Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତ
Blank space

ମହାରାଷ୍ଟ୍ର ରାଜନୀତିରେ ମହାନାଟକର ଶେଷରେ ଅନ୍ତ ହୋଇଛି..

0

ମୁମ୍ବାଇ,ନିରପେକ୍ଷ ଖବର: ବହୁ ଦିନ ଧରି ମହାରାଷ୍ଟ୍ର ରାଜନୀତିରେ ଚାଲୁଥିବା ମହାନାଟକରେ ଶେଷରେ ଅନ୍ତ ଘଟିଛି। ବହୁ ଅପେକ୍ଷା ପରେ ଶେଷରେ ବିଜେପି-ଏନ୍‌ସିପି ମେଣ୍ଟ ମହାରାଷ୍ଟ୍ରରେ ସରକାର ଗଠନ କରିଛି। ବିଜେପି ନେତା ଦେବେନ୍ଦ୍ର ଫଡ୍‌ନାଭିସ୍‌ ଦ୍ୱିତୀୟ ଥର ଲାଗି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏଥିସହ ଏ଼ନ୍‌ସିପିର ଅଜିତ୍‌ ପାୱାର୍‌ ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ମହାରାଷ୍ଟ୍ର ରାଜନୀତିରେ ଘଟିଥିବା ଏଭଳି ଆଶ୍ଚଚର୍ଯ୍ୟ କଲା ଭଳି  ଘଟଣା ଏବେ ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଛି। ମହାରାଷ୍ଟ୍ରରେ ବାଲ୍ ଠାକ୍‌ରେଙ୍କ ଉତ୍ତରାଧିକାରୀ ତଥା ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ହେଉଥିବା ସମୟରେ। କଂଗ୍ରେସ, ଏନ୍‌ସିପି ଏବଂ ଶିବସେନା ମେଣ୍ଟ ସରକାର ଗଠନ ନିମନ୍ତେ ଉଦ୍ଧର ଠାକରେଙ୍କ ନେତୃତ୍ୱରେ ରାଜ୍ୟପାଳଙ୍କୁ ଦାବି ଜଣାଇଥାନ୍ତେ।କିନ୍ତୁ ଆଜି ସକାଳୁ ବିଜେପି ଓ ଏନସିପି ମେଣ୍ଟ ମହାରାଷ୍ଟ୍ରର ଶାସନ ଭାର ସମ୍ଭାଳିଛନ୍ତି।ବିଜେପି ନେତା ଦେବେନ୍ଦ୍ର ଫଡ୍‌ନାଭିସ୍‌ ଦ୍ୱତୀୟ ଥର ପାଇଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଆଜି ସକାଳ ୮ଟାରେ ରାଜଭବନରେ ରାଜ୍ୟପାଳ ଭଗତ ସିଂ କୋଶୟାରି ଦେବେନ୍ଦ୍ର ଫଡ୍‌ନାଭିସ୍‌ଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସେହିପରି ଏନ୍‌ସିପିର ଅଜିତ୍‌ ପାୱାର୍‌ ଉପ-ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ରାଜ୍ୟପାଳ ଶପଥପାଠ କରାଇଥିଲେ।ଶପଥ ନେବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନାଭିସ୍‌ ଗଣମାଧ୍ୟମକୁ ତାଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି, “ଜନତା ସ୍ପଷ୍ଟ ବହୁମତ ଦେଇଥିଲେ, ଜନତାଙ୍କୁ ସମ୍ମାନ ଦେବା ଉଚିତ୍। ମହାରାଷ୍ଟ୍ରବାସୀଙ୍କୁ ସ୍ଥାୟୀ ସରକାର ଦରକାର, ଖେଚୁଡ଼ି ନୁହେଁ। ହେଲେ ଶିବସେନା ଜନାଦେଶକୁ ଅପମାନିତ କରିଛି ବୋଲି କହିଛନ୍ତି। କେବଳ ଶିବସେନା ଯୋଗୁଁ ଆଜି ଏଭଳି ସ୍ଥିତି ସୃଷ୍ଟି ହୋଇଛି। ମହାରାଷ୍ଟ୍ର ଭଳି ଆଗୁଆ ରାଜ୍ୟରେ ରାଷ୍ଟ୍ରପତି ଶାସନ ଏକ ଅଶୋଭନୀୟ ଘଟଣା ଅଟେ। ମହାରାଷ୍ଟ୍ରକୁ ଏକ ସ୍ଥିର ସରକାରର ଆବଶ୍ୟକତା ଥିଲା। ଏଥିପାଇଁ ସହଯୋଗ କରିଥିବାରୁ ଅଜିତ ପାୱାରଙ୍କ ମଧ୍ୟ ବହୁତ ଧନ୍ୟବାଦ ।”ଶପଥ ଗ୍ରହଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।  ମହାରାଷ୍ଟ୍ରର ଉଜ୍ଜ୍ୱଳ ଭବିଷ୍ୟତ ଲାଗି ସେମାନେ ସର୍ବଦା ଚେଷ୍ଠିତ ରହିବେ ।

Mo sapath

Leave A Reply

Your email address will not be published.

kmaa26.com | 500: Internal server error

Internal server error Error code 500

Visit cloudflare.com for more information.
2025-11-18 14:04:41 UTC
You

Browser

Working
Paris

Cloudflare

Error
kmaa26.com

Host

Working

What happened?

There is an internal server error on Cloudflare's network.

What can I do?

Please try again in a few minutes.