Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୧/୧୧
ନବଉତ୍କଳର ନିର୍ମାତା ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ବହୁମୁଖୀ ପ୍ରତିଭା ଓ ଅବଦାନ ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ । ତାଙ୍କର ବଳିଷ୍ଠ ନେତୃତ୍ୱ ଓ ତ୍ୟାଗପୂତ ଜୀବନ ଓଡ଼ିଶାକୁ ବି୍ରଟିଶ ଶାସନରୁ ମୁକ୍ତ କରି ଜନମାନସରେ ଏକ ନୂତନ କ୍ରାନ୍ତି ଆଣି ଦେଇଥିଲା । ଓଡ଼ିଶାର ମାଟି, ପାଣି, ପବନ ସହ ଓତଃପ୍ରୋତଃ ଭାବେ ଜଡ଼ିତ ମହତାବ ସାରା ରାଜ୍ୟରେ ଏକ ସଚେତନ ବାତାବରଣ ସୃଷ୍ଟି କରିଥିଲେ । ମହାତ୍ମା ଗାନ୍ଧୀଙ୍କର ଆଦର୍ଶରେ ଅନୁପ୍ରାଣିତ ହୋଇ ଅର୍ଦ୍ଧଶତାବ୍ଦୀରୁ ଊଦ୍ଧ୍ୱର୍କାଳ ଓଡ଼ିଶା ଓ ଭାରତବର୍ଷର ରାଜନୀତିକୁ ସେ ଆଚ୍ଛନ୍ନ କରି ରଖିଥିଲେ । ସ୍ୱାଧୀନତା ସଂଗ୍ରାମ ବ୍ୟତୀତ ସାହିତ୍ୟ ଓ ସଂସ୍କୃତିର ଅଗ୍ରଗତି ପାଇଁ ତାଙ୍କର ଅବଦାନ ଅତୁଳନୀୟ । ସେ ସୁପ୍ତ ଓଡ଼ିଆ ଜାତିର ପ୍ରାଣରେ ଅପୂର୍ବ ଜାଗରଣ ସୃଷ୍ଟି କରିଥିଲେ ।
ଆଜି ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ସରୋଜ ପ୍ରଧାନ, ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ଶ୍ରୀ ବାବୁ ସିଂ ଓ ଶ୍ରୀବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର, ୨୧/୧୧/୨୦୨୫
ନବଉତ୍କଳର ନିର୍ମାତା ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ବହୁମୁଖୀ ପ୍ରତିଭା ଓ ଅବଦାନ ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ । ତାଙ୍କର ବଳିଷ୍ଠ ନେତୃତ୍ୱ ଓ ତ୍ୟାଗପୂତ ଜୀବନ ଓଡ଼ିଶାକୁ ବି୍ରଟିଶ ଶାସନରୁ ମୁକ୍ତ କରି ଜନମାନସରେ ଏକ ନୂତନ କ୍ରାନ୍ତି ଆଣି ଦେଇଥିଲା । ଓଡ଼ିଶାର ମାଟି, ପାଣି, ପବନ ସହ ଓତଃପ୍ରୋତଃ ଭାବେ ଜଡ଼ିତ ମହତାବ ସାରା ରାଜ୍ୟରେ ଏକ ସଚେତନ ବାତାବରଣ ସୃଷ୍ଟି କରିଥିଲେ । ମହାତ୍ମା ଗାନ୍ଧୀଙ୍କର ଆଦର୍ଶରେ ଅନୁପ୍ରାଣିତ ହୋଇ ଅର୍ଦ୍ଧଶତାବ୍ଦୀରୁ ଊଦ୍ଧ୍ୱର୍କାଳ ଓଡ଼ିଶା ଓ ଭାରତବର୍ଷର ରାଜନୀତିକୁ ସେ ଆଚ୍ଛନ୍ନ କରି ରଖିଥିଲେ । ସ୍ୱାଧୀନତା ସଂଗ୍ରାମ ବ୍ୟତୀତ ସାହିତ୍ୟ ଓ ସଂସ୍କୃତିର ଅଗ୍ରଗତି ପାଇଁ ତାଙ୍କର ଅବଦାନ ଅତୁଳନୀୟ । ସେ ସୁପ୍ତ ଓଡ଼ିଆ ଜାତିର ପ୍ରାଣରେ ଅପୂର୍ବ ଜାଗରଣ ସୃଷ୍ଟି କରିଥିଲେ ।
ଆଜି ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ସରୋଜ ପ୍ରଧାନ, ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ଶ୍ରୀ ବାବୁ ସିଂ ଓ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ଉତ୍କଳ ସମ୍ମିଳନୀ କାର୍ଯ୍ୟକର୍ତ୍ତା, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ରହି ବିଧାନସଭା ପରିସରରେ ଥିବା ଡ. ମହତାବଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି ଅବସରରେ ବିଧାନସଭାର ଗବେଷଣା ଶାଖା ପକ୍ଷରୁ ଡ. ହରେକୃଷ୍ଣ ମହତାବଙ୍କ ଜୀବନୀ ଉପରେ ପ୍ରକାଶିତ ଏକ ପୁସ୍ତକକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଥିଲେ ।
କାର୍ଯ୍ୟକ୍ରମ ଅବସରରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର ଶିଳ୍ପୀମାନେ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରିଥିଲେ । ସୁଶ୍ରୀ ରୋଜାଲିନ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।
ବିଭୂତିନାୟକ
ସୂଚନା ଅଧିକାରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ଉତ୍କଳ ସମ୍ମିଳନୀ କାର୍ଯ୍ୟକର୍ତ୍ତା, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ରହି ବିଧାନସଭା ପରିସରରେ ଥିବା ଡ. ମହତାବଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି ଅବସରରେ ବିଧାନସଭାର ଗବେଷଣା ଶାଖା ପକ୍ଷରୁ ଡ. ହରେକୃଷ୍ଣ ମହତାବଙ୍କ ଜୀବନୀ ଉପରେ ପ୍ରକାଶିତ ଏକ ପୁସ୍ତକକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଥିଲେ ।
କାର୍ଯ୍ୟକ୍ରମ ଅବସରରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର ଶିଳ୍ପୀମାନେ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରିଥିଲେ । ସୁଶ୍ରୀ ରୋଜାଲିନ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Mo sapath

Leave A Reply

Your email address will not be published.