Blank space
Blank space
Breaking News/ମୁଖ୍ୟ ଖବର:
ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତପଠାଣି ସାମନ୍ତ ଜୟନ୍ତୀ ଉପଲକ୍ଷେ କଳାଭୁମି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶ କାର୍ଯ୍ୟ ତଦାରଖ ପାଇଁ ଷ୍ଟେସନ ସାମ୍ନାରେ ଅସ୍ଥାୟୀ କ୍ୟାମ୍ପ ଅଫିସ୍ କାର୍ଯ୍ଯ ଆରମ୍ଭ
Blank space

ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଫଗନ ସିଂ କୁଲସ୍ତେ …

0

ଆସନ୍ତାକାଲି ଠୁ ଓଡିଶାରେ ଆରମ୍ଭ ହେବ ନାଗରିକତା ସଂଶୋଧନ ଆଇନ ଉପରେ ବ୍ୟାପକ ଜନଜାଗର:ବିଜେପି

କେବଳ ନାଗରିକତା ଦେବା ପାଇଁ ତିଆରି ହୋଇଛି ନାଗରିକତା ସଂଶୋଧନ ଆଇନ
* ଆସନ୍ତାକାଲି ମହାକାଳପଡା ଠାରେ ବସବାସ କରୁଥିବା ଶରଣାର୍ଥୀ ମାନଙ୍କୁ ନାଗରିକତା ସଂଶୋଧନ ଆଇନ ସଂପର୍କରେ
ଅବଗତ କରାଇବେ କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଫଗନ ସିଂ କୁଲସ୍ତେ
* ରାଜ୍ୟରେ ସିଏଏକୁ ସମର୍ଥନ କରି ରାଜ୍ୟରେ କରାଯିବ ୫ ଟି ବଡ ଧରଣର ଶୋଭାଯାତ୍ରା
* ଆସନ୍ତା ୬ ତାରିଖ କଟକରେ ସିଏଏକୁ ସମର୍ଥନ ଶୋଭାଯାତ୍ରାରେ ସାମିଲ ହେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
* ଓଡିଶାର ପାଖାପାଖି ୧ କୋଟି ପରିବାରକୁ ଯାଇ ସିଏଏ ଆଇନ ସଂପର୍କରେ ବୁଝାଇବେ ବିଜେପି କାର୍ଯ୍ୟକର୍ତା

Blank space

ଭୁବନେଶ୍ୱର,ନିରପେକ୍ଷ ଖବର:୦୪/୦୧/୨୦୨୦: ନାଗରିକତା ସଂଶୋଧନ ଆଇନ ଦ୍ୱାରା କୌଣସି ଭାରତୀୟଙ୍କର ଅଧିକାର କ୍ଷୁଣ୍ଣ ହେବନି । ବରଂ ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା ସଂଖ୍ୟାଲଘୁ ବର୍ଗର ଶରଣାର୍ଥୀ ମାନଙ୍କୁ ନାଗରିକତା ପ୍ରଦାନ କରାଯିବାର ବ୍ୟବସ୍ଥା ଏହି ଆଇନରେ ରହିଛି । ବିରୋଧୀ କଂଗ୍ରେସ ସମେତ କିଛି ଆଂଚଳିକ ଦଳ ଏହି ଆଇନ ବିରୁଦ୍ଧରେ କୁପ୍ରଚାର କରି ଦେଶର ଜନତାଙ୍କୁ ବିଭ୍ରାନ୍ତ କରୁଛନ୍ତି । ନାଗରିକତା ସଂଶୋଧନ ଆଇନ ସଂପର୍କରେ ଜନଜାଗରଣ ସୃଷ୍ଟି କରିବା ପାଇଁ ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଫଗନ ସିଂ କୁଲସ୍ତେ । ଶ୍ରୀ କୁଲସ୍ତେ ଆସନ୍ତାକାଲି କେନ୍ଦ୍ରାପଡା ଜିଲ୍ଲା ମହାକାଳପଡାଠାରେ ସର୍ବଭାରତୀୟ ସ୍ତରରେ ଜନସମ୍ପର୍କ ଅଭିଯାନର ଶୁଭାରମ୍ଭ କରିବେ ।

Advertising:

ଏଥି ସହ ମହାକାଳପଡା ଠାରେ ବସବାସ କରୁଥିବା ଶରଣାର୍ଥୀ ମାନଙ୍କୁ ନାଗରିକତା ସଂଶୋଧନ ଆଇନ ସଂପର୍କରେ ଅବଗତ କରାଇବେ ବୋଲି ବିଜେପି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଆସନ୍ତାକାଲି ଠାରୁ ଓଡିଶାରେ ନାଗରିକତା ସଂଶୋଧନ ଆଇନ ଉପରେ ବ୍ୟାପକ ଜନଜାଗରଣ କରାଯିବ । ରାଜ୍ୟରେ ନାଗରିକତା ସଂଶୋଧନ ଆଇନକୁ ସମର୍ଥନ କରି ୫ ଟି ବଡ ଧରଣର ସଭା ଓ ଶୋଭାଯାତ୍ରା କରାଯିବ । ଆସନ୍ତା ୬ ତାରିଖ ସୋମବାର ଦିନ କଟକରେ ପାଖାପାଖି ୨୦ହଜାର ଲୋକ ଏକାଠି ହୋଇ ନାଗରିକତା ସଂଶୋଧନ ଆଇନ ସମର୍ଥନରେ ଏକ ବିରାଟ ଶୋଭାଯାତ୍ରା କରିବେ । ଏହି ଶୋଭାଯାତ୍ରାରେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଯୋଗଦେବେ । ଆଗାମୀ ଦିନରେ ଭୁବନେଶ୍ୱରଠାରେ ବୃଦ୍ଧିଜୀବୀ ସମ୍ମିଳନୀ ଆୟୋଜିତ ହେବ । ବିଜେପି କାର୍ଯ୍ୟକର୍ତାମାନେ ଓଡିଶାର ୩୬ଟି ସାଙ୍ଗଠନିକ ଜିଲ୍ଲାରେ ବୁଦ୍ଧିଜୀବୀ ସମ୍ମିଳନୀ
କରିବେ । ପ୍ରତ୍ୟେକ ଜିଲ୍ଲାରେ ଏହି ଆଇନକୁ ନେଇ ସଚେତନତା ରାଲି କରାଯିବ । ବିଜେପି କାର୍ଯ୍ୟକର୍ତାମାନେ ଓଡିଶାର ପାଖାପାଖି ୧ କୋଟି ପରିବାରକୁ ଯାଇ ଏହି ଆଇନ ସଂପର୍କରେ ବୁଝାଇବେ । ଏଥି ସହ ବିଜେପି କାର୍ଯ୍ୟକର୍ତାମାନେ ସମସ୍ତ ପଂଚାୟତ ଏବଂ ୱାର୍ଡକୁ ଯାଇ ଜନସାଧାରଣଙ୍କୁ ଏହି ଆଇନ ବିଷୟରେ ପ୍ରତ୍ୟେକ୍ଷ ଭାବେ ଅବଗତ କରାଇବେ । ଏହି କାର୍ଯ୍ୟକ୍ରମ ଆଗାମୀ ୧୫ତାରିଖ ପର୍ଯ୍ୟନ୍ତ କ୍ରମାଗତ ଭାବରେ ଚାଲୁ ରହିବ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି । ବିଜେପି ସାଂସଦ, ବିଧାୟକ ଓ ବିଧାୟକ ପ୍ରାର୍ଥୀ, ଜିଲ୍ଲା ସଭାପତି, ରାଜ୍ୟ ଓ ଜିଲ୍ଲା ପଦାଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ନାଗରିକତା ସଂଶୋଧନ ଆଇନ ସମ୍ବନ୍ଧରେ ସ୍ଥାନୀୟ ଜନସାଧାରଣଙ୍କୁ ଅବଗତ କରାଇବେ । ପ୍ରଧାନମନ୍ତ୍ରୀଙ୍କ ଏଭଳି ଏକ ଯୁଗାନ୍ତକାରୀ ଆଇନକୁ ସାଧାରଣ ଜନତା ଏହି ନମ୍ବରରେ(୮୮୬୬୨-୮୮୬୬୨) ମିସଡ୍ କଲ ଦେଇ ଆଇନକୁ ସମର୍ଥନ କରିପାରିବେ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି।

 

 

Mo sapath

Leave A Reply

Your email address will not be published.