Blank space
Blank space
Breaking News/ମୁଖ୍ୟ ଖବର:
କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ
Blank space

ଗୋବର୍ଦ୍ଧନ ମଠ ଏବଂ ଜଗନ୍ନାଥ ସଂସ୍କୃତିର ଆସ୍ଥାକୁ ପ୍ରହାର କରିଛି କଂଗ୍ରେସ:ବିଜେପି

0

* ଅଶୋଭନୀୟ ମନ୍ତବ୍ୟ ପାଇଁ କ୍ଷମା ମାଗନ୍ତୁ ନରସିଂହ ।
* ପୁଜ୍ୟ ଶଙ୍କରାଚାର୍ଯ୍ୟଙ୍କର ଶିକ୍ଷା ଓ ଜାତିକୁ ନେଇ ପ୍ରମାଣ ମାଗିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ।
* ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ପ୍ରତି ଅପଶବ୍ଦ ନରସିଂହ ମିଶ୍ର ଓ କଂଗ୍ରେସ ଦଳର ହିନମନ୍ୟତାର ପରିଚୟ।

ଭୁବନେଶ୍ୱର,ନିରପେକ୍ଷ ଖବର: ତା.୧୮/୧୧: ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କର ସାଙ୍ଗିଆକୁ ନେଇ ଯେଉଁ ପ୍ରଶ୍ନ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଉଠାଇଛନ୍ତି ତାହା ଅତ୍ୟନ୍ତ ନିନ୍ଦନୀୟ । ଶ୍ରୀ ମିଶ୍ର ପୁଜ୍ୟ ଶଙ୍କରାଚାର୍ଯ୍ୟଙ୍କର ଶିକ୍ଷା ଓ ଜାତିକୁ ନେଇ ପ୍ରମାଣ ମାଗିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ରାଜ୍ୟ ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର କହିଛନ୍ତି ।

Blank space

ଶ୍ରୀ ମହାପାତ୍ର କହିଛନ୍ତି ଯେ, ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ ପୁରୀ ମଠାଧିଶ ବୋଲି ବିଚରାଳୟରେ ମଧ୍ୟ ପୁର୍ବରୁ ପ୍ରମାଣିତ ହୋଇସାରିଛି । ତାଙ୍କ ସ୍ୱୀକୃତିକୁ ନେଇ ବର୍ତମାନ ପ୍ରଶ୍ନ ଉଠାଇବା ନରସିଂହବାବୁ ଜାଣିସୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ କରିଛନ୍ତି । ବୈଦିକ ଗଣିତ ଉପରେ ୫୦ରୁ ଅଧିକ ପୁସ୍ତକ ରଚନା କରିବା ସହ ବେଦ ସହିତ ଗଣିତକୁ ଯୋଡିବା ଭଳି ବିରଳ ବିଦ୍ୟାର ଜଗଦଗୁରୁ ନିଶ୍ଚଳାନନ୍ଦ ସରସ୍ୱତୀ ଅଧିକାରି ଯାହା ସମସ୍ତେ ଜାଣନ୍ତି । ସାଢେ ୪ କୋଟି ଓଡିଆ ଲୋକମାନଙ୍କର ଆସ୍ଥାର ପ୍ରତିକ ତଥା ଆମ ସମସ୍ତଙ୍କର ମାର୍ଗଦର୍ଶକ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ପ୍ରତି ଅପଶବ୍ଦ ନରସିଂହ ମିଶ୍ର ଓ କଂଗ୍ରେସ ଦଳର ହିନମନ୍ୟତାର ପରିଚୟ ଦେଇଛି ।

ନରସିଂହ ବାବୁ ଜାଣିସୁଣି ଜଗନ୍ନାଥ ସଂସ୍କୃତିକୁ ନିଚା ଦେଖାଇବାକୁ ଯାଇ ସାଢେ ୪ କୋଟି ଓଡିଆ ଲୋକଙ୍କର ଆସ୍ଥା ଓ ବିଶ୍ୱାସ ଓ ଭାବନାକୁ ଆଘାତ ଦେଇଛନ୍ତି । ନରିସଂହ ପୁର୍ବରୁ ଆଇନ ମନ୍ତ୍ରୀ ଥିବାବେଳେ ଜଗଦଗୁରୁଙ୍କ ପ୍ରତି ଏକ ବିବାଦିୟ ମନ୍ତ୍ୟବ ଦେଇଥିଲେ ଯାହାକୁ ନେଇ ସେ ବିବାଦ ଘେରକୁ ଆସିଥିଲେ । ତେଣୁ ନରସିଂହ ବାବୁ ଅବିଳମ୍ବେ ଏଭଳି ମନ୍ତ୍ୟବ ପାଇଁ କ୍ଷମା ମାଗନ୍ତୁ ବୋଲି ଶ୍ରୀ ମହାପାତ୍ର ଦାବି କରିଛନ୍ତି ।

ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସଂପାଦକ କାଳନ୍ଦୀ ସାମଲ ଏବଂ ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ଉପସଭାପତି ଠାକୁର ରଂଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.