Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ବିଧାନସଭା ବାଚସ୍ପତିମାନଙ୍କର ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର

0

ଭୁବନେଶ୍ୱର,ନିରପେକ୍ଷ ଖବର: ୧୮/୧୨/୨୦୧୯ ଉତ୍ତରାଖଣ୍ଡ ବିଧାନସଭା ଆନୁକୂଲ୍ୟରେ ଡେରାଡୁନ୍‌ଠାରେ ଆୟୋଜିତ ୭୯ତମ ବିଧାନସଭା ବାଚସ୍ପତିମାନଙ୍କର ସମ୍ମିଳନୀରେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଆଜି ଯୋଗଦେଇଛନ୍ତି । ଲୋକସଭା ବାଚସ୍ପତି ଶ୍ରୀ ଓମ୍‌ ବିର୍ଲାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମ୍ମିଳନୀ ୧୮ ଓ ୧୯ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବ।
ଏହି ସମ୍ମିଳନୀରେ ଯୋଗଦେଇଥିବା ବିଭିନ୍ନ ରାଜ୍ୟ ବିଧାନସଭାର ବାଚସ୍ପତିମାନେ ବିଧାନସଭା ପରିଚାଳନା ସଂପର୍କିତ ସେମାନଙ୍କର ପ୍ରତ୍ୟକ୍ଷ ଅନୁଭୂତି ବର୍ଣ୍ଣନା କରିଥିଲେ । ଆଲୋଚନାର ବିଷୟବସ୍ତୁ
ଥିଲା ‘ସଂସଦୀୟ ଗଣତନ୍ତ୍ରର ସଶକ୍ତିକରଣ ଓ ଶୂନ୍ୟକାଳ ପରି ଗୃହର ବ୍ୟବସ୍ଥା ଦ୍ୱାରା କ୍ଷମତା ବୃଦ୍ଧି’ ଓ ଏହି ଶୀର୍ଷକ ଉପରେ ବିସ୍ତୃତ ଆଲୋଚନା ହେବା ସହ ଅଂଶଗ୍ରହଣକାରୀଙ୍କ ମଧ୍ୟରେ ମତବିନିମୟ ହୋଇଥିଲା । ଏଥିରେ ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ ମଧ୍ୟ ଯୋଗଦେଇଥିଲେ । ଗତକାଲି ଡେରାଡୁନ୍‌ଠାରେ ଆୟୋଜିତ ୫୭ତମ ବିଧାନସଭା ସଚିବମାନଙ୍କ ସମ୍ମିଳନୀରେ ବିଧାନସଭାର ସଚିବ ଶ୍ରୀ ଦାଶରଥୀ ଶତପଥୀ ଯୋଗଦେଇଥିଲେ ।

Mo sapath

Leave A Reply

Your email address will not be published.