Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ଜେଲ୍ ରେ ବିଚାରାଧିନ କଏଦୀର ମୃତ୍ୟୁ…

0

ବାରିପଦା(ନିରପେକ୍ଷ ଖବର)ତା-୦୧/୦୩/୨୦୨୦-ଆଜି ବାରିପଦା ସ୍ଥିତ ପିଆରଏମ୍ ମେଡିକାଲରେ ବାରିପଦା ମଣ୍ଡଳ କାରାଗାର ର ଜଣେ ବିଚାରାଧିନ କଏଦୀଙ୍କ ମୃତ୍ୟୁ ହୋଇଯାଇଛି। ମୃତକ ସୁରଜ ନାଥ (୪୫) ସମ୍ବଲପୁର ଜିଲ୍ଲାର ସିକମପୁର ଅଞ୍ଚଳର ବାସିନ୍ଦା ହୋଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲା ମୋରଡା ଠାରେ ପ୍ରେମ ବିବାହ କରି ରହି ଆସୁଥିଲେ। ତେବେ ଗତ ଶୁକ୍ରବାର ଦିନ ପାରିବାରିକ କଳହକୁ କେନ୍ଦ୍ର କରି ପତ୍ନୀ କୁମୁଦିନୀ ମହାକୁଡଙ୍କୁ ପିଟାମରା କରିଥିଲେ। ଯାହାକୁ ନେଇ କୁମୁଦିନୀ ମୋରଡା ଥାନା ରେ ଅଭିଯୋଗ ମଧ୍ୟ କରିଥିଲେ।ଏହା ପରେ ପୋଲିସ ସୁରଜକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ଅବେଦନ ଖାରଜ ହେବାରୁ ତାଙ୍କୁ ବାରିପଦା ମଣ୍ଡଳ କାରାଗାରକୁ ପଠାଇ ଦିଆ ଯାଇଥିଲା। ସୂଚନାଯୋଗ୍ୟ ଯେ ସେଠାରେ ହଠାତ ତାଙ୍କ ଶରୀର ଅସୁସ୍ଥ ହେବାରୁ ତାଙ୍କୁ ଜେଲ୍ କର୍ତ୍ତୃପକ୍ଷ ମେଡିକାଲରେ ଭର୍ତ୍ତି କରିଥିଲେ। ଚିକିତ୍ସାଧିନ ଅବସ୍ଥାରେ ଆଜି ଦିନ ପ୍ରାୟ ୧୨ଟା ସମୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ମୃତ ବ୍ୟକ୍ତିର ପରିବାର ଲୋକ ଆସିନଥିବାରୁ ସନ୍ଦେହ ଘେରକୁ ଆସୁଛି। ଅନ୍ୟପଟେ ଜଣେ ବିଚାର ବିଭାଗୀୟ କଏଦୀ କିପରି କେଉଁ କାରଣରୁ ମୃତ୍ୟ ବରଣ କଲା ତାହା ଏବେ ବଡ ପ୍ରଶ୍ନବାଚୀ ସୃଷ୍ଟି କରିଛି।

Mo sapath

Leave A Reply

Your email address will not be published.