲବ ଅଫ୍ ଏଣ୍ଟରପ୍ରେନରସ (ବିସିଇ)ଉତ୍କଳ କ୍ଲବ୍ ର ଉଦ୍ଘାଟନୀ…ରାଜ୍ୟ ଆର୍‌ବିଏସ୍‌ ଆୟୁଷ ଡାକ୍ତର ସଂଘ, ଓଡ଼ିଶାର ସମୀକ୍ଷା ବୈଠକରାଜ୍ୟ ମିଶନ ଶକ୍ତି ଏସ୍ଏଚ୍‌ଜି କାହାର ଅଧ୍ଵସ୍ତ ନୁହଁନ୍ତି କି ଦୟାର ପାତ୍ର ନୁହଁନ୍ତିଉପକୃତ ବିଜେଡ଼ି ଉପେକ୍ଷିତ ଓଡ଼ିଶାଜୁନ ୭ରୁ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ରାଜ୍ୟ ଗ୍ରାଜୁଏଟ ଠିକା ମହିଳା ପରିଦର୍ଶିକା ସଂଘଝାରସୁଗୁଡ଼ା ଉପନିର୍ବାଚନ ପ୍ରଚାରର ଶେଷ ଦିନରେ କଂଗ୍ରେସର ବିରାଟ ଶୋଭା ଯାତ୍ରାମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣର ପ୍ରତିକ୍ରିୟା ରଖିଲେ କେନ୍ଦ୍ରମନ୍ତ୍ରୀଅଖିଳ ଭାରତ କଂଗ୍ରେସ କମିଟିର ସଭାପତିଙ୍କୁ ହତ୍ୟା ଧମକ ବିରୋଧରେ ଝାରସୁଗୁଡ଼ା ଥାନାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଏତଲା ଦେଲେଝାରସୁଗୁଡା ଉପନିର୍ବାଚନ….ରାଜ୍ୟରେ ୫ଟି ଶାସନ ପ୍ରତି କଂଗ୍ରେସର କଟାକ୍ଷନବୀନ ବାବୁଙ୍କ ଶାସନ କାଳରେ ଓଡ଼ିଶା କୃଷକମାନଙ୍କର ଆୟ ଦ୍ୱିଗୁଣିତ ହେବା ପରିବର୍ତେ ଆୟ ବହୁପରିମାଣରେ କମି କମି ଯାଉଛି : କଂଗ୍ରେସଭୁବନେଶ୍ୱର ଠାରେ ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ” ଉଦଘାଟିତମେ ୬ରେ ଉତ୍କଳକନିକାରେ ମିଷ୍ଟର ଆଣ୍ଡ୍ ମିସ୍ ଉତ୍କଳ ଫ୍ୟାସନ ଶୋ
Blank space

ରତ୍ନ ଭଣ୍ଡାର ଚାବି ହଜିବା ଜଗନ୍ନାଥ ମନ୍ଦିର ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ…

0

ଭୁବନେଶ୍ୱର, ନିରପେକ୍ଷ ଖବର: ତା.୦୧/୦୭: ରତ୍ନ ଭଣ୍ଡାର ଚାବି ହଜିବା ଜଗନ୍ନାଥ ମନ୍ଦିର ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ । ରତ୍ନ ଭଣ୍ଡାର ଚାବି ହଜିବା ଘଟଣା ୨୦୧୮ରେ ସରକାରଙ୍କ ନଜରକୁ ଆସିଥିଲା । ସେବେଠାରୁ ଓଡିଶାର ଜନସାଧାରଣଙ୍କର ଏକ ବଡ ଦାବି ହେଲା ଯେ, ସରକାର ରତ୍ନ ଭଣ୍ଡାର ଖୋଲନ୍ତୁ ଓ ରତ୍ନ ଭଣ୍ଡାର ଭିତରେ ଥିବା ସମସ୍ତ ଅଳଙ୍କାର ସୁରକ୍ଷିତ ଅଛି ନା ନାହିଁ ତାହା ସ୍ପଷ୍ଟ କରନ୍ତୁ । ରତ୍ନ ଭଣ୍ଡାର ଚାବି ଖୋଲିବା ପାଇଁ ବିଧାନସଭାରେ ଏମିତିକି ହାଇକୋର୍ଟରେ ମଧ୍ୟ ଏନେଇ ମାମଲା ଚାଲିଛି । ସମସ୍ତେ ଚାହିଁ ବସିଛନ୍ତି ଯେ, ସରକାର କେବେ ରତ୍ନଭଣ୍ଡାର ଖୋଲିବେ । ଏଭଳି ଜଗନ୍ନାଥ ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସ ସହ ଖେଳିବା ଘଟଣା ବିଶ୍ୱବ୍ୟାପୀ ଜଗନ୍ନାଥପ୍ରେମୀଙ୍କୁ ବ୍ୟଥୀତ କରିଛି ଏବଂ ଏଭଳି ରାଜ୍ୟ ସରକାର ପୁରା ଓଡିଶା ପାଇଁ ବିପଦ ବୋଲି ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି ।
ରାଜ୍ୟ ସରକାର କାହିଁକି ରତ୍ନଭଣ୍ଡାର ଖୋଲୁନାହାନ୍ତି ବୋଲି ଶ୍ରୀ ମହାନ୍ତି ମୌଳିକ ପ୍ରଶ୍ନ ନେଇ ଜଣେ ମହାପ୍ରଭୁ ଜଗନ୍ନାଥଙ୍କ ଭକ୍ତ ଭାବେ ମାନ୍ୟବର ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି । ରାଜ୍ୟ ସରକାର ରାଜ୍ୟପାଳଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରି ତୁରନ୍ତ ରତ୍ନଭଣ୍ଡାର ଖୋଲନ୍ତୁ । ନଚେତ୍ ଜଣେ ସିଟିଙ୍ଗ ଜଜ୍‌ଙ୍କ ନେତୃତ୍ୱରେ ରତ୍ନଭଣ୍ଡାର ଖୋଲାଯାଇ ଇନଭେନଟୋରୀ ପ୍ରସ୍ତୁତ ହେଉ । ଅସଲ ଚାବି କେମିତି ହଜିଲା ଏବଂ ଡୁପ୍ଲିିକେଟ ଚାବି କ’ଣ ହେଲା ? ଏହି ସମ୍ବେଦନଶୀଳ ଘଟଣାର ତଦନ୍ତ ସିବିଆଇ ଦ୍ୱାରା କରାଯାଉ । ରତ୍ନଭଣ୍ଡାର ଚାବି ଗୁମରର ଅସଲ ସତ ଖୋଜି ବାହାର କରିବା ପାଇଁ ଗଠିତ ହୋଇଥିବା ରଘୁବୀର ଦାସ କମିଶନ ଶେଷରେ ବିଫଳ ହୋଇ ଜଗନ୍ନାଥପ୍ରେମୀଙ୍କୁ ନିରାଶ କରିଛନ୍ତି । ତାଙ୍କୁ ମଧ୍ୟ ଦଣ୍ଡିତ କରାଯାଉ ଏବଂ ତାଙ୍କ ପାଇଁ ଖର୍ଚ୍ଚ ହୋଇଥିବା ଟଙ୍କାକୁ ତାଙ୍କଠାରୁ ଆଦାୟ କରାଯାଉ ବୋଲି ଶ୍ରୀ ମହାନ୍ତି ହାଇକୋର୍ଟରେ ନିବେଦନ କରିଛନ୍ତି ।
ଆଇନମନ୍ତ୍ରୀଙ୍କ ଉତର ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଏଥିରୁ ରାଜ୍ୟ ସରକାର କେଉଁଭଳି ଚାଲିଛି ସାଧାରଣ ଲୋକ ଜାଣିପାରୁଥିବେ । ଓଡିଶା ସରକାର ଏକ ମୁଣ୍ଡବିହିନ ସରକାର । ଆଇନମନ୍ତ୍ରୀଙ୍କ ଏଭଳି ମନ୍ତବ୍ୟ ଜଗନ୍ନାଥ ପ୍ରେମୀଙ୍କ ଆଘାତ ଦେଇଛି । ମହାପ୍ରଭୁ ଜଗନ୍ନାଥଙ୍କ ମହଣ ମହଣ ସୁନା ରତ୍ନଭଣ୍ଡାରରେ ଗଛିତ ରହିଛି । ୧୯୭୮ମସିହାରେ ତତ୍କାଳୀନ ରାଜ୍ୟପାଳ ଶଙ୍କର ଦୟାଲ ଶର୍ମାଙ୍କ ନେତୃତ୍ୱରେ ଏକ କମିଟି ଗଠନ ହୋଇ ରତ୍ନଭଣ୍ଡାର ଖୋଲାଯାଇଥିଲା । ଏହି କମିଟିରେ ଡ.ହରେକୃଷ୍ଣ ମହତାବ, ଡ. ରାଧାନାଥ ରଥ, ନିତ୍ୟାନନ୍ଦ କାନୁନଗୋଙ୍କ ସମେତ ବହୁ ପ୍ରତିଷ୍ଠିତ ବ୍ୟକ୍ତିତ୍ୱମାନେ ଥିଲେ । ତା ପରଠାରୁ ଆଜି ପର୍ଯ୍ୟନ୍ତ ରତ୍ନଭଣ୍ଡାର ଖୋଲାଯାଇନାହିଁ କି ତାର ସୁରକ୍ଷା ପ୍ରତି ଧ୍ୟାନ ଦିଆଯାଇନାହିଁ କାହିଁକି ? ଗଜପତି ମହାରାଜ, ଏଏସଆଇ, ସେବାୟତ, ଭକ୍ତମହଲ ସମେତ ବିଭିନ୍ନ ମହଲରୁ ବାରମ୍ବାର ଦାବୀ ସତ୍ୱେ ରତ୍ନଭଣ୍ଡାର ଖୋଲିବା ନେଇ ରାଜ୍ୟ ସରକାର ପଛଘୁଂଚା କାହିଁକି ଦେଉଛନ୍ତି? ରାଜ୍ୟ ସରକାର କାହିଁକି ଉତରଦାୟିତ୍ୱ ନେଉନାହାନ୍ତି ? କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଆସ୍ଥା ଓ ବିଶ୍ୱାସ ପାଇଁ ଯଥାଶୀଘ୍ର ରତ୍ନଭଣ୍ଡାର ଖୋଲାଯିବାକୁ ଶ୍ରୀ ମହାନ୍ତି ଦାବୀ କରିଛନ୍ତି ।

Mo sapath

Leave A Reply

Your email address will not be published.