Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଦଳର ସମସ୍ତ କାର୍ଯ୍ୟକର୍ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ସାମିଲ ହେବାକୁ ଆହ୍ୱାନ କଲେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି

ମୁଖ୍ୟମନ୍ତ୍ରୀଙ୍କ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ଆହ୍ୱାନକୁ ବିଜେପିର ସ୍ୱାଗତ

0

ଭୂବନେଶ୍ୱର,ନିରପେକ୍ଷ ଖବର: ତା.୨୮/୦୫:ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୩୦ ତାରିଖରେ କରୋନା ଯୋଦ୍ଧାଙ୍କ ସମ୍ମାନରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ କରିଥିବା ଆହ୍ୱାନକୁ ସ୍ୱାଗତ କରିଛନ୍ତି ବିଜେପି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ।
ଏ ନେଇ ଶ୍ରୀ ମହାନ୍ତି ଟ୍ୱିଟ୍ କରି କହିଛନ୍ତି ଯେ, କରୋନା ମହାମାରୀ ବିରୋଧୀ ଲଢେଇରେ ସାରା ଦେଶ ଓ ଆମ ରାଜ୍ୟ ଓଡିଶା ଏକ ହୋଇ ଠିଆ ହୋଇଛି । ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୩୦ ତାରିଖରେ କରୋନା ଯୋଧ୍ୟାଙ୍କ ସନମାନରେ ବନ୍ଦେ ଓତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ କରିଥିବା ଆହ୍ୱାନକୁ ସ୍ୱାଗତ କରୁଛି । ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଭାରତ ବର୍ଷକୁ ଏକ କରିବା ପାଇଁ ଘଂଟ ଘଂଟା, ଥାଳି ବଜାଇବା ସହିତ ସମସ୍ତଙ୍କୁ ଦୀପ ଜାଳି କରୋନା ଯୋଦ୍ଧାଙ୍କୁ ସମ୍ମାନିତ କରିବାକୁ ଦେଶବାସିଙ୍କୁ ଅନୁରୋଧ କରିଥିଲେ । ସାରା ଦେଶ ଏହି ଆହ୍ୱାନରେ ଏକ ହୋଇ ଠିଆ ହୋଇଥିଲେ । ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ସହ କରୋନା ଯୋଦ୍ଧାଙ୍କ ସମ୍ମାନରେ ମୋ ଦଳର ସମସ୍ତ କାର୍ଯ୍ୟକର୍ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ଏକ ହୋଇ ସାମିଲ ହେବାକୁ ଶ୍ରୀ ମହାନ୍ତି ଟ୍ୱିଟ୍ ଜରିଆରେ ନିବେଦନ କରିଛନ୍ତି ।

Mo sapath

Leave A Reply

Your email address will not be published.