Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଅଷ୍ଟମ ସନ୍ଧ୍ୟାରେ ହସ୍ତତନ୍ତର ବିଶ୍ୱାଦୃତି ନିମନ୍ତେ ‘ବୟନିକା’ ପକ୍ଷରୁ ‘ଫେସନ୍‌ ସୋ’

0

ଭୁବନେଶ୍ୱର ନିରପେକ୍ଷ ଖବର:୨୨/୧୨/୨୦୧୯
ସାରା ଦେଶର ହସ୍ତଶିଳ୍ପ କାରିଗର, ବୁଣାକାର ଓ ସ୍ଥପତିକାରମାନଙ୍କୁ ପ୍ରୋତ୍ସାହନ ଦେବା ସହ ସେମାନଙ୍କ କଳା-କାରିଗରୀର ପ୍ରଦର୍ଶନ ନିମନ୍ତେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୨୦୧୯ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଡିସେମ୍ବର ୧୫ ତାରିଖଠାରୁ ଆରମ୍ଭ ହୋଇଛି । ପ୍ରଦର୍ଶନ କକ୍ଷ ୩୮୦ଟି ନିର୍ମାଣ କରାଯାଇ ଶିଳ୍ପୀ ଓ ଗ୍ରାହକଙ୍କ ମଧ୍ୟରେ ସିଧାସଳଖ ସଂପର୍କ ସ୍ଥାପନ ପାଇଁ ପଦକ୍ଷେପଏହି ମେଳାରେ ନିଆଯାଛି । ଆମର ପାରମ୍ପରିକ ଏବଂ ସମସାମୟିକ ହସ୍ତଶିଳ୍ପ, ହସ୍ତତନ୍ତ, ସ୍ଥାପତ୍ୟଗୁଡ଼ିକୁ ଜାଣିବା ଓ କ୍ରୟ କରିବା ନିମନ୍ତେ ରାଜ୍ୟବାସୀଙ୍କ ପାଇଁ ଏହା ଏକ ଅପୂର୍ବ ସୁଯୋଗ ।ହସ୍ତତନ୍ତ ପୋଷାକ ପ୍ରତି ଲୋକମାନଙ୍କ ମଧ୍ୟରେ ଜାଗରୂକତା ଓ ଆଗ୍ରହ ସୃଷ୍ଟି ଉଦ୍ଦେଶ୍ୟରେ ଆଜି ତୋଷାଳି
ମେଳା ପରିସରରେ ଏକ ‘ଫେସନ୍‌ ସୋ’ ଆୟୋଜିତ ହୋଇଯାଇଛି ।

Advertising:
Blank space
  1. ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ,ଏନ୍‌ଆଇଏଫ୍‌ଟି, ସିଡାକ୍‌ ଦ୍ୱାରା ପ୍ରାୟୋଜିତ ତଥା ‘ବୟନିକା’ ପକ୍ଷରୁ ଆୟୋଜିତ ଏହି ‘ଫେସନ୍‌ ସୋ’ରେ ୧୩ ଜଣ ମଡେଲ୍‌ ବୟନିକା ପ୍ରସ୍ତୁତ ଇକତ୍‌, ବୋମକାଇ, ଖଣ୍ଡୁଆ, କୋଟପାଡ଼ ଓ ଡଙ୍ଗରିଆ, ଟସର ଶାଢ଼ି ପରିଧାନପୂର୍ବକ ର୍ୟାମ୍ପରେ ଅଂଶଗ୍ରହଣ କରିଥିଲେ । ଏହାପରେ ବୟନିକା ଓ ଏନ୍‌ଆଇଏଫ୍‌ଟି ଆଲୁମୁନିମାନଙ୍କ ଦ୍ୱାରା ପ୍ରସ୍ତୁତ ଡିଜାଇନର ପୋଷାକ ପରିଧାନ କରି ଏହି ମଡେଲ୍‌ମାନେ ଓଡ଼ିଶା ହସ୍ତତନ୍ତର ଡିଜାଇନ୍‌ ପୋଷାକ ଦର୍ଶକମାନଙ୍କ ନିକଟରେ ପ୍ରଦର୍ଶନ କରିଥିଲେ । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଯୁଗ୍ମ ସଚିବ ଶ୍ରୀମତୀ ଅଂଜନା ପଣ୍ଡା ଓ ତାଙ୍କ ଟିମ୍‌ ଏହି ‘ଫେସନ୍‌ ସୋ’ର ପରିକଳ୍ପନା କରିଥିଲେ । ପାରମ୍ପରିକ ଓ ଆଧୁନିକ ତଥା ଭାରତୀୟ ଏବଂ ପାଶ୍ଚାତ୍ୟ ଶୈଳୀରେ ପ୍ରସ୍ତୁତ ଏହି ପୋଷାକଗୁଡ଼ିକୁ ବିଶ୍ୱବ୍ୟାପୀ ପରିଚିତି ଦେବା ଉଦ୍ଦେଶ୍ୟରେ ଆୟୋଜିତ ଏହି ‘ଫେସନ୍‌ ସୋ’କୁ ଶୁଭମ୍‌ ଓ ଜାଗୃତି ଉପସ୍ଥାପନ କରିଥିବାବେଳେ ପ୍ରଶାନ୍ତ ଏହାର କୋରିଓଗ୍ରାଫି କରିଥିଲେ ।
    ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ କ୍ଷେତ୍ରରେ ଓଡ଼ିଶାର ସ୍ୱତନ୍ତ୍ର ପରିଚୟ ରହିଛି । ସୁନ୍ଦର ଓ ଚିତ୍ତାକର୍ଷକ ‘ଫେସନ୍‌
    ସୋ’ ମାଧ୍ୟମରେ ରାଜ୍ୟର ବୁଣାକାର ଓ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ଓ ଡିଜାଇନ୍‌ ପୋଷାକ ଆଦି ବିଶ୍ୱବଜାରରେ ବିଶେଷ ସ୍ଥାନ ହାସଲ କରିପାରିଛି । ଆମ ଶିଳ୍ପୀ-କାରିଗରମାନଙ୍କ ସ୍ୱପ୍ନ ଆଜି ସାର୍ଥକ ହୋଇଛି ।ତୋଷାଳି ମେଳା ଅବସରରେ ଆଜି ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମକୁ ବୟନଶିଳ୍ପ ନିର୍ଦ୍ଦେଶକ ତଥା ବୟନିକାର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଜ୍ୟୋତିପ୍ରକାଶ ଦାସ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଥିଲେ । ମୁଖ୍ୟ ଅତିଥି ଶ୍ରୀ ଦାସ ଓ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଯୁଗ୍ମ ସଚିବ ଶ୍ରୀମତୀ ଅଂଜନା ପଣ୍ଡା ‘ଫେସନ୍‌ ସୋ’ର କଳାକାର, କୋରିଓଗ୍ରାଫର ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମର କଣ୍ଠଶିଳ୍ପୀଙ୍କୁ ଉତ୍ତରୀୟ ଓ ବୃକ୍ଷ ପ୍ରଦାନ କରି ସମ୍ମାନିତ କରିଥିଲେ ।
    ଆଜିର କାର୍ଯ୍ୟକ୍ରମରେ ପ୍ରଚ୍ଛଦପଟ ଗାୟିକା ପ୍ରଜ୍ଞା ହୋତା ପୁରୁଣା ଓଡ଼ିଆ ଗୀତ ସହିତ ‘ବେବି ଓ ବେବି’ ଓ ‘ସୁନୟନା…’ ଆଦି ସଂଗୀତ ଗାନ କରି ଦର୍ଶକମାନଙ୍କୁ ବିମୋହିତ କରିଥିଲେ ।
Mo sapath

Leave A Reply

Your email address will not be published.