Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ପୂର୍ବତଟ ରେଳପଥ ପକ୍ଷରୁ ୭୧ତମ ଗଣତନ୍ତ୍ର ଦିବସ ପାଳିତ

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା:୨୭ /୦୧/୨୦ ରେଳବାଇ ଷ୍ଟାଡିୟମ ଠାରେ ୭୧ତମ ଗଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଅଛି I

Advertising:
Blank space

ରେଳପଥର ମହାପ୍ରବନ୍ଧକ ଶ୍ରୀ ବିଦ୍ୟା ଭୂଷଣ ଏହି ଅବସରରେ ପତାକା ଉତ୍ତୋଳନ କରିବା ସହ ରେଳବାଇ ସୁରକ୍ଷା ବଳ ପକ୍ଷରୁ ଆୟୋଜିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ I ରେଳବାଇ କର୍ମଚାରୀ ଓ ସେମାନଙ୍କର ପରିବାର ବର୍ଗଙ୍କ ସହିତ ରେଳବ୍ୟବହାରକାରୀ ମାନଙ୍କୁ ଉଦବୋଧନ ଦେଇ ମହାପ୍ରବନ୍ଧକ ଶ୍ରୀ ବିଦ୍ୟାଭୂଷଣ ରେଳବାଇ କର୍ମଚାରୀ ମାନଙ୍କର ନିଷ୍ଠାପର ସେବା, ରେଳପଥର କାର୍ଯ୍ୟ ଦକ୍ଷତା ସହିତ ଯାତ୍ରୀ ସୁବିଧା, ସଂରକ୍ଷା ଓ ନିରାପତ୍ତା, ରେଳମାର୍ଗର ଭିତ୍ତିଭୂମିର ବିକାଶ, ଡିଜିଟାଲ ସେବା ଓ ମାନବ ସମ୍ବଳ ସମ୍ପର୍କରେ ଆଲୋକପାତ କରିଥିଲେ I ଭାରତର ବିକାଶ ପାଇଁ କର୍ମଚାରୀମାନଙ୍କର ନିଷ୍ଠାପର ସେବା ମନବୃତିକୁ ମହାପ୍ରବନ୍ଧକ ପ୍ରଶଂସା କରିଥିଲେ I ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ସୁଧୀର କୁମାରଙ୍କ ସହିତ ବିଭାଗୀୟ ପ୍ରମୁଖ ଅଧିକାରୀ, ଅନ୍ୟାନ ବରିଷ୍ଠ ଅଧିକାରୀ, କର୍ମଚାରୀ ଓ ସେମାନଙ୍କର ପରିବାର ବର୍ଗ ଏହି ଅବସରରେ ଉପସ୍ଥିତ ଥିଲେ I ରେଳପଥର ଉପ ମହାପ୍ରବନ୍ଧକ ଶ୍ରୀ ଅଶୋକ କୁମାର ମିଶ୍ର ଆୟୋଜିତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ I

Mo sapath

Leave A Reply

Your email address will not be published.