Blank space
Blank space
Breaking News/ମୁଖ୍ୟ ଖବର:
କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ
Blank space

ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଅବହେଳା ଚଳିବ ନାହିଁ : ଛାତ୍ର କଂଗ୍ରେସ

0

*ତୁରନ୍ତ ଫି ଛାଡ଼ କରିବା ସହ ସମୟ ସୀମା ବଢାଯାଉ:ଛାତ୍ର କଂଗ୍ରେସ*
*ଫି ଛାଡ଼ ନହେଲେ ବିଦ୍ୟାର୍ଥୀଙ୍କୁ ଟଙ୍କା ଦିଆଯାଉ*
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୪/୬ – ଛାତ୍ରଛାତ୍ରୀଙ୍କ ଫି’ ଛାଡ଼ ପ୍ରସଙ୍ଗକୁ ନେଇ ଛାତ୍ର କଂଗ୍ରେସ ତାର ସଂଗ୍ରାମ ଜାରି ରଖିଛି । ଦଳ ପକ୍ଷରୁ ଆଜି ପୂର୍ବାହ୍ନ ୧୧ ସମୟରେ ଏକ ନୀରବ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । ଛାତ୍ର କଂଗ୍ରେସ ରାଜ୍ୟ ସମନ୍ୱୟ କମିଟି ସଦସ୍ୟ ନିରଞ୍ଜନ ଦାସଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଛାତ୍ର କଂଗ୍ରେସ ପକ୍ଷରୁ ଛାତ୍ରଛାତ୍ରୀଙ୍କର ଫି’ ଛାଡ ସହ ଦାଖଲ ସମୟ ସୀମା ବୃଦ୍ଧି ପାଇଁ ୭ ଦିନ ପୂର୍ବରୁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ଅବଗତ କରାଯାଇଥିଲା । ତେବେ ଏଯାବତ୍ ଉଭୟ ସରକାର ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ପାଇଁ କୌଣସି ପଦକ୍ଷେପ ନେଇ ନଥିବାରୁ ପ୍ରତିବାଦ ସଭା କରାଯାଇଛି । ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଛାତ୍ରଙ୍କ ସ୍ୱାର୍ଥ ବିରୋଧୀ । କରୋନା ମହାମାରୀ ସମୟରେ ବିଦ୍ୟାର୍ଥୀଙ୍କୁ ସହଯୋଗ କରିବାକୁ ସରକାର ଚେଷ୍ଟା କରିବା ପରିବର୍ତେ ବିଦ୍ୟାର୍ଥୀଙ୍କ ପ୍ରତି ବୈମାତୃକ ମନୋଭାବ ପୋଷଣ କରୁଛନ୍ତି । ସେଥିପାଇଁ ଆଜି ସାମାଜିକ ଦୂରତା ବଜାୟ ରଖି ନୀରବ ପ୍ରତିବାଦ ସଭା କରାଯାଇଛି । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଅଂଚଳର ଛାତ୍ର କଂଗ୍ରେସ କର୍ମକର୍ତା ଯୋଗଦେଇଥିଲେ ।
ଛାତ୍ର କଂଗ୍ରେସ ରାଜ୍ୟ ସମନ୍ୱୟ କମିଟି ସଦସ୍ୟ ନିରଞ୍ଜନ ଦାସ କହିଛନ୍ତି ସରକାର ତୁରନ୍ତ ଛାତ୍ରଛାତ୍ରୀଙ୍କ ଫି ଛାଡ଼ କରନ୍ତୁ । ଯଦି ଫି ଛାଡ଼ ନକରିବେ ଗରୀବ ବିଦ୍ୟାର୍ଥୀଙ୍କୁ ଚିହ୍ନଟ କରିବା ସହ ତୁରନ୍ତ ସେମାନଙ୍କ ବ୍ୟାଙ୍କ ଆକାଉଂଟରେ ଅର୍ଥ ପ୍ରଦାନ କରନ୍ତୁ । ଛାତ୍ର କଂଗ୍ରେସ ଓଡ଼ିଶାର ବିଦ୍ୟାର୍ଥୀଙ୍କ ସୁରକ୍ଷା ପାଇଁ ତାର ଲଢେଇ ଜାରି ରଖିବ । ସମଗ୍ର ଦେଶରେ ଜୀବନ ଜୀବିକା ପ୍ରଭାବିତ ହୋଇଥିବାବେଳେ ଉଭୟ ସରକାର ବିଦ୍ୟାର୍ଥୀଙ୍କ ସ୍ୱାର୍ଥକୁ ଜଳାଞ୍ଜଳି ଦେବା ଗ୍ରହଣୀୟ ନୁହେଁ । ଯଦି ସରକାର ଛାତ୍ର କଂଗ୍ରେସର ଦାବିକୁ ନମାନନ୍ତି ତେବେ ଆଗାମୀ ଦିନରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ସାରା ରାଜ୍ୟରେ ଛାତ୍ରଛାତ୍ରୀମାନଙ୍କୁ ଏକାଠି କରି ଛାତ୍ର କଂଗ୍ରେସ ନୀରବ ପ୍ରତିବାଦର ସ୍ୱରକୁ ଦୃଢ଼ କରିବ ।

Advertisement
Mo sapath

Leave A Reply

Your email address will not be published.