Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ଭୁବନେଶ୍ୱର ଏମ୍ସରେ ବାଜପେୟୀଙ୍କ ପ୍ରତିମୂର୍ତି ଲୋକାର୍ପଣ ସହ ବିଭିନ୍ନ ରୋଗୀ ସୁବିଧାର ଶିଳାନ୍ୟାସ-ଉଦଘାଟନ

0

*ଓଡିଶା ପାଇଁ ଏମ୍ସ ବାଜପେୟୀଙ୍କ ଅବଦାନ – ଧର୍ମେନ୍ଦ୍ର ପ୍ରଧାନ।

ଭୁବନେଶ୍ୱର ,ନିରପେକ୍ଷ ଖବର: ୨୫/୧୨/୧୯ – ଓଡିଶା ପାଇଁ ଭୁବନେଶ୍ୱର ଏମ୍ସ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଥିଲା ବୋଲି ବୁଧବାର ଭୁବନେଶ୍ୱର ଏମ୍ସ ମେଡିକାଲ ପରିସରରେ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ପୂର୍ଣ୍ଣାଙ୍ଗ ମୂର୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ କରକମଳରେ ଲୋକାର୍ପଣ ଏବଂ ମେଡିକାଲରେ ବିଭିନ୍ନ ରୋଗୀ ସୁବିଧାର ଶିଳାନ୍ୟାସ ଓ ଉଦଘାଟନ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏମ୍ସରେ ବାଜପେୟୀଙ୍କ ପୂର୍ଣ୍ଣାଙ୍ଗ ମୂର୍ତି ସ୍ଥାପିତ କରିଥିବାରୁ ଏମ୍ସ ଭୁବନେଶ୍ୱର ଓ ମହାନଦୀ କୋଇଲା କମ୍ପାନୀକୁ କୃତଜ୍ଞତା ଜଣାଇଛନ୍ତି ଶ୍ରୀ ପ୍ରଧାନ ।ଶ୍ରୀ ପ୍ରଧାନ କହିଛନ୍ତି ଯେ ଗତ ୨ ବର୍ଷ ତଳେ ତକ୍ରାଳୀନ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଏଥିପାଇଁ ପ୍ରତିଶ୍ରୁତି ଦେଇଥିଲେ ।ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ଏମ୍ସରେ ୪୦ଟି ବିଭାଗ ଖୋଲାଯାଇଛି । ଓଡିଶାକୁ ଉତମ ସ୍ୱାସ୍ଥ୍ୟ ସେବାଦେବା ପାଇଁ ଭାରତ ସରକାର ପ୍ରତିବଦ୍ଧ । ଆଗାମୀ ଦିନରେ ଏମ୍ସ ରାଜ୍ୟ ଓଡିଶା ଏବଂ ପଡୋଶୀ ରାଜ୍ୟର ସ୍ୱାସ୍ଥ୍ୟ ଆବଶ୍ୟକତାକୁ ପୂରଣ କରିବ ବୋଲି ସେ କହିଛନ୍ତି ।

Blank space
Advertising:O

ସାମ୍ବାଦିକଙ୍କ ପୃଥକ ପ୍ରଶ୍ନରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଓଡିଶାରେ ଏପର୍ଯ୍ୟନ୍ତ ଭାରତ ଆୟୁଷ୍ମାନ ଯୋଜନା ଲାଗୁ ହେଲାନାହିଁ ।
ଗରିବ ଲୋକଙ୍କ ବଡ ବଡ ରୋଗ ଯଥା ହୃଦ ରୋଗ, ଟ୍ୟୁମର, କ୍ୟାନସର ପାଇଁ ଖର୍ଚ୍ଚର ଆବଶ୍ୟକତାର ଅଛି । ଭାରତ ସରକାର ଗରିବଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ଖର୍ଚ୍ଚର ବ୍ୟବସ୍ଥା କରିଛନ୍ତି । ମାତ୍ର ଓଡିଶା ସରକାର ଏପର୍ଯ୍ୟନ୍ତ ତାକୁ ଗ୍ରହଣ କରିନାହାନ୍ତି ବୋଲି ସେ କହିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରମ୍ବାର ଆୟଷ୍ମାନ ଯୋଜନା ଲାଗୁ କରିବା ପାଇଁ ଓଡିଶା ସରକାରଙ୍କୁ ଅନୁରୋଧ କରି ଆସୁଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ମଧ୍ୟ ପୁଣି ଥରେ ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ କରିବା ପାଇଁ ସାର୍ବଜନୀନ ଭାବେ ସରକାରଙ୍କୁ ଅନୁରୋଧ କରିଛନ୍ତି । ସମସ୍ତେ ଏକାଠୀ ହୋଇ ଓଡିଶାର ଗରିବ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟ ସେବା ଦେବାର ଆବଶ୍ୟକତା ରହଛି । ଭାରତ ସରକାରଙ୍କ ଆୟୁଷ୍ମାନ ଯୋଜନାରେ ଓଡିଶା ସାମିଲ ହେବ, ଏହା ଆମର ଅପେକ୍ଷା ବୋଲି ସେ କହିଛନ୍ତି  ଉଲ୍ଲେଖନୀୟ ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଉପସ୍ଥିତିରେ କେନ୍ଦ୍ରମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ ଦ୍ୱାରା ଏମ୍ସ ମେଡିକାଲର ମୋଡୁଲାର ଅପରେସନ ଥିଏଟର, ଆଇସିୟୁ କମ୍ପେକ୍ସର ଶିଳାନ୍ୟାସ ଓ କାଥ୍ଲ୍ୟାବ,ଡିଏଫଆରର ଉଦଘାଟିତ ହୋଇଥିଲା ।

Mo sapath

Leave A Reply

Your email address will not be published.