Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ମୟୁରଭଞ୍ଜରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାର ଦିନକ ପରେ ଭି କେ ପଣ୍ଡିଆନ ପରିଦର୍ଶନ କଲେ

0

ବାରିପଦା(ନିରପେକ୍ଷ ଖବର)ତା-୧୬/୦୪-ମୟୁରଭଞ୍ଜରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାର ଦିନକ ପରେ ଭି କେ ପଣ୍ଡିଆନ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ତାଙ୍କ ସହିତ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ।କରୋନା ପାଇଁ ୫ଟି ସଚିବ ଭି କେ ପଣ୍ଡିଆନ ତତ୍ପରତା ଦେଖାଇଛନ୍ତି। କୋରୋନା ଭାଇରସର ମୁକାବିଲା ପାଇଁ ଓଡିଶା ସରକାର ଅନେକ ଯୋଜନା ପ୍ରଣୟନ କରୁଛନ୍ତି। ଚଳିତ ମାସ ସୁଦ୍ଧା ରାଜ୍ୟର ୩୬ଟି ସ୍ଥାନରେ ୬୦୦୦ ଶଯ୍ୟା ବିଶିଷ୍ଟ କୋଭିଡ଼ ହସ୍ପିଟାଲ ସ୍ଥାପନ ପାଇଁ ବ୍ୟବସ୍ଥା କରାଯାଇଛି । ତେବେ ଆଗାମୀ ଏକ ସପ୍ତାହ ମଧ୍ୟରେ ରାଜ୍ୟର ପ୍ରତି ଜିଲ୍ଲାରେ କୋଭିଡ୍ ହସ୍ପିଟାଲ୍ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।ମୟୁରଭଞ୍ଜ ଜିଲ୍ଲା ଆଦାନୀ କିସ ପରିସରରେ କାର୍ଯ୍ୟକ୍ଷମ ହୋଇଛି ସ୍ବତନ୍ତ୍ର କୋଭିଡ-19 ହସ୍ପିଟାଲ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ରୁ ଭିଡ଼ିଓ କଂଫେରେନ୍ସିଂଗ ଜରିଆରେ ଶୁଭ ଉଦଘାଟନ କରିଥିଲେ।ମୟୁରଭଞ୍ଜ ଜିଲ୍ଲାରେ ୨୦ଟି ICU ସହ ୨୦୦ ଶଯ୍ୟା ବିଶିଷ୍ଟ ଏହି ସ୍ବତନ୍ତ୍ର କୋଭିଡ଼ ହସ୍‌ପିଟାଲ ବୁଧବାର ଠାରୁ କାର୍ଯ୍ୟକ୍ଷମ ହୋଇଛି। ଏହାର ସ୍ଥିତି ପରିଦର୍ଶନ କରିବା ପାଇଁ ୫ଟି ସଚିବ ଭି କେ ପଣ୍ଡିଆନ ଆସିଛନ୍ତି।ଏଥି ସହିତ ବାଲେଶ୍ଵର ଓ କେନ୍ଦୁଝର ଜିଲ୍ଲାର କୋଭିଡ଼ ହସ୍ପିଟାଲର ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ମିଳିଛି।

Mo sapath

Leave A Reply

Your email address will not be published.